• About Us
  • Contact Us
Tuesday, March 24, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ଛତିଶା ନିଯୋଗର ବଡ଼ ନିଷ୍ପତ୍ତି: ମେଣ୍ଢାପୋଡି ଓ ଦୋଳପୂର୍ଣ୍ଣମୀ ନୀତି ନିର୍ଘଣ୍ଟ ଉପରେ ମୋହର

by Voice of Victims
March 7, 2025
in ଆଞ୍ଚଳିକ ଖବର, ମୁଖ୍ୟ ଖବର
ଛତିଶା ନିଯୋଗର ବଡ଼ ନିଷ୍ପତ୍ତି: ମେଣ୍ଢାପୋଡି ଓ ଦୋଳପୂର୍ଣ୍ଣମୀ ନୀତି ନିର୍ଘଣ୍ଟ ଉପରେ ମୋହର

ପୁରୀ: ସୁରୁଖୁରୁରେ ହେବ ଶ୍ରୀଜିଉଙ୍କ ଦୋଳପୂର୍ଣ୍ଣିମା ନୀତି। ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ୱାଇଁଙ୍କ ଅଧ୍ୟକ୍ଷତାରେ ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟରେ ଚାଲିଥିବା ଛତିଶା ନିଯୋଗ ବୈଠକ ଶେଷ ହୋଇଛି। ବୈଠକରେ ଆସନ୍ତା ୧୩ ଓ ୧୪ ତାରିଖରେ ହେବାକୁ ଥିବା ମେଣ୍ଢା ପୋଡି ଓ ଦୋଳପୂର୍ଣ୍ଣମୀ ନୀତି ନିର୍ଘଣ୍ଟ ଉପରେ ମୋହର ବାଜିଛି। ସୁରୁଖୁରୁରେ ନୀତି ସମ୍ପାଦନ ଓ ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ ଉପରେ ଗୁରୁତ୍ବ ଦିଆଯାଇଛି।

୧୩ ଓ ୧୪ ତାରିଖ ରାତି ୩ ଟାରେ ଶ୍ରୀମନ୍ଦିର ଦ୍ଵାର ଫିଟି ଅନ୍ୟାନ୍ୟ ନୀତି କାନ୍ତି ଅନୁଷ୍ଠିତ ହେବ। ସେହିପରି ୧୪ ତାରିଖ ଦୋଳପୂର୍ଣ୍ଣିମା ଦିନ ଦୋଳବେଦୀ ଉପରେ ସ୍ଵତନ୍ତ୍ର ନୀତି କାନ୍ତି ହେବ। ଠିକ୍ ସମୟରେ ନୀତି ସଂପାଦନ ସହ ଭକ୍ତ ମାନେ କିଭଳି ବ୍ୟବସ୍ଥିତ ଓ ଶୃଙ୍ଖଳିତ ଦର୍ଶନ କରିବେ ସେ ନେଇ ସମସ୍ତ ବ୍ୟବସ୍ଥା ଗ୍ରହଣ କରାଯାଇଛି। ଅନ୍ୟପଟେ ଆସନ୍ତା ଗ୍ରୀଷ୍ମପ୍ରବାହ ଓ ଖରାକୁ ଦୃଷ୍ଟିରେ ରଖି ଭକ୍ତଙ୍କ ନିମନ୍ତେ ପର୍ଯ୍ୟାପ୍ତ ପାନୀୟ ଜଳ ବ୍ୟବସ୍ଥା ହେବ।

ସେପଟେ ଶ୍ରୀମନ୍ଦିରରେ ବ୍ୟବହୃତ ହେଉଥିବା ଓମଫେଡ ଘିଅ ଟିଣରେ ଥିବା ମହାପ୍ରଭୁଙ୍କ ଫଟୋକୁ ନେଇ ଉଦବେଗ ପ୍ରକାଶ କରିଛନ୍ତି ସେବାୟତ। ତେଣୁ ତୁରନ୍ତ ସେଥିରୁ ମହାପ୍ରଭୁଙ୍କ ଫଟୋ ହଟାଇବା ପାଇଁ ଦାବି କରିଛନ୍ତି ବରିଷ୍ଠ ସେବାୟତ ଦାମୋଦର ମହାସୁଆର। ଏନେଇ ଆଲୋଚନା ପରେ ପଦକ୍ଷେପ ନିଆଯିବ ବୋଲି ସୂଚନା ଦେଇଥିଲେ ପୁରୀ ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁ। ତେବେ ଆଜି ଅନୁଷ୍ଠିତ ଛତିଶା ନିଯୋଗ ବୈଠକରେ ପୁରୀ ଏସପି ବିନୀତ ଅଗ୍ରୱାଲ, ଶ୍ରୀମନ୍ଦିର ନୀତି ପ୍ରଶାସକ, ଅନ୍ୟାନ୍ୟ ବରିଷ୍ଠ ପ୍ରଶାସନିକ ଅଧିକାରୀଙ୍କ ସହିତ ଛତିଶା ନିଯୋଗର ପ୍ରତିନିଧି ମାନେ ଉପସ୍ଥିତ ଥିଲେ।

ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ୧୦ଟି ୱାଟର ଡିସ୍ପେନସର ମାଧ୍ୟମରେ ଭକ୍ତଙ୍କୁ ପାଣି ଯୋଗାଇ ଦେବାକୁ ନିଆଯାଇଛି। ପ୍ରାଥମିକ ପର୍ଯ୍ୟାୟରେ ୫ଟି ମୋବାଇଲ୍ ଡିସ୍ପେନସର୍ ପ୍ରସ୍ତୁତ ହୋଇଥିବା କହିଛନ୍ତି ଜିଲ୍ଲାପାଳ। ଅନ୍ୟପଟରେ ଦର୍ଶନ ପାଇଁ ସେବାୟତଙ୍କ ଲୋକ ବା ପରିବାରକୁ ଛଡ଼ାଯାଉନି। କେବଳ ଭିଆଇପି ଦର୍ଶନ ଜାରି ରହିଛି ବୋଲି ଅଭିଯୋଗ କରିଥିଲେ ସେବାୟତ। ଏହାକୁ ଧ୍ୟାନରେ ରଖି ସେବାୟତ ପ୍ରତିନିଧିଙ୍କୁ ନେଇ ଚାରି ଜଣିଆ ଟିମ୍ ଗଠନ ହେବ ବୋଲି ସେବାୟତଙ୍କୁ ପ୍ରତିଶ୍ରୁତି ଦିଆଯାଇଛି। ଦର୍ଶନ ଶୃଙ୍ଖଳା ପାଇଁ ସେମାନଙ୍କ ମତାମତ ନିଆଯିବ।

Post Views: 42
Share198Tweet124Send
Voice of Victims

Voice of Victims

Recent Posts

  • ଦିଲ୍ଲୀ ବିଧାନସଭାକୁ ମିଳିଲା ବୋମା ଧମକ, ମୋଦି ଓ ଅମିତ ଶାହଙ୍କୁ ଟାର୍ଗେଟ୍ !
  • ଥାନା ଭିତରେ ରକ୍ତ ଛିଟା, ଦୁଇ ପରିବାରର ଜାଗା ବାଡ଼ିକୁ ନେଇ ପୋଲିସ ଉପସ୍ଥିତିରେ ମାରପିଟ୍
  • ଭୁଲ ଇଞ୍ଜେକ୍ସନ ପାଇଁ ଶିଶୁ ମୃତ୍ୟୁ ଅଭିଯୋଗ, କ୍ୟାପିଟାଲ ହସ୍ପିଟାଲରେ ଉତ୍ତେଜନା
  • କାଲିଠୁ ରତ୍ନଭଣ୍ଡାର ଅଳଙ୍କାର ଗଣତି ମଣତି ଆରମ୍ଭ, ଏସଓପି ଆଧାରରେ ସମସ୍ତ କାର୍ଯ୍ୟ ସୁରୁଖୁରୁରେ କରାଯିବ
  • ଜଳିଗଲା ୨ ବଖରା ଛପର ଘର, ଲୋକମାନଙ୍କର ଉଡିଗଲା ହୋସ !

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In