• About Us
  • Contact Us
Wednesday, March 25, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

୨୭ରେ ରାଜ୍ୟ କଂଗ୍ରେସ ପକ୍ଷରୁ ବିଧାନସଭା ଘେରାଉ କରିବାକୁ ନିଷ୍ପତ୍ତି

by Voice of Victims
March 21, 2025
in ଆଞ୍ଚଳିକ ଖବର, ମୁଖ୍ୟ ଖବର
୨୭ରେ ରାଜ୍ୟ କଂଗ୍ରେସ ପକ୍ଷରୁ ବିଧାନସଭା ଘେରାଉ କରିବାକୁ ନିଷ୍ପତ୍ତି

ଯାଜପୁର: ନାରୀ ନିର୍ଯାତନାକୁ ରୋକିବା ପାଇଁ କଂଗ୍ରେସ ପକ୍ଷରୁ ବିଧାନସଭାକୁ ଘେରାଉ କରାଯିବ। ନାରୀ ନିର୍ଯାତନା ରୋକିବା ପାଇଁ ସରକାରଙ୍କ ପକ୍ଷରୁ ଠୋସ ପଦକ୍ଷେପ ଗ୍ରହଣ କରା ନଯିବା ପର୍ଯ୍ୟନ୍ତ କଂଗ୍ରେସ ପକ୍ଷରୁ ଆନ୍ଦୋଳନ ଜାରି ରହିବ। ଏଭଳି କିଛି ସୂଚନା ଦେଇଛନ୍ତି ପିସିସି ସଭାପତି ଭକ୍ତ ଚରଣ ଦାସ।

ରାଜ୍ୟ ଓ କେନ୍ଦ୍ରରେ ଏବେ ଡବଲ ଇଂଜିନ ସରକାର ଚାଲିଛି। କିନ୍ତୁ ରାଜ୍ୟରେ ନାରୀ ନିର୍ଯାତନାର ବେଗ ମଧ୍ୟ ଡବଲ ବେଗରେ ଗତି କରୁଛି। ପ୍ରତିଦିନ ନାରୀ ନିର୍ଯାତନା ଘଟଣା ସାମ୍ନାକୁ ଆସୁଛି। ଏଭଳି ଘଟଣା କମିବା ପରିବର୍ତ୍ତେ ବଢ଼ିବାରେ ଲାଗିଛି। ଏହାର ନିରାକରଣ କରିବା ପାଇଁ ସରକାରଙ୍କ ପାଖରେ କୌଣସି ପ୍ରକାର ମେକାନିଜିମ ନାହିଁ। ଏହି ନାରୀ ନିର୍ଯାତନା ରୋକିବା ପାଇଁ ଗୃହର ଏକ କମିଟି ଗଠନ କରି ସରଜମିନ ତଦନ୍ତ କରିବାକୁ କଂଗ୍ରେସ ଦାବି କରିଆସୁଛି।

ବାରମ୍ବାର କଂଗ୍ରେସର ଦାବିକୁ ସରକାର ଅଗ୍ରାହ୍ୟ କରିବା ପ୍ରତିବାଦରେ ଆସନ୍ତା ୨୭ ତାରିଖ ରାଜ୍ୟ କଂଗ୍ରେସ ପକ୍ଷରୁ ବିଧାନସଭା ଘେରଉ କରାଯିବାକୁ ନିଷ୍ପତ୍ତି ହୋଇଛି। ତେଣୁ ରାଜ୍ୟର ମହିଳାଙ୍କ ସୁରକ୍ଷା ପାଇଁ ହେଉଥିବା ଆନ୍ଦୋଳନରେ ସମସ୍ତେ ସାମିଲ ହେବାକୁ ପିସିସି ସଭାପତି ଭକ୍ତ ଚରଣ ଦାସ ନିବେଦନ କରିଛନ୍ତି।

ଭକ୍ତ ଚରଣ ଦାସ ଦିନିକିଆ ଯାଜପୁର ଜିଲ୍ଲା ଗସ୍ତରେ ଆସି ରାଜ୍ୟରେ ବିପର୍ଯ୍ୟସ୍ତ ଆଇନଶୃଙ୍ଖଳାକୁ ଟାର୍ଗେଟ କରିବା ସହ ନାରୀ ନିର୍ଯାତନା ରୋକିବା ପାଇଁ ସରକାରଙ୍କ ପକ୍ଷରୁ ଠୋସ ପଦକ୍ଷେପ ଗ୍ରହଣ କରା ନଯିବା ପର୍ଯ୍ୟନ୍ତ କଂଗ୍ରେସ ପକ୍ଷରୁ ଆନ୍ଦୋଳନ ଜାରି ରହିବ ବୋଲି ଘୋଷଣା କରିଛନ୍ତି। ପିସିସି ସଭାପତି ଭକ୍ତଚରଣ ଦାସଙ୍କ ସହିତ କଂଗ୍ରେସର ଓଡ଼ିଶା ପ୍ରଭାରୀ ଅଜୟ କୁମାର ଲଲୁ ଯାଜପୁର ଜିଲ୍ଲାକୁ ପ୍ରଥମଥର ଆସିଥିଲେ।

Post Views: 72
Share198Tweet124Send
Voice of Victims

Voice of Victims

Recent Posts

  • ଦିଲ୍ଲୀ ବିଧାନସଭାକୁ ମିଳିଲା ବୋମା ଧମକ, ମୋଦି ଓ ଅମିତ ଶାହଙ୍କୁ ଟାର୍ଗେଟ୍ !
  • ଥାନା ଭିତରେ ରକ୍ତ ଛିଟା, ଦୁଇ ପରିବାରର ଜାଗା ବାଡ଼ିକୁ ନେଇ ପୋଲିସ ଉପସ୍ଥିତିରେ ମାରପିଟ୍
  • ଭୁଲ ଇଞ୍ଜେକ୍ସନ ପାଇଁ ଶିଶୁ ମୃତ୍ୟୁ ଅଭିଯୋଗ, କ୍ୟାପିଟାଲ ହସ୍ପିଟାଲରେ ଉତ୍ତେଜନା
  • କାଲିଠୁ ରତ୍ନଭଣ୍ଡାର ଅଳଙ୍କାର ଗଣତି ମଣତି ଆରମ୍ଭ, ଏସଓପି ଆଧାରରେ ସମସ୍ତ କାର୍ଯ୍ୟ ସୁରୁଖୁରୁରେ କରାଯିବ
  • ଜଳିଗଲା ୨ ବଖରା ଛପର ଘର, ଲୋକମାନଙ୍କର ଉଡିଗଲା ହୋସ !

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In