• About Us
  • Contact Us
Saturday, April 4, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ମୁଖ୍ୟ ଖବର

ବିଷ୍ଣୁପଦଙ୍କୁ ମିଳିଲା ସାମୟିକ ଆଶ୍ୱସ୍ତି, ପରବର୍ତ୍ତୀ ଶୁଣାଣି ଯାଏଁ କାର୍ଯ୍ୟାନୁଷ୍ଠାନ ଉପରେ ରୋକ୍ ଲଗାଇଲେ ହାଇକୋର୍ଟ

by Voice of Victims
February 26, 2025
in ମୁଖ୍ୟ ଖବର, ରାଜ୍ୟ
ବିଷ୍ଣୁପଦଙ୍କୁ ମିଳିଲା ସାମୟିକ ଆଶ୍ୱସ୍ତି, ପରବର୍ତ୍ତୀ ଶୁଣାଣି ଯାଏଁ କାର୍ଯ୍ୟାନୁଷ୍ଠାନ ଉପରେ ରୋକ୍ ଲଗାଇଲେ ହାଇକୋର୍ଟ

ବିଷ୍ଣୁପଦ ସେଠୀଙ୍କୁ ହାଇକୋର୍ଟରୁ ମିଳିଲା ସାମୟିକ ଆଶ୍ୱସ୍ତି । ବ୍ରିଜ ଆଣ୍ଡ ରୁଫ ଲାଞ୍ଚ କାରବାର ମାମଲାରେ ବରିଷ୍ଠ ଆଇଏଏସ ଅଫିସର ବିଷ୍ଣୁପଦ ସେଠୀଙ୍କୁ ହାଇକୋର୍ଟଙ୍କ ଅନ୍ତରୀଣ ସୁରକ୍ଷା । ଆସନ୍ତା ମାର୍ଚ୍ଚ ୪ ତାରିଖ ପର୍ଯ୍ୟନ୍ତ ସୁରକ୍ଷା ପ୍ରଦାନ କରିଛନ୍ତି ହାଇକୋର୍ଟ । ଏହା ଭିତରେ ବିଷ୍ଣୁପଦଙ୍କ ବିରୋଧରେ କୌଣସି କାର୍ଯ୍ୟାନୁଷ୍ଠାନ ନେଇ ପାରିବ ନାହିଁ ସିବିଆଇ । ଆସନ୍ତା ମାର୍ଚ୍ଚ ୪ ରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ । ବିଷ୍ଣୁପଦ ସେଠୀ, ତାଙ୍କ ପତ୍ନୀ ଓ ଝିଅଙ୍କ ପକ୍ଷରୁ ଦାୟର ରିଟ ଆବେଦନର ଶୁଣାଣି କରି ଡକ୍ଟର ଜଷ୍ଟିସ ସଞ୍ଜୀବ କୁମାର ପାଣିଗ୍ରାହୀଙ୍କ ଖଣ୍ଡପୀଠ ଏହି ନିର୍ଦ୍ଦେଶ ଦେଇଛନ୍ତି। ହାଇକୋର୍ଟରେ ଦାୟର ରିଟ ପିଟିସନରେ ଦର୍ଶାଯାଇଛି ଯେ, ବିଷ୍ଣୁପଦ ସେଠୀଙ୍କ ସରକାରୀ ବାସଭବନରେ ଚଢ଼ାଉ ସମୟରେ ସିବିଆଇ କୌଣସି ଆପତ୍ତିଜନକ କାଗଜପତ୍ର ପାଇ ନଥିଲା । କିନ୍ତୁ ତାଙ୍କ ପତ୍ନୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ ଅଚଳ କରାଯାଇଥିବା ବେଳେ ଝିଅର ପାଠପଢ଼ାରେ ବ୍ୟବହୃତ ଲାପଟପକୁ ଜବତ କରାଯାଇଛି । ତାଙ୍କୁ ଓ ତାଙ୍କ ପରିବାରକୁ ଦିଆଯାଥିବା ଏଭଳି ନିର୍ଯାତନାରୁ ସୁରକ୍ଷା ପ୍ରଦାନ ସହିତ ମୌଳିକ ଅଧିକାର ସୁରକ୍ଷିତ ରଖାଯାଉ ବୋଲି ଆବେଦନରେ ଦର୍ଶାଯାଇଛି । ବିଷ୍ଣୁପଦ ସେଠୀଙ୍କ ପକ୍ଷରୁ ଆଇନଜୀବୀ ଦେବାଶିଷ ପଣ୍ଡା ହାଇକୋର୍ଟରେ ମାମଲା ପରିଚାଳନା କରୁଛନ୍ତି । ସୂଚନା ଅନୁଯାୟୀ ଭୁବନେଶ୍ବରର ଏକ ହୋଟେଲ ନିକଟରେ କାର ଭିତରେ ଲାଞ୍ଚ କାରବାର ପାଇଁ ଡିଲ ଚାଲିଥିବା ବେଳେ ସିବିଆଇ ଚଢାଉ କରିଥିଲା । କାରରୁ ସିବିଆଇ ୧୦ ଲକ୍ଷ ଟଙ୍କା ଜବତ କରିଥିଲା । ଏହି ଅଭିଯୋଗରେ ବ୍ରିଜ୍ ଆଣ୍ଡ୍ ରୁଫ୍‌ ଗ୍ରୁପ୍ ଜେନେରାଲ ମ୍ୟାନେଜର ଚଞ୍ଚଲ ମୁଖାର୍ଜୀଙ୍କ ସହ ‘ଆଦିତ୍ୟଦେବ ଇନ୍‌ଫ୍ରାଟେକ୍‌ ପ୍ରାଇଭେଟ ଲିମିଟେଡ’ ମାଲିକ ଦେବଦତ୍ତ ମହାପାତ୍ର ଓ ପେଣ୍ଟା ଏ ଷ୍ଟୁଡିଓ ପ୍ରାଇଭେଟ୍‌ ଲିମିଟେଡ୍‌ କନ୍‌ଷ୍ଟ୍ରକ୍ସନ ସଂସ୍ଥାର ନିର୍ଦ୍ଦେଶକ ସନ୍ତୋଷ ମହାରଣାଙ୍କୁ ସିବିଆଇ ଗିରଫ କରିଥିଲା । ଦେଢଶହ କୋଟିର ଏକ ଟେଣ୍ଡର ହାତେଇବାକୁ ଡିଲ ବେଳେ ଏମାନଙ୍କୁ ସିବିଆଇ ଧରିଥିଲା । ଏହି ଟେଣ୍ଡର ଘୋଟାଲାରେ ଲିଙ୍କ ଥିବା ଅଭିଯୋଗରେ ଆଇଏଏସ୍‌ ଅଫିସର ବିଷ୍ଣୁପଦ ସେଠୀଙ୍କୁ ସିବିଆଇର ସମନ କରିଥିଲା । ସିବିଆଇ ସମନ ପରେ ଆଇଏଏସ ବିଷ୍ଣୁପଦ ସେଠୀଙ୍କୁ ରାଜ୍ୟ ସରକାର ଦାୟିତ୍ବ ମୁକ୍ତ କରିଥିଲେ । ପ୍ରମୁଖ ଶାସନ ସଚିବ ପଦରୁ ଅବ୍ୟାହତି କରିଥିଲେ ।

Post Views: 103
Tags: Bishnupad gets temporary relief
Share198Tweet124Send
Voice of Victims

Voice of Victims

Recent Posts

  • କଂଗ୍ରେସ ସାଂସଦ ଶଶି ଥରୁରଙ୍କ କାରକେଡ୍ ଉପରକୁ ଆକ୍ରମଣ, ଡ୍ରାଇଭର୍ ଏବଂ ସୁରକ୍ଷାକର୍ମୀ ଆହତ
  • ଖଡ଼ି ଛୁଆଁ ଓ ପ୍ରବେଶ ଉତ୍ସବ, ତଳେ ପିଲାଙ୍କ ସହ ବସି କଥାବାର୍ତ୍ତା ହେଲେ ମୁଖ୍ୟମନ୍ତ୍ରୀ
  • ପୁରୀ ବିମାନବନ୍ଦରକୁ ସର୍ତ୍ତ ସହ ଅନୁମତି; ମଞ୍ଜୁରୀ ପ୍ରଦାନ କଲା ପରିବେଶ, ଜଙ୍ଗଲ ଏବଂ ଜଳବାୟୁ ପରିବର୍ତ୍ତନ ମନ୍ତ୍ରଣାଳୟ
  • ଶିଶୁ ମନ୍ଦିର ରେ ପାଳିତ ହେଲା ଵିଦ୍ୟାରମ୍ଭ ଯଜ୍ଞ
  • ଇରାନରୁ ଭାରତ ଆସୁଥିବା ତେଲ ଜାହାଜ ଏବେ ଚୀନ ଅଭିମୁଖେ: ଜାଣନ୍ତୁ କାହିଁକି?

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In