• About Us
  • Contact Us
Sunday, August 16, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ମୁଖ୍ୟ ଖବର

ଦୀପାଳିଙ୍କ ବୟାନ: ସିବିଆଇକୁ ଚିଠି ଲେଖିବୁ

by Voice of Victims
January 29, 2025
in ମୁଖ୍ୟ ଖବର, ରାଜ୍ୟ
ଦୀପାଳିଙ୍କ ବୟାନ: ସିବିଆଇକୁ ଚିଠି ଲେଖିବୁ

ଭୁବନେଶ୍ୱର: ପୂର୍ବତନ ମନ୍ତ୍ରୀ ନବ ଦାସଙ୍କ ହତ୍ୟା ମାମଲାରେ ତାଙ୍କ ଝିଅ ଦୀପାଳି ଦାସ ବୁଧବାର ଏକ ବଡ଼ ବୟାନ ଦେଇଛନ୍ତି । ତାଙ୍କ ବାପାଙ୍କ ହତ୍ୟା ମାମଲାର ତଦନ୍ତ ପାଇଁ ସିବିଆଇକୁ ଚିଠି ଲେଖିବୁ ବୋଲି ଦିପାଳି ଦାସ କହିଛନ୍ତି । ସେ କହିଛନ୍ତି ଯେ ହତ୍ୟା ମାମଲାର ସିବିଆଇ ତଦନ୍ତ ପାଇଁ ଆମେ ଦାବି କରିବୁ । ଏନେଇ ଚିଠି ପ୍ରସ୍ତୁତ କରୁଛୁ, ଖୁବଶୀଘ୍ର ସିବିଆଇକୁ ଦେବୁ । ଏଠାରେ ଉଲ୍ଲେଖ ଯୋଗ୍ୟ ଯେ ଠିକ ଦୁଇବର୍ଷ ତଳେ ଆଜିର ଦିନରେ ନବ ଦାସଙ୍କୁ ହତ୍ୟା କରାଯାଇଥିଲା ।  ପ୍ରକାଶ ଯେ ନବ ଦାସ ହତ୍ୟାକାଣ୍ଡ ମାମଲାରେ ସିବିଆଇ ତଦନ୍ତ କରିବାକୁ ଝିଅ ଦୀପାଳି ବାରମ୍ବାର ଦାବି କରିଆସୁଛନ୍ତି । ହେଲେ ଲିଖିତ ଆକାରରେ ଦେବାକୁ ବହୁ ବିଜେପି ନେତା କହିଆସୁଥିଲେ ।ସିବିଆଇ ତଦନ୍ତ କରିବାକୁ ଝିଅ ଦୀପାଳି ଦାବି କରିବା ପରେ ଏହାକୁ ନେଇ ରାଜନୈତିକ ବୟାନବାଜି ଜାରି ରହିଛି।  ମାସେ ହେଲାଣି ନବଙ୍କ ମୃତ୍ୟୁକୁ ନେଇ ଗୋଟିଏ ପରେ ଗୋଟିଏ ଗୁମର ଖୋଲିବାରେ ଲାଗିଛି । ଆଉ ଏହି ସମୟରେ ବଡ ବୟାନ ଦେଇଥିଲେ ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। କହିଥିଲେ ଏହି ମାମଲାରେ ତଦନ୍ତ ପ୍ରକ୍ରିୟା କଣ ହେବ, ସେ ନେଇ ସରକାର ଆଗକୁ ନିଷ୍ପତ୍ତି ନେବେ, ବିଭିନ୍ନ ତଥ୍ୟ ଗୋଟି ଗୋଟି କରି ସାମ୍ନାକୁ ଆସୁଛି। ସେ ଆହୁରି ମଧ୍ୟ କହିଥିଲେ,  ପୂର୍ବ ସରକାର ସମୟରେ ଭୟର ବାତାବରଣ ଥିବାରୁ ଅନେକ ଲୋକ ମୁହଁ ଖୋଲୁନଥିଲେ, ଏପରିକି ନବ ଦାସଙ୍କ ପରିବାର ଲୋକ ମଧ୍ୟ ମୁହଁ ଖୋଲିବାକୁ ସାହାସ କରୁନଥିଲେ, ସେ ଭୟ ଦୂରେଇ ଯାଇଛି । ତେଣୁ ଅନେକ ତଥ୍ୟ ଧୀରେ ଧୀରେ ସାମ୍ନାକୁ ଆସିବା ଆରମ୍ଭ ହୋଇଛି  ଆଉ ସେହି ସବୁ ତଥ୍ୟକୁ ହୁଏତ ଆଗାମୀ ଦିନରେ ତଦନ୍ତ ପରିସରଭୁକ୍ତ କରାଯିବ। 

Post Views: 71
Share199Tweet124Send
Voice of Victims

Voice of Victims

Recent Posts

  • ସିକ୍କିମରେ ବିଶାଳ ଭୂସ୍ଖଳନ, ଖସୁଛି ପାହାଡ଼, ବିପଦରେ ୧୫୦ ଲୋକ
  • ପଶ୍ଚିମବଙ୍ଗର ପୂର୍ବତନ ଉପବାଚସ୍ପତି ଆଶିଷ ବାନାର୍ଜୀଙ୍କ ମୃତ୍ୟୁ, ଟିଏମସି କାର୍ଯ୍ୟାଳୟରୁ ମୃତଦେହ ଉଦ୍ଧାର
  • ବଙ୍ଗୋପସାଗର ରେ ସୃଷ୍ଟି ହେଲା ଲଘୁଚାପ, ୩ ଦିନ ଭିଜିବ ଓଡ଼ିଶା
  • ଟ୍ବିନ ସିଟିରେ ଲଗାଣ ବର୍ଷା, ୩ ଘଣ୍ଟା ପାଇଁ ୟେଲୋ ୱାର୍ଣ୍ଣିଂ
  • ହରୀପ୍ରୀୟା ଇଂରାଜୀ ମିଡିୟମ୍ ବିଦ୍ୟାଳୟରେ ପାଳିତ ହେଲା ସ୍ୱାଧୀନତା ଦିବସ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In