• About Us
  • Contact Us
Monday, March 23, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ବିଶେଷ ପୃଷ୍ଠା

ମୁଖ୍ୟମନ୍ତ୍ରୀଙ୍କ ବଡ ନିଷ୍ପତ୍ତି, ଏଣିକି ପୁଅ ଜନ୍ମ ହେଲେ ମିଳିବ ୧୦ ହଜାର ଟଙ୍କା, ଝିଅ ହେଲେ ୧୨ ହଜାର

by Voice of Victims
February 11, 2025
in ବିଶେଷ ପୃଷ୍ଠା, ମୁଖ୍ୟ ଖବର, ରାଜ୍ୟ
ମୁଖ୍ୟମନ୍ତ୍ରୀଙ୍କ ବଡ ନିଷ୍ପତ୍ତି, ଏଣିକି ପୁଅ ଜନ୍ମ ହେଲେ ମିଳିବ ୧୦ ହଜାର ଟଙ୍କା, ଝିଅ ହେଲେ ୧୨ ହଜାର

ଭୁବନେଶ୍ବର: ରାଜ୍ୟରେ କାର୍ଯ୍ୟକାରୀ ହେଉଥିବା ମମତା ଯୋଜନା ସହିତ ପ୍ରଧାନମନ୍ତ୍ରୀ ମାତୃ ବନ୍ଦନା ଯୋଜନା ମିଳିତ ଭାବେ (Co-Branding) କାର୍ଯ୍ୟକାରୀ କରାଯିବ । ଏଥିରେ କନ୍ୟା ସନ୍ତାନ ଜନ୍ମ ପାଇଁ ଗର୍ଭବତୀମାନଙ୍କୁ ବର୍ଷକୁ ଅଧିକ ୨ ହଜାର ଟଙ୍କା ପ୍ରଦାନ କରାଯିବ । ଗର୍ଭବତୀ, ପ୍ରସୂତି ମହିଳା ମାନଙ୍କ ଉତ୍ତମ ସ୍ୱାସ୍ଥ୍ୟ ତଥା କନ୍ୟା ସନ୍ତାନ ଜନ୍ମକୁ ପ୍ରୋତ୍ସାହିତ କରିବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଏହି ନିଷ୍ପତ୍ତି ଗ୍ରହଣ କରିଛନ୍ତି। ଏହି ଯୋଜନାରେ ପୁତ୍ର ସନ୍ତାନ ଜନ୍ମ କ୍ଷେତ୍ରରେ ୧୦ ହଜାର ଟଙ୍କା ପ୍ରଦାନ କରାଯିବ । ତେବେ କନ୍ୟା ସନ୍ତାନ ପାଇଁ ପୂର୍ବରୁ ୧୦ ହଜାର ଟଙ୍କା ଦିଆଯାଉଥିବା ବେଳେ ମିଳିତ ଯୋଜନାରେ ୧୨ ହଜାର ଟଙ୍କା ଦିଆଯିବ। ସର୍ବାଧିକ ଦୁଇଟି ସନ୍ତାନ ଜନ୍ମ କ୍ଷେତ୍ରରେ ଏହି ସହାୟତା ମିଳିବ । ତେବେ ପିଭିଟିଜି ମାନଙ୍କ କ୍ଷେତ୍ରରେ ଦୁଇଟି ସନ୍ତାନ ସୀମା ଲାଗୁ ହେବ ନାହିଁ ।ଏଥିରେ ସହାୟତା କରୁଥିବା ଅଙ୍ଗନବାଡ଼ି କର୍ମୀମାନଙ୍କୁ ୨୦୦ ଟଙ୍କା ବଦଳରେ ୨୫୦ ଟଙ୍କା, ଏବଂ ଅଙ୍ଗନବାଡ଼ି ସହାୟକମାନଙ୍କୁ ୫୦ ଟଙ୍କା ପରିବର୍ତ୍ତେ ୧୫୦ ଟଙ୍କା ପ୍ରୋତ୍ସାହନ ରାଶି ମିଳିବ। ଏହି ଉଭୟ ଯୋଜନାର ସମ୍ମିଳିତ କାର୍ଯ୍ୟକାରିତା ପାଇଁ ଆସନ୍ତା ଆର୍ଥିକ ବର୍ଷରେ ପ୍ରାୟ ୫୧୧ କୋଟି ଟଙ୍କା ଖର୍ଚ୍ଚ ହେବ ବୋଲି ଆକଳନ କରାଯାଇଛି। ଏଥିପାଇଁ କେନ୍ଦ୍ର ସରକାର ୧୧୫.୯୭ କୋଟି ଟଙ୍କା ପ୍ରଦାନ କରିବାବେଳେ ରାଜ୍ୟ ସରକାର ୩୯୫.୭୫ କୋଟି ଟଙ୍କା ଯୋଗାଇ ଦେବେ। ଏହାଦ୍ୱାରା ପ୍ରାୟ ୪ ଲକ୍ଷ ୫୦ ହଜାର ଗର୍ଭବତୀ ଓ ପ୍ରସୂତି ମହିଳା ଉପକୃତ ହେବାର ସମ୍ଭାବନା ରହିଛି।

Post Views: 70
Tags: 000 and if a girl is bornhe will get Rs 10he will get Rs 12The Chief Minister's big decision is that if a boy is born
Share199Tweet124Send
Voice of Victims

Voice of Victims

Recent Posts

  • ୩୪ ତମ ବିଶ୍ୱ ଜଳ ଦିବସ, ଦର୍ପନାରାୟଣପୁର ଶୁକୃ ବେହେରା ପାଣିପଞ୍ଚାୟତ ଅଧୀନରେ ରେ ଭାରତ ର ପ୍ରଥମ ସ୍ୱୟଂ ଚାଳିତ କେନାଲ ପ୍ରଣାଳୀ ଲୋକାର୍ପିତ
  • ଇରାନ ରାଜଧାନୀ ଉପରେ ଆମେରିକାର ଭୟଙ୍କର ବୋମା ! ବିଦ୍ୟୁତ ସେବା ଠପ୍, ଅନ୍ଧାରରେ ବୁଡ଼ିଲା ସାରା ସହର
  • ବିଜେଡିରୁ ୬ ନିଲମ୍ବିତ ସଦସ୍ୟଙ୍କ ସଭ୍ୟ ପଦ ରଦ୍ଦ ପାଇଁ ଆଜି ଦରଖାସ୍ତ ! ବାଚସ୍ପତିଙ୍କ ନିଷ୍ପତ୍ତି ଉପରେ ନିର୍ଭର
  • ରାଜ୍ୟରେ ପର୍ଯ୍ୟାପ୍ତ ପରିମାଣର ଗ୍ୟାସ୍ ମହଜୁଦ ଅଛି, ଭୟଭୀତ ହୁଅନ୍ତୁ ନାହିଁ: ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର
  • ବିଧାନସଭାରେ ମୁଖ୍ୟମନ୍ତ୍ରୀଙ୍କ ଉତ୍ତର, ବର୍ତ୍ତମାନ ୩ ଜିଲ୍ଲାରେ ସକ୍ରିୟ ଅଛନ୍ତି ୧୫ ମାଓବାଦୀ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In