• About Us
  • Contact Us
Tuesday, March 24, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ବିଶେଷ ପୃଷ୍ଠା

ରାଜଧାନୀର ଟ୍ରାଫିକ୍ ସସମ୍ୟା ଦୂର ପାଇଁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: ବିନିଯୋଗ କରାଯିବ ୭,୦୦୦ କୋଟି

by Voice of Victims
January 31, 2025
in ବିଶେଷ ପୃଷ୍ଠା, ମୁଖ୍ୟ ଖବର, ରାଜ୍ୟ
ରାଜଧାନୀର ଟ୍ରାଫିକ୍ ସସମ୍ୟା ଦୂର ପାଇଁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: ବିନିଯୋଗ କରାଯିବ ୭,୦୦୦ କୋଟି

ଭୁବନେଶ୍ୱର : ଜୟଦେବ ବିହାରରୁ ନନ୍ଦନକାନନ ପର୍ଯ୍ୟନ୍ତ ଏକ ଏଲିଭେଟେଡ୍ କରିଡର୍ କରାଯିବ। ପଟିଆ ଷ୍ଟେସନ୍ ଛକରୁ ସୁଆଙ୍ଗ ମୌଜା ପର୍ଯ୍ୟନ୍ତ ଦୟା ୱେଷ୍ଟ୍ କେନାଲ୍ ରାସ୍ତା ନିର୍ମାଣ ସହିତ ସୁନ୍ଦରପଦାରୁ ଜଟଣୀ ରାସ୍ତାର ପ୍ରଶସ୍ତୀକରଣ ଏବଂ କଳ୍ପନା ଛକ-ମ୍ୟୁଜିୟମ୍ ଓ ଶିଶୁଭବନ ଛକରେ ୩ଟି ଫ୍ଲାଏଉଭର୍ ହେବ। ଏଜି ଛକରେ ଏକ ଅଣ୍ଡର୍‌ପାସ୍ ନିର୍ମାଣ ପାଇଁ ଯୋଜନା ରଖାଯାଇଛି। ସେହିପରି ରାଜଧାନୀର ଟ୍ରାପିକ୍ ସମସ୍ୟାକୁ ନଜର ଦେଇ କିଛି ସ୍ଥାନରେ ‘ଇନର୍ ରିଙ୍ଗ୍ ରୋଡ୍‌’ ମଧ୍ୟ ନିର୍ମାଣ କରାଯିବ। ସମ୍ପୂର୍ଣ୍ଣ କାର୍ଯ୍ୟ ପାଇଁ ପ୍ରାୟ ୭ ହଜାର କୋଟି ଟଙ୍କା ବିନିଯୋଗ କରାଯିବ। ଏହି ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଶୁକ୍ରବାର ଲୋକସେବା ଭବନରେ ପୂର୍ତ୍ତ ବିଭାଗର କାର୍ଯ୍ୟକ୍ରମ ସମୀକ୍ଷା କରି ରାଜ୍ୟ ସରକାରଙ୍କ ପକ୍ଷରୁ ପରିକଳ୍ପିତ ବିଭିନ୍ନ ନୂତନ ପ୍ରକଳ୍ପଗଡ଼ିକ ତୁରନ୍ତ କାର୍ଯ୍ୟକାରୀ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିର୍ଦ୍ଦେଶ ଦେଇଛନ୍ତି। ବର୍ତ୍ତମାନ ସୁଦ୍ଧା ବଜେଟ୍ ପରିମାଣର ୭୨ ପ୍ରତିଶତ ଖର୍ଚ୍ଚ ହୋଇଥିବାବେଳେ ଆର୍ôଥକବର୍ଷ ଶେଷ ସୁଦ୍ଧା ଶତ ପ୍ରତିଶତ ଖର୍ଚ୍ଚ କରିବା ପାଇଁ ସେ ନିର୍ଦ୍ଦେଶ ଦେଇଛନ୍ତି। ବୈଠକରେ ଭୁବନେଶ୍ୱରର ସମନ୍ୱିତ ବିକାଶ ଯୋଜନା ସହିତ ଟ୍ରାଫିକ୍ ଭିଡ଼ ହ୍ରାସ ଯୋଜନା ସମ୍ପର୍କରେ ଆଲୋଚନା ହୋଇଛି। ପରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଇନ୍‌ଷ୍ଟିଚ୍ୟୁଟ ଅଫ୍ ମ୍ୟାଥ୍‌ମେଟିକସ୍‌ରୁ ପଥର ଗାଡ଼ିଆ- ଉତ୍କଳ ହସ୍ପିଟାଲ୍‌- ରେଲ୍ ବିହାର ଦେଇ ଏକାମ୍ରକାନନ ପର୍ଯ୍ୟନ୍ତ ଲେଫ୍ଟ ପାରାଲାଲ୍ ରୋଡ୍ କାମ ଜାରି ରହିଛି। ଏହା ସହିତ ଡମଣାରୁ ପ୍ରେସ୍ ଛକ, କଳା ରାହାଙ୍ଗରୁ ବାରିମୁଣ୍ଡ ଓ କେଳୁଚରଣ ପାର୍କରୁ ବାରିମୁଣ୍ଡ ପର୍ଯ୍ୟନ୍ତ ୩ଟି ରାଇଟ୍ ଆକ୍‌ସେସ୍ ରୋଡ୍ ନିର୍ମାଣର ଯୋଜନା ରଖାଯାଇଛି। ଏଥି ମଧ୍ୟରୁ ଡମଣା ଛକରୁ ପ୍ରେସ୍ ଛକ ରାସ୍ତା କାମ ସରିଥିବା ବେଳେ ସୁନ୍ଦରପଦା-ଜଟଣୀ ରୋଡ୍ ଓ ଲେଫ୍ଟ ପାରାଲାଲ୍ ରୋଡ୍ କାମ ଜାରିରହିଛି। ବାକି ସବୁ କାମର ତୁରନ୍ତ ବିସ୍ତୃତ ପ୍ରକଳ୍ପ ରିପୋର୍ଟ ତୁରନ୍ତ ପ୍ରସ୍ତୁତ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ଭୁବନେଶ୍ୱର ପାଇଁ ୬୪ କିଲୋମିଟର ବିଶିଷ୍ଟ ଏକ ଇନର୍ ରିଙ୍ଗ୍‌ରୋଡ୍ କରାଯିବ। ଏଥିରେ ତମାଣ୍ଡୋରୁ ପାଇକରାପୁର ଏବଂ ଧଉଳିରୁ ତମାଣ୍ଡୋ ପର୍ଯ୍ୟନ୍ତ ୬ ଲେନ୍ ବିଶିଷ୍ଟ ରାସ୍ତା ନିର୍ମାଣ କରାଯିବ। ଏହା ସହିତ ଭୁବନେଶ୍ୱରର ସଂପ୍ରସାରଣ ପାଇଁ ଏକ ଆଉଟର୍ ରିଙ୍ଗ୍ ରୋଡ୍‌ର ଯୋଜନା ମଧ୍ୟ ପ୍ରସ୍ତୁତ କରାଯାଇଛି। ୧୪୮ କିଲୋମିଟର ବିଶିଷ୍ଟ ଏହି ରିଙ୍ଗ୍ ରୋଡ୍‌, ୬ ଲେନ୍ ହେବା ସହିତ ୨ଟି ସର୍ଭିସ୍ ରୋଡ୍ ମଧ୍ୟ ରହିବ। ଏଥିପାଇଁ ସମୁଦାୟ ୬,୧୫୨ କୋଟି ଟଙ୍କା ବିନିଯୋଗ କରାଯିବ। ଏହା ଦ୍ୱାରା ସହରର ସଂପ୍ରସାରଣ ହେବା ସହିତ ଯୋଗାଯୋଗର ସୁବିଧା ବଢ଼ିବ। ଅର୍ଥନୈତିକ ଅଭିବୃଦ୍ଧି ସହିତ ପର୍ଯ୍ୟଟନ ବୃଦ୍ଧିହେବା ସହ ଉତ୍ତମ ପରିବେଶ ସୃଷ୍ଟିହେବ । ବୈଠକର ଆଲୋଚନାରୁ ଜଣାଯାଇଥିଲା ଯେ, ରାଜ୍ୟର ଚାରିପାର୍ଶ୍ୱକୁ ଏକ ଗ୍ରାଣ୍ଡ ରିଙ୍ଗ୍ ରୋଡ୍ ମାଧ୍ୟମରେ ଯୋଡ଼ିବା ପାଇଁ ଯେଉଁ ଲକ୍ଷ୍ୟ ରଖାଯାଇଛି, ତାହାର ପ୍ରାଥମିକ ପର୍ଯ୍ୟାୟରେ ବ୍ରହ୍ମପୁରରୁ ଜୟପୁର ପର୍ଯ୍ୟନ୍ତ ୨୮୭ କିଲୋମିଟର ଏକ ସଡ଼କ ନିର୍ମାଣ କରାଯିବ। ଏଥିରେ ୪ଟି ଟନେଲ୍ ରହିବ। କେନ୍ଦୁଝର ମା’ ତାରିଣୀଙ୍କ ମନ୍ଦିରର ବିକାଶ ଓ ଚାରିପାର୍ଶ୍ୱର ସୌନ୍ଦର୍ଯ୍ୟକରଣ ପାଇଁ ୨୧୪ କୋଟି ଟଙ୍କା ଖର୍ଚ୍ଚ କରାଯିବ ବୋଲି ବୈଠକର ଆଲୋଚନାରୁ ଜଣାଯାଇଛି। ଏହି କାର୍ଯ୍ୟ ତୁରନ୍ତ ଆରମ୍ଭକରି ସମୟସୀମା ମଧ୍ୟରେ ଶେଷ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଏହା ବ୍ୟତୀତ ବଡବିଲ୍ ରିଙ୍ଗ୍ ରୋଡ୍‌, ଭୁବନେଶ୍ୱର ୟୁନିଟ୍‌-୨ ଅଞ୍ଚଳର ବିକାଶ ଓ ଅନ୍ୟାନ୍ୟ ପ୍ରକଳ୍ପ ବିଷୟରେ ମଧ୍ୟ ବୈଠକରେ ଆଲୋଚନା ହୋଇଥିଲା। ବୈଠକରେ ପୂର୍ତ୍ତ, ଆଇନ ଓ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ, ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ଉନ୍ନୟନ କମିଶନର ଅନୁ ଗର୍ଗ, ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ନିକୁଞ୍ଜ ବିହାରୀ ଧଳ, ପୂର୍ତ୍ତ ବିଭାଗର ପ୍ରମୁଖ ଶାସନ ସଚିବ ବୀର ବିକ୍ରମ ଯାଦବ ଏବଂ ପୂର୍ତ୍ତ ବିଭାଗର ବରିଷ୍ଠ ଯନ୍ତ୍ରୀମାନେ ଉପସ୍ଥିତ ଥିଲେ। ଓଡ଼ିଶା ସରକାର ଭିତ୍ତିଭୂମି ବିକାଶକୁ ଗୁରୁତ୍ୱ ଦେଇଛନ୍ତି। ଆଗାମୀ ୫ ବର୍ଷରେ ୭୫ ହଜାର କିଲୋମିଟର ରାସ୍ତା ନିର୍ମାଣ କରିବେ। ଏଥିପାଇଁ ନୂଆ ରୋଡ୍ ପଲିସି ଆସିବ। ନୂଆ ଟେକ୍‌ନୋଲୋଜି ବ୍ୟବହାର କରି ରାସ୍ତା ନିର୍ମାଣ ସହ ପୁରୁଣା ରାସ୍ତାର ବି ମରାମତି ହେବ। ଖଣି, ଶିଳ୍ପ ଅନୁଷ୍ଠାନ ସହ ଇଣ୍ଡଷ୍ଟ୍ରିଆଲ୍ ପାର୍କ, ଲଜିଷ୍ଟିକ୍ ପାର୍କ , ପୋର୍ଟକୁ ରାସ୍ତା ସହ ମୋଟ୍ ୯୦ ହଜାର କୋଟି ଟଙ୍କାର ରାସ୍ତା ତିଆରି ହେବ। ଆସନ୍ତା ୩ବର୍ଷରେ ରାଜ୍ୟରେ ବୈପ୍ଲବିକ ପରିବର୍ତ୍ତନ ହେବ। ଏହା କହିଛନ୍ତି ପୂର୍ତ୍ତ ବିଭାଗ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ।

Post Views: 126
Tags: Chief Minister's big announcement to ease traffic congestion in the capital: Rs 7
Share210Tweet131Send
Voice of Victims

Voice of Victims

Recent Posts

  • ୩୪ ତମ ବିଶ୍ୱ ଜଳ ଦିବସ, ଦର୍ପନାରାୟଣପୁର ଶୁକୃ ବେହେରା ପାଣିପଞ୍ଚାୟତ ଅଧୀନରେ ରେ ଭାରତ ର ପ୍ରଥମ ସ୍ୱୟଂ ଚାଳିତ କେନାଲ ପ୍ରଣାଳୀ ଲୋକାର୍ପିତ
  • ଇରାନ ରାଜଧାନୀ ଉପରେ ଆମେରିକାର ଭୟଙ୍କର ବୋମା ! ବିଦ୍ୟୁତ ସେବା ଠପ୍, ଅନ୍ଧାରରେ ବୁଡ଼ିଲା ସାରା ସହର
  • ବିଜେଡିରୁ ୬ ନିଲମ୍ବିତ ସଦସ୍ୟଙ୍କ ସଭ୍ୟ ପଦ ରଦ୍ଦ ପାଇଁ ଆଜି ଦରଖାସ୍ତ ! ବାଚସ୍ପତିଙ୍କ ନିଷ୍ପତ୍ତି ଉପରେ ନିର୍ଭର
  • ରାଜ୍ୟରେ ପର୍ଯ୍ୟାପ୍ତ ପରିମାଣର ଗ୍ୟାସ୍ ମହଜୁଦ ଅଛି, ଭୟଭୀତ ହୁଅନ୍ତୁ ନାହିଁ: ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର
  • ବିଧାନସଭାରେ ମୁଖ୍ୟମନ୍ତ୍ରୀଙ୍କ ଉତ୍ତର, ବର୍ତ୍ତମାନ ୩ ଜିଲ୍ଲାରେ ସକ୍ରିୟ ଅଛନ୍ତି ୧୫ ମାଓବାଦୀ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In