• About Us
  • Contact Us
Monday, March 23, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ବିଶେଷ ପୃଷ୍ଠା

ଆହୁରି ୪ ଦିନ ବର୍ଷା: ୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

by Voice of Victims
February 21, 2025
in ବିଶେଷ ପୃଷ୍ଠା, ମୁଖ୍ୟ ଖବର, ରାଜ୍ୟ
ଆହୁରି ୪ ଦିନ ବର୍ଷା: ୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର : ଆହୁରି ୪ ଦିନ ଯାଏଁ ବିଜୁଳି ଘଡ଼ଘଡି ସହ ବର୍ଷା ସମ୍ଭାବନା। ଉତ୍ତର ଆଭ୍ୟନ୍ତରୀଣ ଓ ଉପକୂଳ ଓଡ଼ିଶାରେ ପ୍ରଭାବ ରହିବ। ଆସନ୍ତା ୨୪ ଘଣ୍ଟା ପାଇଁ ୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ଆସନ୍ତାକାଲି ପ୍ରବଳ ଝଡ଼ବର୍ଷା ସହ କୁଆପଥର ବୃଷ୍ଟି ହୋଇପାରେ। ପାଣିପାଗ ବୈଜ୍ଞାନିକ ସଞ୍ଜୀବ ଦ୍ୱିବେଦୀ କହିଛନ୍ତି, “ରାଜ୍ୟରେ ଆହୁରି ୪ ଦିନ ଯାଏଁ ଲାଗିରହିବ ବର୍ଷା। ବିଜୁଳି ଘଡ଼ଘଡି ସହ ପ୍ରବଳ ବର୍ଷା ସମ୍ଭାବନା ରହିଛି। ବିଶେଷ କରି ଉତ୍ତର ଆଭ୍ୟନ୍ତରୀଣ ଓ ଉପକୂଳ ଓଡ଼ିଶାରେ ପ୍ରଭାବ ରହିବ। ଆସନ୍ତା ୨୪ ଘଣ୍ଟା ପାଇଁ ମୟୂରଭଞ୍ଜ, ବାଲେଶ୍ୱର ଓ ଭଦ୍ରକ ଏହି ୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। “ସେହିପରି ଆସନ୍ତାକାଲି(ଶନିବାର) ପ୍ରବଳ ବର୍ଷା ବା ଝଡବର୍ଷା ସହ କୁଆପଥର ବୃଷ୍ଟି ନେଇ ୪ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ବିଭାଗ। ବାଲେଶ୍ୱର, ଭଦ୍ରକ, ମୟୂରଭଞ୍ଜ, କେନ୍ଦୁଝର ଏହିସବୁ ଜିଲ୍ଲାରେ ସତର୍କ କରାଇବା ସହ ଘଣ୍ଟା ପ୍ରତି ୪୦ରୁ ୫୦କିମି ବେଗରେ ବହିବ ପବନ ବୋଲି ପୂର୍ବାନୁମାନ କରିଛି ବିଭାଗ। ମଧ୍ୟମ ଧରଣର ବର୍ଷା ସହ ବଜ୍ରପାତ ନେଇ ୧୪ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି ହୋଇଛି। ସୁନ୍ଦରଗଡ଼, ଦେଓଗଡ଼, ଅନୁଗୁଳ, ଢେଙ୍କାନାଳ, ଯାଜପୁର, କେନ୍ଦ୍ରାପଡା, ବୌଦ୍ଧ, ନୟାଗଡ, କଟକ, ଜଗତସିଂହପୁର, ଖୋର୍ଦ୍ଧା ,ପୁରୀ, ଝାରସୁଗୁଡ଼ା ଓ ସମ୍ବଲପୁରରେ ୩୦ ରୁ ୪୦ କିମି ପବନ ସହ ବିଜୁଳି ଘଡ଼ଘଡ଼ି ନେଇ ୟେଲୋ ଆଲର୍ଟ ଜାରି କରିଛି ବିଭାଗ। ସେପଟେ ବଜ୍ରପାତ ସମୟରେ ବାହାରେ ନ ବୁଲିବା ପାଇଁ ପାଣିପାଗ କେନ୍ଦ୍ର ପରାମର୍ଶ ଦେଇଛି। ତେବେ ନିମ୍ନ ଚାପରେଖା ସହ ପଶ୍ଚିମ ଝଡ଼ର ପ୍ରଭାବରେ ରାଜ୍ୟରେ ବଜ୍ରପାତ ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର। ଏହାସହ ଚଳିତ ବର୍ଷ ଅତିଶୀଘ୍ର କାଳବୈଶାଖୀ ପ୍ରଭାବ ଅନୁଭୂତ ହୋଇଛି । ତେଣୁ ସକାଳେ ଗ୍ରୀଷ୍ମ ପ୍ରକୋପ ସହ ଅପରାହ୍ନରୁ ବିଜୁଳି ଘଡଘଡି ସହ ବର୍ଷାର ସମ୍ଭାବନା ରହିଛି। ଗତ ୨୪ ଘଣ୍ଟାରେ କିଛି କିଛି ସ୍ଥାନରେ ବର୍ଷା ହୋଇଥିବାବେଳେ କଟକର ଆଠଗଡ଼ରେ ସର୍ବାଧିକ ବର୍ଷା ୪୫.୦୦ ମିଲିମିଟର ବର୍ଷା ରେକର୍ଡ ହୋଇଛି। ସେହିପରି ଆଗାମୀ ୪ରୁ ୫ ଦିନ ତାପମାତ୍ରାରେ କୌଣସି ପରିବର୍ତ୍ତନ ହେବାକୁ ନଥିବାବେଳେ ଗତକାଲି ଟିଟିଲାଗଡ଼ରେ ୩୬.୦୫ ଡିଗ୍ରୀ ଓ ସର୍ବନିମ୍ନ ୧୫ .୩ ଡିଗ୍ରୀ ତାପମାତ୍ରା ସିଲିଗୁଡ଼ାରେ ରେକର୍ଡ କରାଯାଇଛି।

Post Views: 142
Share198Tweet124Send
Voice of Victims

Voice of Victims

Recent Posts

  • ୩୪ ତମ ବିଶ୍ୱ ଜଳ ଦିବସ, ଦର୍ପନାରାୟଣପୁର ଶୁକୃ ବେହେରା ପାଣିପଞ୍ଚାୟତ ଅଧୀନରେ ରେ ଭାରତ ର ପ୍ରଥମ ସ୍ୱୟଂ ଚାଳିତ କେନାଲ ପ୍ରଣାଳୀ ଲୋକାର୍ପିତ
  • ଇରାନ ରାଜଧାନୀ ଉପରେ ଆମେରିକାର ଭୟଙ୍କର ବୋମା ! ବିଦ୍ୟୁତ ସେବା ଠପ୍, ଅନ୍ଧାରରେ ବୁଡ଼ିଲା ସାରା ସହର
  • ବିଜେଡିରୁ ୬ ନିଲମ୍ବିତ ସଦସ୍ୟଙ୍କ ସଭ୍ୟ ପଦ ରଦ୍ଦ ପାଇଁ ଆଜି ଦରଖାସ୍ତ ! ବାଚସ୍ପତିଙ୍କ ନିଷ୍ପତ୍ତି ଉପରେ ନିର୍ଭର
  • ରାଜ୍ୟରେ ପର୍ଯ୍ୟାପ୍ତ ପରିମାଣର ଗ୍ୟାସ୍ ମହଜୁଦ ଅଛି, ଭୟଭୀତ ହୁଅନ୍ତୁ ନାହିଁ: ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର
  • ବିଧାନସଭାରେ ମୁଖ୍ୟମନ୍ତ୍ରୀଙ୍କ ଉତ୍ତର, ବର୍ତ୍ତମାନ ୩ ଜିଲ୍ଲାରେ ସକ୍ରିୟ ଅଛନ୍ତି ୧୫ ମାଓବାଦୀ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In