• About Us
  • Contact Us
Tuesday, March 24, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଦେଶ ବିଦେଶ

ଗୋଳାବାରୁଦ କାରଖାନାରେ ବିସ୍ଫୋରଣ, ୮ ମୃତ

by Voice of Victims
January 24, 2025
in ଦେଶ ବିଦେଶ, ବିଶେଷ ପୃଷ୍ଠା, ମୁଖ୍ୟ ଖବର
ଗୋଳାବାରୁଦ କାରଖାନାରେ ବିସ୍ଫୋରଣ, ୮ ମୃତ

ଭଣ୍ଡାରା: ମହାରାଷ୍ଟ୍ରରେ ଥିବା ଏକ ସରକାରୀ ଗୋଳାବାରୁଦ କାରଖାନାରେ ବିସ୍ଫୋରଣ ଘଟି ୮ ଜଣଙ୍କ ମୃତ୍ୟୁ ହେବା ଭଳି ଅତ୍ୟନ୍ତ ଅଭାବନୀୟ ଘଟଣା ସମ୍ପର୍କରେ ସୂଚନା ମିଳିଛି। ମହାରାଷ୍ଟ୍ରର ଭଣ୍ଡାରା ଜିଲ୍ଲା ଅନ୍ତର୍ଗତ ଜୱାହର ନଗର ଅଞ୍ଚଳରେ ଥିବା ଏହି ଗୋଳାବାରୁଦ କାରଖାନାରେ ଶ୍ରମିକମାନେ କାମ କରୁଥିବା ବେଳେ ଏହି ବିସ୍ଫୋରଣ ହୋଇଥିବା ଜଣାପଡିଛି। ବିସ୍ଫୋରଣରେ କାରଖାନାର ଛାତ ଭୁଶୁଡି ପଡ଼ିବାରୁ ଅନେକ ଶ୍ରମିକ ଦବିଯାଇଥିଲେ। ତେବେ ବର୍ତ୍ତମାନ ସୁଦ୍ଧା ଘଟଣାସ୍ଥଳରୁ ୮ଜଣଙ୍କ ମୃତଦେହ ଉଦ୍ଧାର କରାଯାଇସାରିଥିବା ବେଳେ ୭ ଶ୍ରମିକଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇଛି। ଆହତଙ୍କ ମଧ୍ୟରୁ କେତେକଙ୍କ ଅବସ୍ଥା ଅତ୍ୟନ୍ତ ସଂକଟାପନ୍ନ ରହିଥିବାରୁ ମୃତକଙ୍କ ସଂଖ୍ୟା ବୃଦ୍ଧି ପାଇବା ନେଇ ଆଶଙ୍କା ରହିଛି। କେନ୍ଦ୍ରମନ୍ତ୍ରୀ ନିତିନ ଗଡକରୀ ନିଜେ ଗଣମାଧ୍ୟମକୁ ବିସ୍ଫୋରଣ ତଥା ମୃତାହତଙ୍କ ସମ୍ପର୍କରେ ସୂଚନା ଦେଇଛନ୍ତି। ନାଗପୁରସ୍ଥିତ ପ୍ରତିରକ୍ଷା କାର୍ଯ୍ୟାଳୟର ଜନସମ୍ପର୍କ ଅଧିକାରୀଙ୍କ ସୂଚନା ଅନୁସାରେ, ଉଦ୍ଧାର କାର୍ଯ୍ୟ ଜାରି ରହିଛି। ଉଦ୍ଧାରକାରୀ ଦଳ ଏବଂ ଡାକ୍ତରୀ ଦଳ ଘଟଣାସ୍ଥଳରେ ମୁତୟନ ହୋଇଛନ୍ତି। ଶୁକ୍ରବାର ପୂର୍ବାହ୍ନ ପ୍ରାୟ ସାଢ଼େ ୧୦ଟା ବେଳେ ଏହି ବିସ୍ପୋରଣ ଘଟିଥିବା ଜିଲ୍ଲାପାଳ ସଞ୍ଜୟ କୋଲଟେ କହିଛନ୍ତି। ବିସ୍ଫୋରଣ ସମ୍ପର୍କରେ ଖବର ମିଳିବା ପରେ ତୁରନ୍ତ ଅଗ୍ନିଶମ କର୍ମଚାରୀ ଏବଂ ଆମ୍ବୁଲାନ୍ସକୁ ଘଟଣାସ୍ଥଳକୁ ପଠାଯାଇଥିଲା। ଅନ୍ୟପକ୍ଷେ ଏହି ଘଟଣାରେ ପ୍ରତିରକ୍ଷାମନ୍ତ୍ରୀ ରାଜନାଥ ସିଂହ ଗଭୀର ଶୋକବ୍ୟକ୍ତ କରିଛନ୍ତି। ସେହିପରି ଘଟଣାକୁ ନେଇ ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନଭୀସ ଦୁଃଖପ୍ରକାଶ କରିବା ସହିତ ଆହତମାନଙ୍କୁ ସମସ୍ତ ସହାୟତା ଯୋଗାଇ ଦିଆଯିବ ବୋଲି ପ୍ରତିଶ୍ରୁତି ଦେଇଛନ୍ତି। ବିସ୍ଫୋରଣର କାରଣ ଜାଣିବା ପାଇଁ କାରଖାନା ପକ୍ଷରୁ ଇନ୍‌ହାଉସ୍ ତଦନ୍ତ ଆରମ୍ଭ ହୋଇଛି।

Post Views: 54
Tags: Explosion at ammunition factory
Share200Tweet125Send
Voice of Victims

Voice of Victims

Recent Posts

  • ଦିଲ୍ଲୀ ବିଧାନସଭାକୁ ମିଳିଲା ବୋମା ଧମକ, ମୋଦି ଓ ଅମିତ ଶାହଙ୍କୁ ଟାର୍ଗେଟ୍ !
  • ଥାନା ଭିତରେ ରକ୍ତ ଛିଟା, ଦୁଇ ପରିବାରର ଜାଗା ବାଡ଼ିକୁ ନେଇ ପୋଲିସ ଉପସ୍ଥିତିରେ ମାରପିଟ୍
  • ଭୁଲ ଇଞ୍ଜେକ୍ସନ ପାଇଁ ଶିଶୁ ମୃତ୍ୟୁ ଅଭିଯୋଗ, କ୍ୟାପିଟାଲ ହସ୍ପିଟାଲରେ ଉତ୍ତେଜନା
  • କାଲିଠୁ ରତ୍ନଭଣ୍ଡାର ଅଳଙ୍କାର ଗଣତି ମଣତି ଆରମ୍ଭ, ଏସଓପି ଆଧାରରେ ସମସ୍ତ କାର୍ଯ୍ୟ ସୁରୁଖୁରୁରେ କରାଯିବ
  • ଜଳିଗଲା ୨ ବଖରା ଛପର ଘର, ଲୋକମାନଙ୍କର ଉଡିଗଲା ହୋସ !

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In