• About Us
  • Contact Us
Saturday, April 4, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ମୁଖ୍ୟ ଖବର

ଖୋଲିଲା ନବ ଦାସ ହତ୍ୟା ମାମଲା ଡାଏରୀ, ଦୀପାଳି ଓ ବିଶାଳଙ୍କୁ କ୍ରାଇମବ୍ରାଞ୍ଚର ନୋଟିସ୍

by Voice of Victims
March 1, 2025
in ମୁଖ୍ୟ ଖବର, ରାଜ୍ୟ
ଖୋଲିଲା ନବ ଦାସ ହତ୍ୟା ମାମଲା ଡାଏରୀ, ଦୀପାଳି ଓ ବିଶାଳଙ୍କୁ କ୍ରାଇମବ୍ରାଞ୍ଚର ନୋଟିସ୍

ଭୁବନେଶ୍ବର: ୨୦୨୩ ମସିହା ପୂର୍ବତନ ମନ୍ତ୍ରୀ ନବ ଦାସ ହତ୍ୟା ମାମଲାରେ ପୁଣି କ୍ରାଇମବ୍ରାଞ୍ଚ ତନାଘନା ତଦନ୍ତ । ନବ ଦାସଙ୍କ ଝିଅ ଦୀପାଳି ଓ ପୁଅ ବିଶାଳଙ୍କୁ ହାଜର ହେବା ପାଇଁ ନୋଟିସ୍ କରିଛି କ୍ରାଇମବ୍ରାଞ୍ଚ । ମାର୍ଚ୍ଚ ପ୍ରଥମ ସପ୍ତାହରେ ଯେ କୌଣସି ଦିନ ସେମାନେ କ୍ରାଇମବ୍ରାଞ୍ଚରେ ହାଜର ହେବାକୁ ନୋଟିସ୍ କରାଯାଇଛି । କ୍ରାଇମବ୍ରାଞ୍ଚ୍ ତଦନ୍ତକୁ ନେଇ ସେମାନଙ୍କ କିଛି କହିବାର ଥିଲେ ବା ଆପତ୍ତି ଥିଲେ, ସେମାନେ ସେଦିନ ଜଣାଇପାରିବେ ବୋଲି କୁହାଯାଇଛି । ୨୦୨୩ ମସିହା ଜାନୁଆରୀ ୨୯ ତାରିଖରେ ଝାରସୁଗୁଡ଼ା ଜିଲ୍ଲା ବ୍ରଜରାଜନଗରର ଗାନ୍ଧି ଛକରେ ଦିନ ପ୍ରାୟ ସାଢ଼େ ୧୧ଟା ବେଳେ ନବ ଦାସଙ୍କ ଉପରକୁ ଗୁଳି ମାଡ଼ କରାଯାଇଥିଲା । ତାଙ୍କୁ ପ୍ରଥମେ ଝାରସୁଗୁଡ଼ା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା । କିନ୍ତୁ ଅବସ୍ଥା ସଙ୍କଟାପନ୍ନ ଥିବାରୁ ତାଙ୍କୁ ଏୟାର ଲିଫ୍ଟ କରି ଭୁବନେଶ୍ୱର ଆଣି ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ନବ ଦାସଙ୍କର ମୃତ୍ୟୁ ଘଟିଥିଲା । ହତ୍ୟାକାଣ୍ଡର ଏକମାତ୍ର ଅଭିଯୁକ୍ତ ଗୋପାଳ ଏବେ ଜେଲରେ ଅଛି । ମାମଲା ଏବେ ନ୍ୟାୟାଳୟରେ ବିଚାରାଧୀନ ଅଛି ।

Post Views: 127
Tags: Diary of Nab Das murder case opened
Share197Tweet123Send
Voice of Victims

Voice of Victims

Recent Posts

  • କଂଗ୍ରେସ ସାଂସଦ ଶଶି ଥରୁରଙ୍କ କାରକେଡ୍ ଉପରକୁ ଆକ୍ରମଣ, ଡ୍ରାଇଭର୍ ଏବଂ ସୁରକ୍ଷାକର୍ମୀ ଆହତ
  • ଖଡ଼ି ଛୁଆଁ ଓ ପ୍ରବେଶ ଉତ୍ସବ, ତଳେ ପିଲାଙ୍କ ସହ ବସି କଥାବାର୍ତ୍ତା ହେଲେ ମୁଖ୍ୟମନ୍ତ୍ରୀ
  • ପୁରୀ ବିମାନବନ୍ଦରକୁ ସର୍ତ୍ତ ସହ ଅନୁମତି; ମଞ୍ଜୁରୀ ପ୍ରଦାନ କଲା ପରିବେଶ, ଜଙ୍ଗଲ ଏବଂ ଜଳବାୟୁ ପରିବର୍ତ୍ତନ ମନ୍ତ୍ରଣାଳୟ
  • ଶିଶୁ ମନ୍ଦିର ରେ ପାଳିତ ହେଲା ଵିଦ୍ୟାରମ୍ଭ ଯଜ୍ଞ
  • ଇରାନରୁ ଭାରତ ଆସୁଥିବା ତେଲ ଜାହାଜ ଏବେ ଚୀନ ଅଭିମୁଖେ: ଜାଣନ୍ତୁ କାହିଁକି?

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In