• About Us
  • Contact Us
Tuesday, March 24, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ବିଶେଷ ପୃଷ୍ଠା

ସୁପ୍ରିମ୍‌କୋର୍ଟରେ ମାହାଙ୍ଗା ଡବଲ୍ ମର୍ଡର, ରାଜ୍ୟ ସରକାରଙ୍କୁ ନୋଟିସ୍‌, ପ୍ରତାପଙ୍କୁ ଅଡୁଆ

by Voice of Victims
January 25, 2025
in ବିଶେଷ ପୃଷ୍ଠା, ମୁଖ୍ୟ ଖବର, ରାଜ୍ୟ
ସୁପ୍ରିମ୍‌କୋର୍ଟରେ ମାହାଙ୍ଗା ଡବଲ୍ ମର୍ଡର, ରାଜ୍ୟ ସରକାରଙ୍କୁ ନୋଟିସ୍‌, ପ୍ରତାପଙ୍କୁ ଅଡୁଆ

ଭୁବନେଶ୍ବର: ମାହାଙ୍ଗା ଡବଲ୍ ମର୍ଡର ମାମଲା ପୁଣି ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ବିଜେଡି ନେତା ପ୍ରତାପ ଜେନାଙ୍କୁ ଅଡ଼ୁଆରେ ପକାଇଛି। ଏହି ମାମଲାରେ ହାଇକୋର୍ଟ ପ୍ରତାପଙ୍କୁ କ୍ଲିନ୍‌ଚିଟ୍ ଦେବା ପରେ ସେ ଆଶ୍ୱସ୍ତ ହୋଇଥିଲେ। ମାତ୍ର ହାଇକୋର୍ଟଙ୍କ ରାୟକୁ ଚାଲେଞ୍ଜ କରି ମୃତକ କୁଳମଣି ବରାଳଙ୍କ ପୁଅ ରଞ୍ଜିତ ବରାଳ ସୁପ୍ରିମ୍‌କୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ମାନ୍ୟବର ସୁପ୍ରିମ୍‌କୋର୍ଟ ଏହି ମାମଲାକୁ ବିଚାର ପାଇଁ ଗ୍ରହଣ କରି ରାଜ୍ୟ ସରକାରଙ୍କୁ ନୋଟିସ୍ ଜାରି କରିଛନ୍ତି। ଏନେଇ ୪ ସପ୍ତାହ ମଧ୍ୟରେ ଅବଗତ କରିବାକୁ ସୁପ୍ରିମକୋର୍ଟ ରାଜ୍ୟ ଆଇନ ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି। ସୁପ୍ରିମକୋର୍ଟ ଏହି ମାମଲାର ୪ ସପ୍ତାହ ପରେ ଶୁଣାଣି କରିବେ। ସୂଚନାଯୋଗ୍ୟ ମାହାଙ୍ଗା ଡବଲ୍ ମର୍ଡର ମାମଲାରେ ଶ୍ରୀ ଜେନାଙ୍କ ବିରୋଧରେ ସାଲେପୁର ଜେଏମ୍‌ଏଫ୍‌ସି ଅଦାଲତ ୨୦୨୩, ସେପ୍ଟେମ୍ବର ୨୫ରେ ପ୍ରଦାନ କରିଥିବା ନିର୍ଦ୍ଦେଶକୁ ହାଇକୋର୍ଟ ରଦ୍ଦ କରିଥିଲେ। ଏଥିସହିତ ନିମ୍ନ ଅଦାଲତରେ ଶ୍ରୀ ଜେନାଙ୍କ ବିରୋଧରେ ବିଚାରାଧୀନ ଏ ସମ୍ପର୍କିତ ଫୌଜଦାରୀ ମାମଲାକୁ ମଧ୍ୟ ହାଇକୋର୍ଟ ରଦ୍ଦ କରିଥିଲେ। ଏହି ନିର୍ଦ୍ଦେଶ ବିରୋଧରେ ରଞ୍ଜିତ ବରାଳ ସୁଫ୍ରିମ୍‌କୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ୨୦୨୧ ଜାନୁଆରୀ ୧୨ ତାରିଖରେ ବିଜେପି ନେତା କୁଳମଣି ବରାଳ ଓ ତାଙ୍କ ସହଯୋଗୀ ଦିବ୍ୟସିଂହ ବରାଳଙ୍କୁ ହତ୍ୟା କରାଯାଇଥିଲା। ୨୦୨୪, ଅଗଷ୍ଟ ୨୮ରେ ସାଲେପୁର ଅତିରିକ୍ତ ଦୌରାଜଜ୍ ଅଦାଲତ ମାହାଙ୍ଗା ଡବଲ୍ ମର୍ଡର ମାମଲାରେ ୯ ଜଣଙ୍କୁ ଦୋଷୀ ସାବ୍ୟସ୍ତ କରି ଆଜୀବନ କାରାଦଣ୍ଡ ପ୍ରଦାନ କରିଥିଲେ।

Post Views: 78
Tags: Expensive double murder in Supreme Courtnotice to state government
Share198Tweet124Send
Voice of Victims

Voice of Victims

Recent Posts

  • ଦିଲ୍ଲୀ ବିଧାନସଭାକୁ ମିଳିଲା ବୋମା ଧମକ, ମୋଦି ଓ ଅମିତ ଶାହଙ୍କୁ ଟାର୍ଗେଟ୍ !
  • ଥାନା ଭିତରେ ରକ୍ତ ଛିଟା, ଦୁଇ ପରିବାରର ଜାଗା ବାଡ଼ିକୁ ନେଇ ପୋଲିସ ଉପସ୍ଥିତିରେ ମାରପିଟ୍
  • ଭୁଲ ଇଞ୍ଜେକ୍ସନ ପାଇଁ ଶିଶୁ ମୃତ୍ୟୁ ଅଭିଯୋଗ, କ୍ୟାପିଟାଲ ହସ୍ପିଟାଲରେ ଉତ୍ତେଜନା
  • କାଲିଠୁ ରତ୍ନଭଣ୍ଡାର ଅଳଙ୍କାର ଗଣତି ମଣତି ଆରମ୍ଭ, ଏସଓପି ଆଧାରରେ ସମସ୍ତ କାର୍ଯ୍ୟ ସୁରୁଖୁରୁରେ କରାଯିବ
  • ଜଳିଗଲା ୨ ବଖରା ଛପର ଘର, ଲୋକମାନଙ୍କର ଉଡିଗଲା ହୋସ !

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In