• About Us
  • Contact Us
Sunday, May 10, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଦେଶ ବିଦେଶ

ରେଳବାଇ ପାଇଁ ୨.୫୨ ଲକ୍ଷ କୋଟିର ପୁଞ୍ଜି ବ୍ୟୟ ବ୍ୟବସ୍ଥା ସହ ଆଧୁନିକ ଯାତ୍ରୀ ସୁବିଧା ଓ ସୁରକ୍ଷା ପ୍ରତି ଧ୍ୟାନ: ଅଶ୍ୱିନୀ ବୈଷ୍ଣବ

by Voice of Victims
February 1, 2025
in ଦେଶ ବିଦେଶ, ବିଶେଷ ପୃଷ୍ଠା, ମୁଖ୍ୟ ଖବର
ରେଳବାଇ ପାଇଁ ୨.୫୨ ଲକ୍ଷ କୋଟିର ପୁଞ୍ଜି ବ୍ୟୟ ବ୍ୟବସ୍ଥା ସହ ଆଧୁନିକ ଯାତ୍ରୀ ସୁବିଧା ଓ ସୁରକ୍ଷା ପ୍ରତି ଧ୍ୟାନ: ଅଶ୍ୱିନୀ ବୈଷ୍ଣବ

ନୂଆଦିଲ୍ଲୀ: କେନ୍ଦ୍ର ରେଳ, ସୂଚନା ପ୍ରସାରଣ ଏବଂ ଇଲେକ୍ଟ୍ରୋନିକ୍ସ ଓ ଆଇଟି ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ୨୦୨୫-୨୬ ଆର୍ଥିକ ବର୍ଷର ବଜେଟକୁ ସ୍ୱାଗତ କରିଛନ୍ତି। ବଜେଟରେ ରେଳବାଇ ପାଇଁ ୨.୫୨ ଲକ୍ଷ କୋଟି ଟଙ୍କାର ବିପୁଳ ପୁଞ୍ଜି ବ୍ୟୟ ବ୍ୟବସ୍ଥା କରାଯାଇଥିବାରୁ କେନ୍ଦ୍ର ରେଳ ମନ୍ତ୍ରୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ଅର୍ଥ ମନ୍ତ୍ରୀ ନିର୍ମଳା ସୀତାରମଣଙ୍କୁ ଧନ୍ୟବାଦ ଜଣାଇଛନ୍ତି। ସେ କହିଛନ୍ତି, ରେଳବାଇ ନିଜର ନେଟୱର୍କ ବଢ଼ାଉଛି। ଟ୍ରେନରେ ଯାତ୍ରୀଙ୍କ ପାଇଁ ଆଧୁନିକ ସୁବିଧା ଓ ସୁରକ୍ଷା ପ୍ରତି ବିଶେଷ ପ୍ରାଧାନ୍ୟ ଦିଆଯାଉଛି। ନୂଆ ପ୍ରକଳ୍ପକୁ ଦେଖିଲେ ପ୍ରାୟ ୧୦୦ଟି ନୂଆ ଅମୃତ ଭାରତ ଟ୍ରେନ ନିର୍ମାଣ ଲାଗି ବଜେଟରେ ବ୍ୟବସ୍ଥା କରାଯାଇଛି। ୫୦ଟି ନମୋ ଭାରତ ଟ୍ରେନ ଏବଂ ସ୍ଲିପର ଓ ଚେୟାର କାର ସଂସ୍କରଣ ସହିତ ୨୦୦ ବନ୍ଦେ ଭାରତ ଟ୍ରେନ ନିର୍ମାଣ କରାଯିବ ବୋଲି ସେ ସୂଚନା ଦେଇଛନ୍ତି। ଶ୍ରୀ ବୈଷ୍ଣବ ଆହୁରି କହିଛନ୍ତି, ଇଣ୍ଡିଆ ସେମିକଣ୍ଡକ୍ଟର ମିଶନ ଏବଂ ଇଣ୍ଡିଆ ଏଆଇ ମିଶନ ଆଗାମୀ ବର୍ଷଗୁଡ଼ିକରେ ଦେଶର ବୈଷୟିକ ଚାହିଦା ଓ ଆବଶ୍ୟକତା ପୂରଣ ପାଇଁ ମୂଳଦୁଆ ପକାଇଛି। ସେହିପରି କ୍ୱାଣ୍ଟମ ମିଶନ, ଅନୁସନ୍ଧାନ ନେସନାଲ ରିସର୍ଚ୍ଚ ଫାଉଣ୍ଡେସନ, ଏବଂ ଡିପଟେକ୍‌ ଷ୍ଟାର୍ଟଅପ୍‌ ଉପରେ ବିଶେଷ ଧ୍ୟାନ ଦିଆଯାଇଛି। ଏହାଦ୍ୱାରା ଦେଶରେ ଏକ ଶକ୍ତିଶାଳୀ ବୈଷୟିକ ଆଧାର ପ୍ରତିଷ୍ଠା ହେବ। ବର୍ତ୍ତମାନ ସମୟରେ ଭାରତ ପାଇଁ ଏଭଳି ପ୍ରଗତି ବେଶ ଗୁରୁତ୍ୱପୂର୍ଣ୍ଣ ବୋଲି ଶ୍ରୀ ବୈଷ୍ଣବ କହିଛନ୍ତି ।

Post Views: 51
Share197Tweet123Send
Voice of Victims

Voice of Victims

Recent Posts

  • ବାଲିଅନ୍ତା ଭିଡ଼ ହିଂସା ଘଟଣା; ଅତ୍ୟନ୍ତ କ୍ଷବ୍ଧ ମୁଖ୍ୟମନ୍ତ୍ରୀ ଦେଲେ କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ
  • ଆସନ୍ତା ୧୧ରୁ ପୁଣି ଶ୍ରୀମନ୍ଦିର ଭିତର ରତ୍ନଭଣ୍ଡାର ଗଣତି ମଣତି କାର୍ଯ୍ୟ
  • ତାମିଲନାଡୁ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ବିଜୟ, ସମାରୋହରେ ରାହୁଲ ଗାନ୍ଧୀ ସାମିଲ
  • ଓଡ଼ିଶାକୁ ଘାରିଲା ବାତ୍ୟା ଭୟ ! ୧୧ରେ ଲଘୁଚାପ ସମ୍ଭାବନା, ୧୩ ତାରିଖ ସୁଦ୍ଧା ସ୍ପଷ୍ଟ ହେବ ଚିତ୍ର
  • ‘ନବୀନ ନିବାସ’ ସାମ୍ନାରୁ ହଟିବ ବ୍ୟାରିକେଡ୍‌ ! ହାଇକୋର୍ଟଙ୍କ ଅସନ୍ତୋଷ ପରେ ତତ୍ପର ପୂର୍ତ୍ତ ବିଭାଗ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In