• About Us
  • Contact Us
Tuesday, March 31, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଦେଶ ବିଦେଶ

ସିବିଏସ୍‌ଇର ବଡ଼ ପଦକ୍ଷେପ : ବର୍ଷକୁ ୨ଥର ୧୦ମ ବୋର୍ଡ ପରୀକ୍ଷା

by Voice of Victims
February 20, 2025
in ଦେଶ ବିଦେଶ, ମୁଖ୍ୟ ଖବର, ରାଜ୍ୟ
ସିବିଏସ୍‌ଇର ବଡ଼ ପଦକ୍ଷେପ : ବର୍ଷକୁ ୨ଥର ୧୦ମ ବୋର୍ଡ ପରୀକ୍ଷା

ଭୁବନେଶ୍ୱର:ଛାତ୍ରୀଛାତ୍ରଙ୍କ ମନରେ ପରୀକ୍ଷା ଚାପ କମାଇବାକୁ କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‌ଇ) ବଡ଼ ପଦକ୍ଷେପ ନେବାକୁ ଯାଉଛି। ବର୍ଷକୁ ଦୁଇଟି ପର୍ୟ୍ୟାୟରେ ଦଶମ ଶ୍ରେଣୀ ବୋର୍ଡ ପରୀକ୍ଷା କରିବାକୁ ନିଷ୍ପତ୍ତି ନେଇଛି। ଏନେଇ ସିବିଏସ୍‌ଇ ପକ୍ଷରୁ ଗୁରୁତ୍ୱପୂର୍ଣ୍ଣ ଘୋଷଣା କରାଯାଇଛି। ଜାତୀୟ ଶିକ୍ଷା ନୀତି-୨୦୨୦ ଆଧାରରେ ସିବିଏସ୍‌ଇର ଏହି ନୂତନ ବ୍ୟବସ୍ଥା ୨୦୨୬-୨୭ ଶିକ୍ଷାବର୍ଷରୁ ଏକକାଳୀନ ଲାଗୁ କରାଯିବାର ଯୋଜନା ରହିଛି। ଏହାଦ୍ୱାରା ବୋର୍ଡ ପରୀକ୍ଷାରେ ଛାତ୍ରୀଛାତ୍ର ଉତ୍ତମ ପ୍ରଦର୍ଶନ କରିବାକୁ ସୁଯୋଗ ପାଇବେ ଓ ସେମାନଙ୍କ ଦକ୍ଷତାଭିତ୍ତିକ ମୂଲ୍ୟାଙ୍କନ ସମ୍ଭବ ହେବ ବୋଲି କୁହାଯାଇଛି। ଏଥିସହିତ ବିଦେଶରେ ଥିବା ୨୬୦ଟି ସ୍କୁଲ ନିମନ୍ତେ ସିବିଏସ୍‌ଇ ବୈଶ୍ୱିକ ପାଠ୍ୟକ୍ରମ ମଧ୍ୟ ଲାଗୁ କରିବ। ଏହି ନୂତନ ବ୍ୟବସ୍ଥା ଚାପମୁକ୍ତ ଶିକ୍ଷା ପରିବେଶ ସୃଷ୍ଟି ଦିଗରେ ଏକ ପ୍ରମୁଖ ପଦକ୍ଷେପ ବୋଲି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି। ଧର୍ମେନ୍ଦ୍ରଙ୍କ ଅଧ୍ୟକ୍ଷତାରେ ଶିକ୍ଷା ମନ୍ତ୍ରାଳୟରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ବସିଥିଲା। ସିବିଏସ୍‌ଇ, ଜାତୀୟ ଶିକ୍ଷା ଗବେଷଣା ଓ ପ୍ରଶିକ୍ଷଣ ପରିଷଦ (ଏନ୍‌ସିଇଆର୍‌ଟି), କେନ୍ଦ୍ରୀୟ ବିଦ୍ୟାଳୟ ସଂଗଠନ (କେଭିଏସ୍‌) ଏବଂ ନବୋଦୟ ବିଦ୍ୟାଳୟ ସମିତି (ଏନ୍‌ଭିଏସ୍‌)ର ବହୁ ବରିଷ୍ଠ ଅଧିକାରୀ ଉପସ୍ଥିତ ରହି କେତେକ ପ୍ରସ୍ତାବିତ ଯୋଜନା ଉପରେ ବିସ୍ତୃତ ଆଲୋଚନା କରିଥିଲେ। ଏହି ପ୍ରସ୍ତାବିତ ଯୋଜନା ସମ୍ବନ୍ଧରେ ୨୪ ତାରିଖ ସୋମବାର ଜନମତ ଗ୍ରହଣ କରାଯିବାର କାର୍ୟ୍ୟକ୍ରମ ରହିଛି।

Post Views: 177
Share198Tweet124Send
Voice of Victims

Voice of Victims

Recent Posts

  • ବିଧାୟକ ପଦରୁ ଇସ୍ତଫା ଦେଲେ ନୀତିନ ନବୀନ, ଖାଲି ପଡିଛି ବାଙ୍କିପୁରର ଆସନ
  • ବିଧାନ ପରିଷଦର ସଦସ୍ୟ ପଦରୁ ଇସ୍ତଫା ଦେଲେ ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର, ନୂଆ ମୁଖ୍ୟମନ୍ତ୍ରୀକୁ ନେଇ ସସପେନ୍ସ
  • ବରିଷ୍ଠ ବିଜେଡି ନେତାଙ୍କ ପତ୍ନୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ମୃତ୍ୟୁର କାରଣ ଅସ୍ପଷ୍ଟ
  • ଦୁବେଙ୍କ ମାନସିକ ଚିକିତ୍ସା ଆବଶ୍ୟକ, କହିଲେ ନବୀନ ପଟ୍ଟନାୟକ
  • ପୁରୀ ସମୁଦ୍ର ବେଳାଭୂମିରେ ଅଘଟଣ, ବୁଡ଼ିଯାଇ ୨ ପର୍ଯ୍ୟଟକଙ୍କ ମୃତ୍ୟୁ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In