• About Us
  • Contact Us
Monday, March 23, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ବିଶେଷ ପୃଷ୍ଠା

ପ୍ରଥମ ପର୍ଯ୍ୟାୟ ବଜେଟ୍ ଅଧିବେଶନ ଶେଷ

by Voice of Victims
February 21, 2025
in ବିଶେଷ ପୃଷ୍ଠା, ମୁଖ୍ୟ ଖବର, ରାଜ୍ୟ
ପ୍ରଥମ ପର୍ଯ୍ୟାୟ ବଜେଟ୍ ଅଧିବେଶନ ଶେଷ

ଭୁବନେଶ୍ୱର: ସପ୍ତଦଶ ବିଧାନସଭାର ତୃତୀୟ ତଥା ବଜେଟ୍ ଅଧିବେଶନର ପ୍ରଥମ ପର୍ଯ୍ୟାୟ ଶେଷ ହୋଇଛି। ଫେବୃଆରୀ ୧୩ରୁ ୨୧ ପର୍ଯ୍ୟନ୍ତ ଗୃହ ଚାଲିଥିଲା। ୨୨ରୁ ମାର୍ଚ୍ଚ ୬ ପର୍ଯ୍ୟନ୍ତ ଗୃହ କାର୍ଯ୍ୟ ବନ୍ଦରହିବ। ପୁଣି ଦ୍ୱିତୀୟ ପର୍ଯ୍ୟାୟ ମାର୍ଚ୍ଚ ୭ରୁ ଆରମ୍ଭ ହେବ। ବଜେଟ୍ ଆଲୋଚନା ପରେ ଗୃହକୁ ମୁଲତବୀ ଘୋଷଣା କରିଛନ୍ତି ବାଚସ୍ପତି ସୁରମା ପାଢ଼ୀ। ବଜେଟ୍ ଅଧିବେଶନର ପ୍ରଥମ ପର୍ଯ୍ୟାୟ ଫେବୃୟାରୀ ୧୩ରୁ ଆରମ୍ଭ ହୋଇଥିଲା। ରାଜ୍ୟପାଳ ଡ. ହରିବାବୁ କମ୍ଭମପତିଙ୍କ ପ୍ରଥମ ଦିନରେ ନିଜର ଅଭିଭାଷଣ ରଖିଥିଲେ। ଦୁଇ ପର୍ଯ୍ୟାୟ ବିଶିଷ୍ଟ ଏହି ଅଧିବେଶନ ୨୮ଦିନ ଚାଲିବ। ଫେବୃଆରୀ ୧୭ରେ ୨୦୨୫-୨୬ ଆର୍ôଥକ ବର୍ଷର ପୂର୍ଣ୍ଣାଙ୍ଗ ବଜେଟ୍ ଉପସ୍ଥାପନ କରିଥିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ୧୮ରେ ସରକାରୀ କାର୍ଯ୍ୟଦିବସ ଥିବାବେଳେ ୧୯ରେ ପ୍ରାଇଭେଟ୍ ମେମ୍ବର୍ସ ବିଜିନେସ୍ ଏବଂ ୨୦ ଓ ୨୧ରେ ବଜେଟ୍ ଉପରେ ବିସ୍ତୃତ ସାଧାରଣ ଆଲୋଚନା ତିନିଧରି ହୋଇଥିଲା। ତେବେ ଗୃହ ସୁରୁଖୁରୁରେ ଚାଲିବା ପାଇଁ ବାଚସ୍ପତି ସବୁ ଦଳର ବିଧାୟକଙ୍କୁ ସର୍ବଦଳୀୟ ବୈଠକରେ ଅପିଲ କରିଥିଲେ। ଏହା ସତ୍ତ୍ୱେ ଆରମ୍ଭରୁ ଗୁୃହ ସର୍‌ଗରମ୍ ହୋଇଥିଲା। ପୁଣି ଦ୍ୱିତୀୟ ପର୍ଯ୍ୟାୟରେ ଗୃହ କାର୍ଯ୍ୟ ମାର୍ଚ୍ଚ ୭ରୁ ଆରମ୍ଭ ହେବ। ତାହା ଏପ୍ରିଲ ୫ ଯାଏ ଚାଲିବ। ହେଲେ ପ୍ରଥମ ଓ ଦ୍ୱିତୀୟ ଅଧିବେଶନର ଅବଧି ଭିତରେ ବିଭାଗୀୟ ଷ୍ଟାଣ୍ଡିଂ କମିଟି ରିପୋର୍ଟମାନ ଗୃହରେ ଆଗତ ହେବ। ତା’ପରେ ମାର୍ଚ୍ଚ ୧୦ରୁ ବିଭାଗୱାରି ଅନୁଦାନ ଦାବି ଉପରେ ଆଲୋଚନା ଓ ମାର୍ଚ୍ଚ ୨୯ରେ ବ୍ୟୟମଞ୍ଜୁରୀ ବିଲ୍ ଗୃହରେ ଆଗତ ହୋଇ ସେହିଦିନ ପାରିତ ହେବ।

Post Views: 48
Share198Tweet124Send
Voice of Victims

Voice of Victims

Recent Posts

  • ୩୪ ତମ ବିଶ୍ୱ ଜଳ ଦିବସ, ଦର୍ପନାରାୟଣପୁର ଶୁକୃ ବେହେରା ପାଣିପଞ୍ଚାୟତ ଅଧୀନରେ ରେ ଭାରତ ର ପ୍ରଥମ ସ୍ୱୟଂ ଚାଳିତ କେନାଲ ପ୍ରଣାଳୀ ଲୋକାର୍ପିତ
  • ଇରାନ ରାଜଧାନୀ ଉପରେ ଆମେରିକାର ଭୟଙ୍କର ବୋମା ! ବିଦ୍ୟୁତ ସେବା ଠପ୍, ଅନ୍ଧାରରେ ବୁଡ଼ିଲା ସାରା ସହର
  • ବିଜେଡିରୁ ୬ ନିଲମ୍ବିତ ସଦସ୍ୟଙ୍କ ସଭ୍ୟ ପଦ ରଦ୍ଦ ପାଇଁ ଆଜି ଦରଖାସ୍ତ ! ବାଚସ୍ପତିଙ୍କ ନିଷ୍ପତ୍ତି ଉପରେ ନିର୍ଭର
  • ରାଜ୍ୟରେ ପର୍ଯ୍ୟାପ୍ତ ପରିମାଣର ଗ୍ୟାସ୍ ମହଜୁଦ ଅଛି, ଭୟଭୀତ ହୁଅନ୍ତୁ ନାହିଁ: ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର
  • ବିଧାନସଭାରେ ମୁଖ୍ୟମନ୍ତ୍ରୀଙ୍କ ଉତ୍ତର, ବର୍ତ୍ତମାନ ୩ ଜିଲ୍ଲାରେ ସକ୍ରିୟ ଅଛନ୍ତି ୧୫ ମାଓବାଦୀ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In