• About Us
  • Contact Us
Tuesday, March 24, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ବିଶେଷ ପୃଷ୍ଠା

ପ୍ରତି ଜିଲ୍ଲାରେ ଶିଳ୍ପ ପ୍ରତିଷ୍ଠା ଲକ୍ଷ୍ୟ

by Voice of Victims
January 28, 2025
in ବିଶେଷ ପୃଷ୍ଠା, ମୁଖ୍ୟ ଖବର, ରାଜ୍ୟ
ପ୍ରତି ଜିଲ୍ଲାରେ ଶିଳ୍ପ ପ୍ରତିଷ୍ଠା ଲକ୍ଷ୍ୟ

ଭୁବନେଶ୍ୱର : ଓଡ଼ିଶାର ପ୍ରତି ଜିଲ୍ଲାରେ ଶିଳ୍ପ ପ୍ରତିଷ୍ଠା ପାଇଁ ଆମେ ଲକ୍ଷ୍ୟ ରଖିଛୁ। ଏଥିପାଇଁ ଆମେ ଭିତ୍ତିଭୂମି ବିକାଶ କରୁଛୁ। ରାଜ୍ୟରେ ରେଳପଥ, ସଡ଼କପଥ ଓ ବନ୍ଦରର ବିକାଶ କରାଯାଉଛି। ଏହାଦ୍ୱାରା ମାଲକାନଗିରି ଭଳି ସୀମାନ୍ତ ଅଞ୍ଚଳରେ ବି ଶିଳ୍ପାନୁଷ୍ଠାନ ପ୍ରତିଷ୍ଠା ସମ୍ଭବ ହେବ। ଫଳରେ ସମ୍ପୃକ୍ତ ଅଞ୍ଚଳରେ ଆର୍ôଥକ ଅଭିବୃଦ୍ଧିରେ ସହାୟକ ହେବା ସହିତ ଯୁବବର୍ଗଙ୍କୁ ବ୍ୟାପକ ନିଯୁକ୍ତି ପ୍ରଦାନ କରିବ। ‘ଉତ୍କର୍ଷ ଓଡ଼ିଶା-ମେକ୍ ଇନ୍ ଓଡ଼ିଶା’ କନ୍‌କ୍ଲେଭ୍‌-୨୦୨୫ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୧୦୦ରୁ ଅଧିକ କମ୍ପାନୀ ସିଇଓଙ୍କ ସହ ସ୍ୱତନ୍ତ୍ର ଭାବେ ଆଲୋଚନା କରିବା ଅବସରରେ ଏହି ସୂଚନା ଦେଇଛନ୍ତି। ସେ କହିଛନ୍ତି ଯେ ଯେଉଁସବୁ କ୍ଷେତ୍ରରେ ପୁଞ୍ଜିନିବେଶର ଆବଶ୍ୟକତା ରହିଛି ସେଗୁଡ଼ିକ ହେଉଛି, ଇସ୍ପାତ, ଗ୍ରୀନ୍ ଏନର୍ଜି, ଗ୍ରୀନ୍ ଅମୋନିଆ, ଗ୍ରୀନ୍ ହାଇଡ୍ରୋଜେନ୍‌, ଅକ୍ଷୟ ଶକ୍ତି, କେମିକାଲ୍ସ, ସେମିକଣ୍ଡକ୍ଟର୍‌, ଆଇଟି, ସିମେଣ୍ଟ ଅନ୍ୟତମ। କାରଣ ଓଡ଼ିଶାରେ ପୁଞ୍ଜିନିବେଶ ପାଇଁ ବର୍ତ୍ତମାନ ପ୍ରକୃଷ୍ଟ କ୍ଷେତ୍ର। ଆଜିର ସମୟରେ ଓଡ଼ିଶାର ଜିଡିପି ଦେଶରେ ସର୍ବୋଚ୍ଚ ସ୍ତରରେ ରହିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏହି କାର୍ଯ୍ୟକ୍ରମକୁ ନେଇ ବହୁ ଉତ୍ସାହିତ ଅଛନ୍ତି। ଓଡ଼ିଶା ଉପରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଆଶୀର୍ବାଦ ରହିଛି। ପ୍ରଧାନମନ୍ତ୍ରୀଙ୍କର ଓଡ଼ିଶା ପ୍ରତି ସମର୍ଥନ ରହିଛି। ପ୍ରଧାନମନ୍ତ୍ରୀ ମୋଦୀଙ୍କ ଦୃଷ୍ଟିରେ ଓଡ଼ିଶା ହେଉଛି ସମ୍ଭାବନାର ରାଜ୍ୟ। ଓଡ଼ିଶାରେ ପୁଞ୍ଜିନିବେଶ ପାଇଁ ପର୍ଯ୍ୟାପ୍ତ ସୁଯୋଗ ରହିଛି। ମୁଖ୍ୟମନ୍ତ୍ରୀ କହିଛନ୍ତି, ଆମ ସରକାର ମାତ୍ର ୭ ମାସର ସରକାର। କିନ୍ତୁ ଏହି ସାତ ମାସ ମଧ୍ୟରେ ଆମେ ଓଡ଼ିଶାରେ ଜାତୀୟ ସ୍ତରର ବହୁ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟକ୍ରମ ସଫଳତାର ସହ ଆୟୋଜନ କରିଛୁ। ଆଜିର ଏହି ଉତ୍କର୍ଷ ଓଡ଼ିଶା କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀଙ୍କ ଉଦ୍‌ବୋଧନ ଉଦ୍ୟୋଗୀମାନଙ୍କୁ ଓଡ଼ିଶାରେ ଅଧିକରୁ ଅଧିକ ପୁଞ୍ଜିନିବେଶ ପାଇଁ ଉତ୍ସାହିତ କରିଛି। ଓଡ଼ିଶା ପ୍ରାକୃତିକ ସମ୍ବଳ ଓ ଖଣିଜ ସମ୍ପଦରେ ଭରପୂର। ଏସବୁର ସଠିକ ଉପଯୋଗରେ ଓଡ଼ିଶା ବିକଶିତ ଭାରତର ଗ୍ରୋଥ୍ ଇଞ୍ଜିନ୍ ହେବ ବୋଲି ମୋଦିଜୀ କହିଛନ୍ତି। ତେଣୁ ନିବେଶକଙ୍କ ସହଯୋଗରେ ମୋଦିଜୀଙ୍କ ଏହି ଲକ୍ଷ୍ୟ ପୂରଣ ହେବ। କାର୍ଯ୍ୟକ୍ରମରେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ସ୍ୱାଗତ ଅଭିଭାଷଣ ରଖି ଅଂଶଗ୍ରହଣକାରୀ ସମସ୍ତ କମ୍ପାନୀଗଡ଼ିକୁ ଓଡ଼ିଶାକୁ ସ୍ୱାଗତ କରି ଉଦ୍ୟୋଗ ସ୍ଥାପନ ନିମନ୍ତେ ସମସ୍ତ ସୁବିଧା ସୁଯୋଗ ସରକାରଙ୍କ ତରଫରୁ ଯୋଗାଇ ଦିଆଯିବ ବୋଲି ପ୍ରକାଶ କରିଥିଲେ। ସିଆଇଆଇର ମହାନିର୍ଦ୍ଦେଶକ ଚନ୍ଦ୍ରଜିତ ବାନାର୍ଜୀ ଅଧିବେଶନକୁ ସଂଚାଳନ କରିଥିବାବେଳେ, ପିଡବ୍ଲ୍ୟୁସିର ଅଧ୍ୟକ୍ଷ ସଂଜୀବ କ୍ରିଷନ, କାର୍ଯ୍ୟକ୍ରମରେ ଉପସ୍ଥିତ ରହି ନିଜର ସୁଚିନ୍ତିତ ମତବ୍ୟକ୍ତ କରିଥିଲେ। ଶେଷରେ ଶିଳ୍ପ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ହେମନ୍ତ କୁମାର ଶର୍ମା ଧନ୍ୟବାଦ ଅର୍ପଣ କରିଥିଲେ। ଉକ୍ତ ବୈଠକରେ ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ନିକୁଞ୍ଜ ବିହାରୀ ଧଳ ଉପସ୍ଥିତ ଥିଲେ।

Post Views: 62
Share199Tweet125Send
Voice of Victims

Voice of Victims

Recent Posts

  • ୩୪ ତମ ବିଶ୍ୱ ଜଳ ଦିବସ, ଦର୍ପନାରାୟଣପୁର ଶୁକୃ ବେହେରା ପାଣିପଞ୍ଚାୟତ ଅଧୀନରେ ରେ ଭାରତ ର ପ୍ରଥମ ସ୍ୱୟଂ ଚାଳିତ କେନାଲ ପ୍ରଣାଳୀ ଲୋକାର୍ପିତ
  • ଇରାନ ରାଜଧାନୀ ଉପରେ ଆମେରିକାର ଭୟଙ୍କର ବୋମା ! ବିଦ୍ୟୁତ ସେବା ଠପ୍, ଅନ୍ଧାରରେ ବୁଡ଼ିଲା ସାରା ସହର
  • ବିଜେଡିରୁ ୬ ନିଲମ୍ବିତ ସଦସ୍ୟଙ୍କ ସଭ୍ୟ ପଦ ରଦ୍ଦ ପାଇଁ ଆଜି ଦରଖାସ୍ତ ! ବାଚସ୍ପତିଙ୍କ ନିଷ୍ପତ୍ତି ଉପରେ ନିର୍ଭର
  • ରାଜ୍ୟରେ ପର୍ଯ୍ୟାପ୍ତ ପରିମାଣର ଗ୍ୟାସ୍ ମହଜୁଦ ଅଛି, ଭୟଭୀତ ହୁଅନ୍ତୁ ନାହିଁ: ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର
  • ବିଧାନସଭାରେ ମୁଖ୍ୟମନ୍ତ୍ରୀଙ୍କ ଉତ୍ତର, ବର୍ତ୍ତମାନ ୩ ଜିଲ୍ଲାରେ ସକ୍ରିୟ ଅଛନ୍ତି ୧୫ ମାଓବାଦୀ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In