• About Us
  • Contact Us
Saturday, April 4, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ମୁଖ୍ୟ ଖବର

ଅଫେରା ରାଇଜରେ ଉତ୍ତମ ମହାନ୍ତି, ବାସଭବନରେ ଅନ୍ତିମ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ

by Voice of Victims
February 28, 2025
in ମୁଖ୍ୟ ଖବର, ରାଜ୍ୟ
ଅଫେରା ରାଇଜରେ ଉତ୍ତମ ମହାନ୍ତି, ବାସଭବନରେ ଅନ୍ତିମ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଅଫେରା ରାଇଜରେ ଓଲିଉଡର ଅପ୍ରତିଦ୍ବନ୍ଦ୍ବୀ ମହାନାୟକ । ଭୁବନେଶ୍ବର ବରମୁଣ୍ଡା ସ୍ଥିତ ଜଗନ୍ନାଥ ବିହାର ବାସଭବନରେ ସୁପରଷ୍ଟାର ଉତ୍ତମ ମହାନ୍ତିଙ୍କ ଶେଷ ଦର୍ଶନ ପାଇଁ ଲାଗିଛି ଭିଡ଼ । ସୃଷ୍ଟି ହୋଇଛି ଶୋକାକୁଳ ପରିବେଶ । ଏହାରି ଭିତରେ ବାସଭବନରେ ଶେଷ ଦର୍ଶନ କରି ଶ୍ରଦ୍ଧାଞ୍ଜଳି ଦେଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ପରିବାରଲୋକଙ୍କୁ ଭେଟି ସମବେଦନା ଜଣାଇଛନ୍ତି । ସେହିପରି ଅନ୍ତିମ ଦର୍ଶନ ପାଇଁ ବହୁ ବିଶିଷ୍ଟ ବ୍ୟକ୍ତିଙ୍କ ସହ ଓଲିଉଡ଼ ସହ ଜଡିତ ବ୍ୟକ୍ତିବିଶେଷମାନେ ପହଂଚିଥିବାବେଳେ ଏଠାରୁ ଶେଷ ଦର୍ଶନ ପରେ ସତ୍ୟନଗର ମଶାଣିରେ ତାଙ୍କର ଶେଷକୃତ୍ୟ ସମ୍ପନ୍ନ ହେବ । ଅପରାହ୍ନରେ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଶେଷକୃତ୍ୟ ସମ୍ପନ୍ନ ହେବ ବୋଲି ଜଣାପଡିଛି । ଦିଲ୍ଲୀ ଗୁରୁଗ୍ରାମର ମେଦାନ୍ତ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ଉତ୍ତମ ମହାନ୍ତି ଗତକାଲି ରାତିରେ ଆଖି ବୁଜିଥିଲେ ।  ଏହାପରେ ଆଜି ଦିଲ୍ଲୀରୁ ବିମାନ ଯୋଗେ ମରଶରୀରକୁ ଭୁବନେଶ୍ବର ଅଣାଯାଇଛି । ବିମାନବନ୍ଦରରେ ପହଞ୍ଚିବା ପରେ ବରମୁଣ୍ଡା ଜଗନ୍ନାଥବିହାର ସ୍ଥିତ ବାସଭବନକୁ ନିଆଯାଇଥିଲା ।  ଏବେ ତାଙ୍କ ବାସଭବନରେ ଶେଷ ଦର୍ଶନ ପାଇଁ ଭିଡ଼ ଲାଗିଛି । ୨୦ ଦିନ କାଳ ହସ୍ପିଟାଲରେ ମୃତ୍ୟୁ ସହ ସଂଗ୍ରାମ କରି ୬୭ ବର୍ଷ ବୟସରେ ଚିରବିଦାୟ ନେଇଛନ୍ତି ଉତ୍ତମ । ସେ ଲିଭର ସିରୋସିସରେ ଆକ୍ରାନ୍ତ ଥିଲେ ।  ତାଙ୍କ ପରଲୋକରେ ବିଭିନ୍ନ ମହଲରେ ଶୋକ ପ୍ରକାଶ ପାଇଛି ।

Post Views: 40
Share198Tweet124Send
Voice of Victims

Voice of Victims

Recent Posts

  • କଂଗ୍ରେସ ସାଂସଦ ଶଶି ଥରୁରଙ୍କ କାରକେଡ୍ ଉପରକୁ ଆକ୍ରମଣ, ଡ୍ରାଇଭର୍ ଏବଂ ସୁରକ୍ଷାକର୍ମୀ ଆହତ
  • ଖଡ଼ି ଛୁଆଁ ଓ ପ୍ରବେଶ ଉତ୍ସବ, ତଳେ ପିଲାଙ୍କ ସହ ବସି କଥାବାର୍ତ୍ତା ହେଲେ ମୁଖ୍ୟମନ୍ତ୍ରୀ
  • ପୁରୀ ବିମାନବନ୍ଦରକୁ ସର୍ତ୍ତ ସହ ଅନୁମତି; ମଞ୍ଜୁରୀ ପ୍ରଦାନ କଲା ପରିବେଶ, ଜଙ୍ଗଲ ଏବଂ ଜଳବାୟୁ ପରିବର୍ତ୍ତନ ମନ୍ତ୍ରଣାଳୟ
  • ଶିଶୁ ମନ୍ଦିର ରେ ପାଳିତ ହେଲା ଵିଦ୍ୟାରମ୍ଭ ଯଜ୍ଞ
  • ଇରାନରୁ ଭାରତ ଆସୁଥିବା ତେଲ ଜାହାଜ ଏବେ ଚୀନ ଅଭିମୁଖେ: ଜାଣନ୍ତୁ କାହିଁକି?

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In