• About Us
  • Contact Us
Wednesday, March 25, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

୨୪ ବର୍ଷରେ ନବୀନ ସରକାର ସ୍ଲୋଗାନରେ ସୀମିତ ଥିଲା: ମୁଖ୍ୟମନ୍ତ୍ରୀ

by Voice of Victims
March 8, 2025
in ଆଞ୍ଚଳିକ ଖବର, ମୁଖ୍ୟ ଖବର
୨୪ ବର୍ଷରେ ନବୀନ ସରକାର ସ୍ଲୋଗାନରେ ସୀମିତ ଥିଲା: ମୁଖ୍ୟମନ୍ତ୍ରୀ

ବ୍ରହ୍ମପୁର: ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ‘ସୁଭଦ୍ରା’ ଯୋଜନାର ୨ୟ କିସ୍ତି ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଗଞ୍ଜାମ ଜିଲା ବ୍ରହ୍ମପୁର ବିବେକ ବିହାରଠାରେ ଆୟୋଜିତ କାର୍ଯ୍ୟକ୍ରମରେ ସୁଭଦ୍ରା ଟଙ୍କା ରିଲିଜ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଏହି ଅବସରରେ ନିଜ ଅଭିଭାଷଣରେ ପୂର୍ବ ସରକାରକୁ ଟାର୍ଗେଟ କରିଛନ୍ତି ମୁଖ୍ୟମନ୍ତ୍ରୀ। ୯ ମାସରେ ମହିଳାଙ୍କୁ ୧୦ ହଜାର କୋଟି ସହାୟତା ଦେଇଛନ୍ତି ସରକାର। ସଫଳତାକୁ ସହ୍ୟ କରିପାରୁ ନାହାନ୍ତି ବିରୋଧୀ ଦଳ ନେତା ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।

ମୁଖ୍ୟମନ୍ତ୍ରୀ ଆହୁରି ମଧ୍ୟ କହିଛନ୍ତି ଯେ, ଆମ ସରକାରର କାମ ଦେଖି ବିରୋଧିମାନେ ବି କହୁଛନ୍ତି, ଆମ ମୁଣ୍ଡକୁ କେମିତି ଏଭଳି ଯୋଜନା କଥା ଆସିଲାନି। ଏ କଥା ସେମାନେ ଆମକୁ ଲବିରେ କୁହନ୍ତି । ପୂର୍ବ ସରକାର କେବଳ ସ୍ଲୋଗାନରେ ଚାଲିଥିଲା। ୨୪ ବର୍ଷରେ ନବୀନ ସରକାର ସ୍ଲୋଗାନରେ ସୀମିତ ଥିଲା। ୯ ମାସର ଆମ ସରକାର କୋଟିଏ ମହିଳାଙ୍କ ପାଖରେ ପହଞ୍ଚିଛି। ଲକ୍ଷପତି ଦିଦି ସୃଷ୍ଟି କରିବା କ୍ଷେତ୍ରରେ ଓଡ଼ିଶା ଦେଶରେ ଦ୍ବିତୀୟ ସ୍ଥାନରେ ରହିଛି। ସବୁଠୁ ବଡ଼ କଥା ହେଲା ନିନ୍ଦୁକମାନେ ଆମ ସଫଳତାକୁ ହଜମ କରିପାରୁ ନାହାନ୍ତି। ବିରୋଧୀଙ୍କୁ ଟିକେ ହଜମ କରିବା ଗୁଲି ଦେବା ଦରକାର ବୋଲି ବ୍ୟଙ୍ଗ କରି କହିଛନ୍ତି ମୁଖ୍ୟମନ୍ତ୍ରୀ। ମୁଖ୍ୟମନ୍ତ୍ରୀ ଆହୁରି କହିଛନ୍ତି ଯେ, ପୂର୍ବ ସରକାର ଗରିବଙ୍କ ଦୁଃଖ ବୁଝି ପାରି ନ ଥିଲେ ଏଥିପାଇଁ ଆମ ସରକାର ମୁଖ୍ୟମନ୍ତ୍ରୀ କନ୍ୟା ରତ୍ନ ଯୋଜନା କରିଛନ୍ତି।

Post Views: 94
Share197Tweet123Send
Voice of Victims

Voice of Victims

Recent Posts

  • ଦିଲ୍ଲୀ ବିଧାନସଭାକୁ ମିଳିଲା ବୋମା ଧମକ, ମୋଦି ଓ ଅମିତ ଶାହଙ୍କୁ ଟାର୍ଗେଟ୍ !
  • ଥାନା ଭିତରେ ରକ୍ତ ଛିଟା, ଦୁଇ ପରିବାରର ଜାଗା ବାଡ଼ିକୁ ନେଇ ପୋଲିସ ଉପସ୍ଥିତିରେ ମାରପିଟ୍
  • ଭୁଲ ଇଞ୍ଜେକ୍ସନ ପାଇଁ ଶିଶୁ ମୃତ୍ୟୁ ଅଭିଯୋଗ, କ୍ୟାପିଟାଲ ହସ୍ପିଟାଲରେ ଉତ୍ତେଜନା
  • କାଲିଠୁ ରତ୍ନଭଣ୍ଡାର ଅଳଙ୍କାର ଗଣତି ମଣତି ଆରମ୍ଭ, ଏସଓପି ଆଧାରରେ ସମସ୍ତ କାର୍ଯ୍ୟ ସୁରୁଖୁରୁରେ କରାଯିବ
  • ଜଳିଗଲା ୨ ବଖରା ଛପର ଘର, ଲୋକମାନଙ୍କର ଉଡିଗଲା ହୋସ !

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In