• About Us
  • Contact Us
Saturday, April 4, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ମୁଖ୍ୟ ଖବର

ଓଏସ୍‌ଏସ୍‌ସି ପରୀକ୍ଷାରେ ଅଘଟଣ, ଦୁଇ ମୃତକଙ୍କ ପରିବାରକୁ ୪ ଲକ୍ଷ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

by Voice of Victims
March 4, 2025
in ମୁଖ୍ୟ ଖବର, ରାଜ୍ୟ
ଓଏସ୍‌ଏସ୍‌ସି ପରୀକ୍ଷାରେ ଅଘଟଣ, ଦୁଇ ମୃତକଙ୍କ ପରିବାରକୁ ୪ ଲକ୍ଷ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର : ଓଏସ୍‌ଏସ୍‌ସି ପରୀକ୍ଷାରେ ଅଘଟଣ । ଶାରିରୀକ ପରୀକ୍ଷା ଚାଲିଥିବା ସମୟରେ କେନ୍ଦୁଝରର ବ୍ୟୋମକେଶ ନାୟକ ଓ ସୁନ୍ଦରଗଡର ପ୍ରବୀଣ କୁମାର ପଣ୍ଡାଙ୍କ ମୃତ୍ୟୁ ଘଟିଛି । ଏହି ଘଟଣାକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିବା ସହିତ ସେମାନଙ୍କ ପରିବାର ସଦସ୍ୟଙ୍କ ପ୍ରତି ସମବେଦନା ଜଣାଇଛନ୍ତି । ଏହା ସହିତ ମୁଖ୍ୟମନ୍ତ୍ରୀ ଏହି ଦୁଇ ମୃତକଙ୍କ ପରିବାରର ନିକଟତମ ଆତ୍ମୀୟଙ୍କ ପାଇଁ ୪ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପା ମୂଳକ ସହାୟତା ରାଶି ଘୋଷଣା କରିଛନ୍ତି । ଏହି ସହାୟତା ରାଶି ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିରୁ ପ୍ରଦାନ କରାଯିବ। ଖବର ଅନୁଯାୟୀ, ରାଉରକେଲାର ବ୍ୟାଚ୍ ନମ୍ବର ଏ ୦୨ ପ୍ରବୀଣ କୁମାର ପଣ୍ଡା । ଫରେଷ୍ଟ ଗାର୍ଡ ଏବଂ ଫରେଷ୍ଟର ପଦବୀ ପାଇଁ ସେ ଆବେଦନ କରିଥିଲେ। ଉକ୍ତ ପୋଷ୍ଟ ପାଇଁ ମଙ୍ଗଳବାର ଦିନ ଚାଲିଥିଲା ଫିଜିକାଲ୍ ଟେଷ୍ଟ । ଭବାନୀପୁରରୁ ବାରଗାଡ ଯାଏଁ ୨୫ କିଲୋମିଟରର ଦୌଡ଼ ପରୀକ୍ଷା ଚାଲିଥିଲା । ଏହି ସମୟରେ କିରେଇ ନିକଟରେ ଅଚେତ ହୋଇଥିଲେ ଏହି ପରୀକ୍ଷାର୍ଥୀ । ସଙ୍ଗେସଙ୍ଗେ ତାଙ୍କୁ ମେଡିକାଲ ନେବା ପରେ ଡାକ୍ତର ପରୀକ୍ଷାର୍ଥୀଙ୍କୁ ମୃତ ଘୋଷଣା କରିଥିଲେ । ଅନ୍ୟପଟେ କେନ୍ଦୁଝରର ବ୍ୟୋମକେଶ ନାୟକ ମଧ୍ଯ Ossc ପରୀକ୍ଷା ବେଳେ 25 କିମି ଦୌଡ଼ ସାରିବା ପରେ ବେହୋସ ହୋଇ ଯାଇଥିଲେ । ତାଙ୍କୁ ସଙ୍ଗେ ସଙ୍ଗେ କେନ୍ଦୁଝର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ପରେ କଟକ ବଡ଼ଡ଼ାକ୍ତରଖାନାକୁ ସ୍ତାନାତର ହୋଇଥିଲେ। କଟକରେ ଚିକିତ୍ସିତ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି ।

Post Views: 57
Share198Tweet124Send
Voice of Victims

Voice of Victims

Recent Posts

  • ଇରାନରୁ ଭାରତ ଆସୁଥିବା ତେଲ ଜାହାଜ ଏବେ ଚୀନ ଅଭିମୁଖେ: ଜାଣନ୍ତୁ କାହିଁକି?
  • ପାକିସ୍ତାନୀ ସୀମା ହାଇଦର…ନିଜ ପିଲାର ନାମ ରଖିଲେ ‘ଭାରତ’, ପିଲାଙ୍କୁ ଭଲ ଶିକ୍ଷା ଦେବା ମୂଳ ଲକ୍ଷ୍ୟ
  • ରାଜ୍ୟରେ ଏବେ ଡବଲ ଇଞ୍ଜିନ ସରକାର, ପୂର୍ବତଟ ରେଳପଥରୁ ଅଲଗା ହେଲା ପଲ୍ଲାସା-ଇଚ୍ଛାପୁରମ ଡିଭିଜନ
  • AMAZON କମ୍ପାନୀ ଉପରେ ଆକ୍ରମଣ ! ଇରାନର ଟାର୍ଗେଟରେ ଆମେରିକାର ଟେକ୍ କମ୍ପାନୀ
  • ଇରାନ ଖସାଇଲା F-35 ଯୁଦ୍ଧ ବିମାନ ! ଖଣ୍ଡନ କଲା ଆମେରିକୀୟ ସେନା

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In