• About Us
  • Contact Us
Monday, April 6, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ମୁଖ୍ୟ ଖବର

୧୨ରେ ବିଧାନସଭାର ସର୍ବଦଳୀୟ ବୈଠକ

by Voice of Victims
February 6, 2025
in ମୁଖ୍ୟ ଖବର, ରାଜ୍ୟ
୧୨ରେ ବିଧାନସଭାର ସର୍ବଦଳୀୟ ବୈଠକ

ଭୁବନେଶ୍ୱର: ଆସନ୍ତା ୧୨ ତାରିଖରେ ବିଧାନସଭାର ସର୍ବଦଳୀୟ ବୈଠକ ବସିବ । ଦିନ ୧୧ଟାରେ ବେଳେ ବାଚସ୍ପତି ସୁରମା ପାଢ଼ୀଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ବସିବ ବୋଲି ଜଣାଯାଇଛି । ପ୍ରକାଶ ଯେ ଆସନ୍ତା ୧୩ ତାରିଖରୁ ବିଧାନସଭାର ବଜେଟ୍ ଅଧିବେଶନ । ୧୭ ତାରିଖରେ ୨୦୨୫-୨୬ ଆର୍ଥିକ ବର୍ଷର ବଜେଟ୍ ଉପସ୍ଥାପନ ହେବ । ଆଉ ଏହି ଅଧିବେଶନ ଦୁଇଟି ପର୍ୟ୍ୟାୟରେ ୨୮ଦିନ ଚାଲିବ । ବିଧାନସଭା ସଚିବାଳୟ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ, ସପ୍ତଦଶ ବିଧାନସଭାର ତୃତୀୟ ଅଧିବେଶନ ଆସନ୍ତା ଫେବୃୟାରୀ ୧୩ତାରିଖରୁ ଆରମ୍ଭ ହେବ । ଅଧିବେଶନର ପ୍ରଥମ ପର୍ୟ୍ୟାୟ ଫେବୃୟାରୀ ୧୩ରୁ ୨୧ତାରିଖ ପର୍ୟ୍ୟନ୍ତ ଏବଂ ଦ୍ୱିତୀୟ ପର୍ୟ୍ୟାୟ ମାର୍ଚ୍ଚ୭ରୁ ଏପ୍ରିଲ ୫ତାରିଖ ପର୍ୟ୍ୟନ୍ତ ଚାଲିବ । ପ୍ରଥମ ଦିନରେ ରାଜ୍ୟପାଳ ଡଃ ହରିବାବୁ କମ୍ଭମପତିଙ୍କ ଅଭିଭାଷଣର କାର୍ୟ୍ୟକ୍ରମ ରହିଛି । ଫେବୃୟାରୀ ୧୪ ଓ ୧୫ତାରିଖ ଦୁଇଦିନ ଧରି ରାଜ୍ୟପାଳଙ୍କ ଅଭିଭାଷଣ ଉପରେ ଆଗତ ଧନ୍ୟବାଦ ପ୍ରସ୍ତାବ ଉପରେ ଆଲୋଚନା ହେବ । ୧୬ତାରିଖ ରବିବାର ଛୁଟି ଥିବାବେଳେ ୧୭ରେ ୨୦୨୫-୨୬ ଆର୍ଥିକ ବର୍ଷର ପୂର୍ଣ୍ଣାଙ୍ଗ ବଜେଟ୍ ଉପସ୍ଥାପିତ ହେବ । ୧୮ରେ ସରକାରୀ କାର୍ୟ୍ୟଦିବସ ଥିବାବେଳେ ୧୯ରେ ପ୍ରାଇଭେଟ୍ ମେମ୍ବର୍ସ ବିଜିନେସ୍ ଏବଂ ୨୦ ଓ ୨୧ରେ ବଜେଟ୍ ଉପରେ ସାଧାରଣ ଆଲୋଚନା ଆରମ୍ଭ ହେବ । ୨୨ରୁ ମାର୍ଚ୍ଚ ୬ତାରିଖ ପର୍ୟ୍ୟନ୍ତ ଗୃହ କାର୍ୟ୍ୟ ବନ୍ଦ ରହିବ ।ଦ୍ୱିତୀୟ ପର୍ୟ୍ୟାୟରେ ଗୃହ କାର୍ୟ୍ୟ ମାର୍ଚ୍ଚ ୭ତାରିଖରୁ ଆରମ୍ଭ ହେବ । ବିଭାଗୀୟ ଷ୍ଟାଣ୍ଡିଂ କମିଟି ରିପୋର୍ଟମାନ ଗୃହରେ ଆଗତ ହେବ । ତା’ପରେ ମାର୍ଚ୍ଚ ୧୦ରୁ ବିଭାଗୱାରି ଅନୁଦାନ ଦାବି ଉପରେ ଆଲୋଚନା ଓ ମାର୍ଚ୍ଚ ୨୯ତାରିଖରେ ବ୍ୟୟମଞ୍ଜୁରୀ ବିଲ୍ ଆସିବ ବୋଲି ବିଜ୍ଞପ୍ତିରୁ ଜଣାପଡ଼ିଛି ।

Post Views: 35
Share198Tweet124Send
Voice of Victims

Voice of Victims

Recent Posts

  • ଆମେରିକା ଯୁଦ୍ଧ ବିମାନକୁ ଖସାଇବା ପରେ ଇରାନର ଘୋଷଣା, ପାଇଲଟକୁ ଧରାଇଲେ ମିଳିବ ୫୫ ଲକ୍ଷ ଟଙ୍କା
  • ଭାରତକୁ ପାକିସ୍ତାନର ଧମକ, ଦୁଃସାହସ କଲେ ଆମେ କୋଲକାତା ପର୍ଯ୍ୟନ୍ତ ଆକ୍ରମଣ କରିବୁ
  • ଆଜିଠୁ ରାଜ୍ୟରେ ବଢ଼ିବ କାଳବୈଶାଖୀ ପ୍ରଭାବ, ୮ ତାରିଖ ଯାଏ କାଳବୈଶାଖୀ ସମ୍ଭାବନା
  • ‘ସ୍ୱ-ଗଣନା’ ପ୍ରକ୍ରିୟାରେ ଭାଗ ନେଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ
  • ଏଣିକି e-KYC ବିନା ମିଳିବନି ସିଲିଣ୍ଡର, ଓଡ଼ିଶାରେ ଗ୍ୟାସ ଗ୍ରାହକଙ୍କ ପାଇଁ ବଡ଼ ନିୟମ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In