• About Us
  • Contact Us
Wednesday, March 25, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ହଜି ଯାଇଛନ୍ତି ମୁଖ୍ୟମନ୍ତ୍ରୀ! ଲଣ୍ଠନ ଧରି ଖୋଜୁଛନ୍ତି ବିଜେଡି ବିଧାୟକ

by Voice of Victims
March 11, 2025
in ଆଞ୍ଚଳିକ ଖବର, ମୁଖ୍ୟ ଖବର
ହଜି ଯାଇଛନ୍ତି ମୁଖ୍ୟମନ୍ତ୍ରୀ! ଲଣ୍ଠନ ଧରି ଖୋଜୁଛନ୍ତି ବିଜେଡି ବିଧାୟକ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ମାଝୀ ହଜି ଯାଇଛନ୍ତି । ତେଣୁ ତାଙ୍କୁ ଖୋଜିବାକୁ ବାହାରିଛନ୍ତି ବିଜେଡି ବିଧାୟକ । ହାତରେ ଧରିଛନ୍ତି ଲଣ୍ଠନ । ବିଧାନସଭାରେ କୋଠରୀରୁ କୋଠରୀ ବୁଲି ଖୋଜୁଛନ୍ତି ମୁଖ୍ୟମନ୍ତ୍ରୀଙ୍କୁ ।

ଆଜି ଗୃହରେ ବିଜେପି ବିଧାୟକଙ୍କ ଗୁଣ୍ଠାରାଜ ଦେଖିବାକୁ ମିଳିଛି । ଜୟନାରାୟଣ ମିଶ୍ରଙ୍କ ବିବାଦୀୟ ବୟାନକୁ ନେଇ କଂଗ୍ରେସ ବିଧାୟକମାନେ ପ୍ରତିବାଦ କରୁଥିବା ବେଳେ ବିଜେପି ବିଧାୟକ ବାଧା ଦେଇଥିଲେ । କଥା ସେତିକିରେ ସରି ନଥିଲା । ବିଜେପିର ବିବାଦୀୟ ବିଧାୟକ ଜୟନାରାୟଣ, ତାରାଙ୍କ କଲର ଧରି ଘୋଷାଡି ଦେବା ସହ ତାଙ୍କୁ ଠେଲାପେଲା କରିଥିଲେ । ଏହାକୁ ନେଇ ଉଭୟ ବିରୋଧୀ କଂଗ୍ରେସ ଓ ଶାସକ ବିଧାୟକଙ୍କ ମଧ୍ୟରେ ହାତହାତି ପର୍ଯ୍ୟନ୍ତ କଥା ଯାଇଥିଲା ।

ଗୃହ ଭିତରେ ବିଜେପି ବିଧାୟକଙ୍କ ଏମିତି ଗୁଣ୍ଡାରାଜକୁ ବିଜେଡି ବିରୋଧ କରିଛି । ଦଳର ସଦସ୍ୟମାନେ ହାତରେ ଲଣ୍ଠନ ଧରି ମୁଖ୍ୟମନ୍ତ୍ରୀଙ୍କୁ ଖୋଜିବା ଆରମ୍ଭ କରିଛନ୍ତି । ବିଜେଡିର ସମସ୍ତ ବିଧାୟକ ଲଣ୍ଠନ ଧରି ପ୍ରଥମେ ବିଧାନସଭା ପରିସରରେ ମୁଖ୍ୟମନ୍ତ୍ରୀଙ୍କୁ ଖୋଜିଥିଲେ । ଏହାପରେ ବିଧାନସଭା ମଧ୍ୟରେ କୋଠରୀରୁ କୋଠରୀକୁ ଯାଇ ମୁଖ୍ୟମନ୍ତ୍ରୀଙ୍କୁ ଖୋଜିଛନ୍ତି । ଏନେଇ ଦଳ ପକ୍ଷରୁ କୁହାଯାଇଛି, ମୁଖ୍ୟମନ୍ତ୍ରୀ ହଜି ଯାଇଛନ୍ତି । ତାଙ୍କୁ ଖୋଜିବା ପାଇଁ ଲଣ୍ଠନ ଧରି ବାହାରିଛୁ ।

Post Views: 48
Share198Tweet124Send
Voice of Victims

Voice of Victims

Recent Posts

  • ଦିଲ୍ଲୀ ବିଧାନସଭାକୁ ମିଳିଲା ବୋମା ଧମକ, ମୋଦି ଓ ଅମିତ ଶାହଙ୍କୁ ଟାର୍ଗେଟ୍ !
  • ଥାନା ଭିତରେ ରକ୍ତ ଛିଟା, ଦୁଇ ପରିବାରର ଜାଗା ବାଡ଼ିକୁ ନେଇ ପୋଲିସ ଉପସ୍ଥିତିରେ ମାରପିଟ୍
  • ଭୁଲ ଇଞ୍ଜେକ୍ସନ ପାଇଁ ଶିଶୁ ମୃତ୍ୟୁ ଅଭିଯୋଗ, କ୍ୟାପିଟାଲ ହସ୍ପିଟାଲରେ ଉତ୍ତେଜନା
  • କାଲିଠୁ ରତ୍ନଭଣ୍ଡାର ଅଳଙ୍କାର ଗଣତି ମଣତି ଆରମ୍ଭ, ଏସଓପି ଆଧାରରେ ସମସ୍ତ କାର୍ଯ୍ୟ ସୁରୁଖୁରୁରେ କରାଯିବ
  • ଜଳିଗଲା ୨ ବଖରା ଛପର ଘର, ଲୋକମାନଙ୍କର ଉଡିଗଲା ହୋସ !

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In