• About Us
  • Contact Us
Sunday, May 10, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ବିଶେଷ ପୃଷ୍ଠା

ଏଣିକି ପ୍ରଥମ ଶ୍ରେଣୀରେ ନାମ ଲେଖା ପାଇଁ ୬ବର୍ଷ ବୟସ ହେବା ଜରୁରୀ

by Voice of Victims
January 20, 2025
in ବିଶେଷ ପୃଷ୍ଠା, ମୁଖ୍ୟ ଖବର, ରାଜ୍ୟ
ଏଣିକି ପ୍ରଥମ ଶ୍ରେଣୀରେ ନାମ ଲେଖା ପାଇଁ ୬ବର୍ଷ ବୟସ ହେବା ଜରୁରୀ

ଭୁବନେଶ୍ୱର : ପିଲାଙ୍କୁ ୬ବର୍ଷ ବୟସ ହୋଇନଥିଲେ ଏଣିକି ପ୍ରଥମଶ୍ରେଣୀରେ ନାମ ଲେଖାଇବାକୁ ଅନୁମତି ମିଳିବ ନାହିଁ। ଆସନ୍ତା ଶିକ୍ଷାବର୍ଷ ୨୦୨୫-୨୬ ମସିହାରୁ ରାଜ୍ୟରେ ଏହି ନୂଆ ନିୟମ ଲାଗୁ ହେବ। ଏହାସହିତ ସବୁ ପ୍ରାଥମିକ ସ୍କୁଲରେ ‘ଶିଶୁ ବାଟିକା’ ଖୋଲିବ ଯେଉଁଠି ୫-୬ବର୍ଷ ବୟସର ପିଲାମାନଙ୍କୁ ‘ପ୍ରି ସ୍କୁଲ ଶିକ୍ଷା’ରେ ନାମ ଲେଖାଇବାର ସୁଯୋଗ ମିଳିବ। ଆସନ୍ତା ଶିକ୍ଷାବର୍ଷରୁ ରାଜ୍ୟ ସରକାର ଏଭଳି କିଛି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତିକୁ କାର୍ଯ୍ୟକାରୀ ପାଇଁ ପଦକ୍ଷେପ ନେଇଛନ୍ତି।ଆଜି ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ, ‘ଜାତୀୟ ଶିକ୍ଷା ନୀତି-୨୦୨୦’ର ପ୍ରାବଧାନ ଅନୁସାରେ ରାଜ୍ୟ ସରକାର ଆସନ୍ତା ୨୦୨୫-୨୬ ଶିକ୍ଷାବର୍ଷରୁ ପ୍ରଥମ ଶ୍ରେଣୀରେ ନାମ ଲେଖାଇବାକୁ ଥିବା ପିଲାଙ୍କ ବୟସ ୬ବର୍ଷ ହୋଇଥିବା ଜରୁରୀ। ଶିକ୍ଷାବର୍ଷର ସେପ୍ଟେମ୍ବର ପହିଲା ସୁଦ୍ଧା ପିଲାର ବୟସ ୬+ ହେବା ଆବଶ୍ୟକ। ସେହିପରି ୨୦୨୫-୨୬ ଶିକ୍ଷାବର୍ଷରୁ ସମସ୍ତ ପ୍ରାଥମିକ ସ୍କୁଲରେ ଅତିରିକ୍ତ ପ୍ରି ସ୍କୁଲ ଶ୍ରେଣୀ ଖୋଲିବ। ଯାହାକି ‘ଶିଶୁବାଟିକା’ ନାମରେ ନାମିତ ହେବ ଓ ସେଠାରେ ୫-୬ବର୍ଷ ବୟସର ପିଲାମାନେ ନାମଲେଖାଇ ପାରିବେ। ଉଲ୍ଲେଖଯୋଗ୍ୟ,ଗତ ସପ୍ତାହରେ ରାଜ୍ୟରେ ‘ଜାତୀୟ ଶିକ୍ଷା ନୀତି-୨୦୨୦’କୁ କାର୍ଯ୍ୟକାରୀ କରିବା ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ନେଇଥିଲେ।

Post Views: 96
Share198Tweet124Send
Voice of Victims

Voice of Victims

Recent Posts

  • ବାଲିଅନ୍ତା ଭିଡ଼ ହିଂସା ଘଟଣା; ଅତ୍ୟନ୍ତ କ୍ଷବ୍ଧ ମୁଖ୍ୟମନ୍ତ୍ରୀ ଦେଲେ କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ
  • ଆସନ୍ତା ୧୧ରୁ ପୁଣି ଶ୍ରୀମନ୍ଦିର ଭିତର ରତ୍ନଭଣ୍ଡାର ଗଣତି ମଣତି କାର୍ଯ୍ୟ
  • ତାମିଲନାଡୁ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ବିଜୟ, ସମାରୋହରେ ରାହୁଲ ଗାନ୍ଧୀ ସାମିଲ
  • ଓଡ଼ିଶାକୁ ଘାରିଲା ବାତ୍ୟା ଭୟ ! ୧୧ରେ ଲଘୁଚାପ ସମ୍ଭାବନା, ୧୩ ତାରିଖ ସୁଦ୍ଧା ସ୍ପଷ୍ଟ ହେବ ଚିତ୍ର
  • ‘ନବୀନ ନିବାସ’ ସାମ୍ନାରୁ ହଟିବ ବ୍ୟାରିକେଡ୍‌ ! ହାଇକୋର୍ଟଙ୍କ ଅସନ୍ତୋଷ ପରେ ତତ୍ପର ପୂର୍ତ୍ତ ବିଭାଗ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In