• About Us
  • Contact Us
Tuesday, March 24, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ବିଶେଷ ପୃଷ୍ଠା

ଫେବ୍ରୁଆରୀ ୧୩ରୁ ବିଧାନସଭାର ବଜେଟ୍ ଅଧିବେଶନ

by Voice of Victims
January 21, 2025
in ବିଶେଷ ପୃଷ୍ଠା, ମୁଖ୍ୟ ଖବର, ରାଜ୍ୟ
ଫେବ୍ରୁଆରୀ ୧୩ରୁ ବିଧାନସଭାର ବଜେଟ୍ ଅଧିବେଶନ

ଭୁବନେଶ୍ୱର: ଫେବ୍ରୁଆରୀ ୧୩ରୁ ସପ୍ତଦଶ ବିଧାନସଭାର ତୃତୀୟ ତଥା ବଜେଟ୍ ଅଧିବେଶନ ଆରମ୍ଭ ହେବ। ତାହା ଏପ୍ରିଲ ୫ରେ ଶେଷ ହେବ। ଦୁଇ ପର୍ଯ୍ୟାୟ ବିଶିଷ୍ଟ ଏହି ଅଧିବେଶନ ୨୮ଦିନ ଚାଲିବ। ତେବେ ପ୍ରଥମ ଦିନରେ ରାଜ୍ୟପାଳ ଡଃ ହରିବାବୁ କମ୍ଭମପତିଙ୍କ ଅଭିଭାଷଣର କାର୍ଯ୍ୟକ୍ରମ ଥିବାବେଳେ ଫେବ୍ରୁଆରୀ ୧୭ରେ ଅର୍ଥମନ୍ତ୍ରୀ ଦାୟିତ୍ୱରେ ଥିବା ମୁଖ୍ୟମନ୍ତ୍ରୀ ମୋହନ ମାଝୀ ୨୦୨୫-୨୬ ଆର୍ôଥକ ବର୍ଷର ପୂର୍ଣ୍ଣାଙ୍ଗ ବଜେଟ୍ ଉପସ୍ଥାପନ କରିବେ। ମଙ୍ଗଳବାର ବିଧାନସଭା ସଚିବାଳୟ ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି। ଫେବୃୟାରୀ ୧୩ତାରିଖରୁ ଆରମ୍ଭ ହେଉଥିବା ଏହି ବଜେଟ୍ ଅଧିବେଶନର ପ୍ରଥମ ପର୍ଯ୍ୟାୟ ଫେବୃୟାରୀ ୧୩ରୁ ୨୧ତାରିଖ ପର୍ଯ୍ୟନ୍ତ ଏବଂ ଦ୍ୱିତୀୟ ପର୍ଯ୍ୟାୟ ମାର୍ଚ୍ଚ୭ରୁ ଏପ୍ରିଲ ୫ତାରିଖ ପର୍ଯ୍ୟନ୍ତ ଚାଲିବ। ଫେବୃୟାରୀ ୧୪ ଓ ୧୫ତାରିଖ ଦୁଇଦିନ ଧରି ରାଜ୍ୟପାଳଙ୍କ ଅଭିଭାଷଣ ଉପରେ ଆଗତ ଧନ୍ୟବାଦ ପ୍ରସ୍ତାବ ଉପରେ ଆଲୋଚନା ହେବ। ୧୬ରେ ରବିବାର କାରଣରୁ ଛୁଟି ରହିବ। ୧୭ରେ ୨୦୨୫-୨୬ ଆର୍ôଥକ ବର୍ଷର ପୂର୍ଣ୍ଣାଙ୍ଗ ବଜେଟ୍ ଉପସ୍ଥାପିତ କରୁଥିବାବେଳେ ୧୮ରେ ସରକାରୀ କାର୍ଯ୍ୟଦିବସ ରହିଛି। ସେହିପରି ୧୯ରେ ପ୍ରାଇଭେଟ୍ ମେମ୍ବର୍ସ ବିଜିନେସ୍ ଏବଂ ୨୦ ଓ ୨୧ରେ ବଜେଟ୍ ଉପରେ ବିସ୍ତୃତ ସାଧାରଣ ଆଲୋଚନା ତିନି ଧରି ଚାଲିବ। ୨୨ରୁ ମାର୍ଚ୍ଚ ୬ତାରିଖ ପର୍ଯ୍ୟନ୍ତ ଗୃହ କାର୍ଯ୍ୟ ବନ୍ଦ ରହିବ। ପୁଣି ଦ୍ୱିତୀୟ ପର୍ଯ୍ୟାୟରେ ଗୃହ କାର୍ଯ୍ୟ ମାର୍ଚ୍ଚ ୭ରୁ ଆରମ୍ଭ ହେବ। ବିଭାଗୀୟ ଷ୍ଟାଣ୍ଡିଂ କମିଟି ରିପୋର୍ଟମାନ ଗୃହରେ ଆଗତ ହେବ। ତା’ପରେ ମାର୍ଚ୍ଚ ୧୦ରୁ ବିଭାଗୱାରି ଅନୁଦାନ ଦାବି ଉପରେ ଆଲୋଚନା ଓ ମାର୍ଚ୍ଚ ୨୯ରେ ବ୍ୟୟମଞ୍ଜୁରୀ ବିଲ୍ ଗୃହରେ ଆଗତ ହୋଇ ସେହିଦିନ ପାରିତ ହେବ ବୋଲି ବିଧାନସଭାରୁ ପ୍ରକାଶ ପାଇଥିବା ବିଜ୍ଞପ୍ତିରୁ ସ୍ପଷ୍ଟ ହୋଇଛି।

Post Views: 49
Share198Tweet124Send
Voice of Victims

Voice of Victims

Recent Posts

  • ଦିଲ୍ଲୀ ବିଧାନସଭାକୁ ମିଳିଲା ବୋମା ଧମକ, ମୋଦି ଓ ଅମିତ ଶାହଙ୍କୁ ଟାର୍ଗେଟ୍ !
  • ଥାନା ଭିତରେ ରକ୍ତ ଛିଟା, ଦୁଇ ପରିବାରର ଜାଗା ବାଡ଼ିକୁ ନେଇ ପୋଲିସ ଉପସ୍ଥିତିରେ ମାରପିଟ୍
  • ଭୁଲ ଇଞ୍ଜେକ୍ସନ ପାଇଁ ଶିଶୁ ମୃତ୍ୟୁ ଅଭିଯୋଗ, କ୍ୟାପିଟାଲ ହସ୍ପିଟାଲରେ ଉତ୍ତେଜନା
  • କାଲିଠୁ ରତ୍ନଭଣ୍ଡାର ଅଳଙ୍କାର ଗଣତି ମଣତି ଆରମ୍ଭ, ଏସଓପି ଆଧାରରେ ସମସ୍ତ କାର୍ଯ୍ୟ ସୁରୁଖୁରୁରେ କରାଯିବ
  • ଜଳିଗଲା ୨ ବଖରା ଛପର ଘର, ଲୋକମାନଙ୍କର ଉଡିଗଲା ହୋସ !

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In