• About Us
  • Contact Us
Monday, April 6, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ସମସ୍ୟା ରାଜ୍ୟ

ବ୍ଲକସ୍ତରୀୟ ନିପୁଣ ଓଡିଶା ମେଳା ଉଦଯାପିତ

by Voice of Victims
February 7, 2025
in ରାଜ୍ୟ
ବ୍ଲକସ୍ତରୀୟ ନିପୁଣ ଓଡିଶା ମେଳା ଉଦଯାପିତ

ରଣପୁର (ଭିଓଭି) : ନୟାଗଡ ଜିଲ୍ଲା ରଣପୁର ବ୍ଲକର ଅର୍ଜୁନପୁର ଉଚ୍ଚ ବିଦ୍ୟାଳୟରେ ବ୍ଲକସ୍ତରୀୟ ନିପୁଣ ଓଡିଶା ମେଳା ଅନୁଷ୍ଠିତ ହୋଇ ଉଦଯାପିତ ହୋଇଯାଇଛି। ଏହାର ଉଦଘାଟନୀ ଉତ୍ସବରେ ଅତିଥି ଭାବେ ରାଇପଡା ସରପଞ୍ଚ ବାସନ୍ତୀ ଦେଇ, ରଣପୁର ବ୍ଲକ ଶିକ୍ଷା ଅଧିକାରିଣୀ ବନଲତା ବେହେରା, ସହକାରୀ ବ୍ଲକ ଶିକ୍ଷା ଅଧିକାରୀ ଲକ୍ଷ୍ମୀ ଦେଇ, ସହକାରୀ ବ୍ଲକ ଶିକ୍ଷା ଅଧିକାରୀ ରସାନନ୍ଦ ପ୍ରଧାନ, ଅବସରପ୍ରାପ୍ତ ସହକାରୀ ବ୍ଲକ ଶିକ୍ଷା ଅଧିକାରୀ ବସନ୍ତ ରାଉତ, ବିଦ୍ୟାଳୟ ପଞ୍ଚସଖା ସେତୁର ଉପସଭାପତି ପ୍ରଫୁଲ୍ଲ କୁମାର ଦାଶ, ବିଦ୍ୟାଳୟ ପ୍ରଧାନଶିକ୍ଷକ ପ୍ରଭାକର ସାମନ୍ତରାୟ, ପ୍ରଥମ ଓଡ଼ିଶା ଫାଉଣ୍ଡେସନର କାଞ୍ଚନ ଲେଙ୍କା, ଶକୁନ୍ତଳା ମାହଲ, ଶର୍ମିଲା ସାମଲ, ପ୍ରଦୀପ ନାୟକ ପ୍ରମୁଖ ଯୋଗ ଦେଇଥିଲେ ।

ଏହି କାର୍ଯ୍ୟକ୍ରମରେ ରଣପୁର ବ୍ଲକର ସମସ୍ତ କ୍ଲଷ୍ଟରର ଛାତ୍ରଛାତ୍ରୀ, ଶିକ୍ଷକ ଶିକ୍ଷୟତ୍ରୀ ଓ ଅଭିଭାବକମାନେ ଯୋଗ ଦେଇଥିଲେ | ଉଦଯାପନୀ ସଭାରେ ମୁଖ୍ୟଅତିଥି ଭାବେ ଓଡିଶାର ବାଚସ୍ପତି ସୁରମା ପାଢ଼ୀ, ମୁଖ୍ୟବକ୍ତା ଭାବେ ରଣପୁର ବ୍ଲକ ଅଧ୍ୟକ୍ଷା ନିର୍ମଳା ବେହେରା, ସମ୍ମାନିତ ଅତିଥି ଭାବେ ନୟାଗଡ଼ ଜିଲ୍ଲା ଶିକ୍ଷା ଅଧିକାରୀ ଚିତ୍ତରଞ୍ଜନ ପାଣ୍ଡେ, ନୟାଗଡ ଜିଲ୍ଲା ଶିକ୍ଷକ ଶିକ୍ଷା ଓ ପ୍ରଶିକ୍ଷଣ କେନ୍ଦ୍ରର ଶିକ୍ଷକ ପ୍ରଶିକ୍ଷକ ପ୍ରତାପ କୁମାର ମହାପାତ୍ର, ରଣପୁର ବ୍ଲକ ସହକାରୀ ବ୍ଲକ ଶିକ୍ଷା ଅଧିକାରିଣୀ ଲକ୍ଷ୍ମୀ ଦେଇ, ସହକାରୀ ବ୍ଲକ ଶିକ୍ଷା ଅଧିକାରୀ ରସାନନ୍ଦ ପ୍ରଧାନ, ଅବସରପ୍ରାପ୍ତ ସହକାରୀ ବ୍ଲକ ଶିକ୍ଷା ଅଧିକାରୀ ବସନ୍ତ ରାଉତ, ବିଦ୍ୟାଳୟ ପ୍ରଧାନଶିକ୍ଷକ ପ୍ରଭାକର ସାମନ୍ତରାୟ, କେରଣ୍ଡାଟାଙ୍ଗୀ କ୍ଲଷ୍ଟର ସାଧନ କେନ୍ଦ୍ର ସଂଯୋଜକ ପ୍ରଦୀପ ରଞ୍ଜନ ଖୁଣ୍ଟିଆ ପ୍ରମୁଖ ଯୋଗ ଦେଇଥିଲେ |

ବ୍ଲକ ଶିକ୍ଷା ଅଧିକାରିଣୀ ବନଲତା ବେହେରାଙ୍କ ସଭାପତିତ୍ୱରେ ସଭାକାର୍ଯ୍ୟ ପରିଚାଳିତ ହୋଇଥିଲା । ଶିକ୍ଷକ ଶିକ୍ଷୟତ୍ରୀଙ୍କ ଦ୍ୱାରା ପ୍ରଦର୍ଶନ କରାଯାଇଥିବା ଶିକ୍ଷଣ ସାମଗ୍ରୀ ଅତ୍ୟନ୍ତ ସୁନ୍ଦର ଓ ଉନ୍ନତମାନର ଥିଲା ବୋଲି ଅତିଥିମାନେ ମତ ପ୍ରକାଶ କରିଥିଲେ । ଛାତ୍ରଛାତ୍ରୀମାନଙ୍କୁ ବହି, ପେନସିଲ, ସ୍କେଲ, ରବର, ଖାତା ଆଦି ପୁରସ୍କାର ପ୍ରଦାନ କରାଯାଇଥିଲା । ବ୍ଲକର ସମସ୍ତ ସାଧନ କେନ୍ଦ୍ର ସଂଯୋଜକ, ବିଦ୍ୟାଳୟର ସମସ୍ତ ଶିକ୍ଷକ ଶିକ୍ଷୟତ୍ରୀ, କମିଟି ସଭାପତି, ସଦସ୍ୟ ସଦସ୍ୟା ଓ ଅର୍ଜୁନପୁର ଗ୍ରାମବାସୀ କାର୍ଯ୍ୟକ୍ରମ ପରିଚାଳନାରେ ସମ୍ପୂର୍ଣ ସହଯୋଗ କରିଥିଲେ ।

Post Views: 46
Share198Tweet124Send
Voice of Victims

Voice of Victims

Recent Posts

  • ଆମେରିକା ଯୁଦ୍ଧ ବିମାନକୁ ଖସାଇବା ପରେ ଇରାନର ଘୋଷଣା, ପାଇଲଟକୁ ଧରାଇଲେ ମିଳିବ ୫୫ ଲକ୍ଷ ଟଙ୍କା
  • ଭାରତକୁ ପାକିସ୍ତାନର ଧମକ, ଦୁଃସାହସ କଲେ ଆମେ କୋଲକାତା ପର୍ଯ୍ୟନ୍ତ ଆକ୍ରମଣ କରିବୁ
  • ଆଜିଠୁ ରାଜ୍ୟରେ ବଢ଼ିବ କାଳବୈଶାଖୀ ପ୍ରଭାବ, ୮ ତାରିଖ ଯାଏ କାଳବୈଶାଖୀ ସମ୍ଭାବନା
  • ‘ସ୍ୱ-ଗଣନା’ ପ୍ରକ୍ରିୟାରେ ଭାଗ ନେଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ
  • ଏଣିକି e-KYC ବିନା ମିଳିବନି ସିଲିଣ୍ଡର, ଓଡ଼ିଶାରେ ଗ୍ୟାସ ଗ୍ରାହକଙ୍କ ପାଇଁ ବଡ଼ ନିୟମ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In