• About Us
  • Contact Us
Wednesday, April 1, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଦେଶ ବିଦେଶ

ଅରୁଣାଚଳ ପ୍ରଦେଶରେ ଭୂକମ୍ପ ଝଟକା ଅନୁଭୂତ, ତୀବ୍ରତା ୩.୫

by Voice of Victims
March 31, 2025
in ଦେଶ ବିଦେଶ, ମୁଖ୍ୟ ଖବର
ନ୍ୟୁଜିଲାଣ୍ଡରେ ଶକ୍ତିଶାଳୀ ଭୂମିକମ୍ପ; ଆସିପାରେ ସୁନାମି

ନୂଆଦିଲ୍ଲୀ: ମିଆଁମାର ଏବଂ ଥାଇଲାଣ୍ଡ ପରେ ଅରୁଣାଚଳ ପ୍ରଦେଶର ଭୂକମ୍ପ ଝଟକା ଅନୁଭୂତ ହୋଇଛି । ଭୂକମ୍ପର ତୀବ୍ରତା ୩.୫ ରହିଥିଲା । ଅପରାହ୍ନ ୨ଟା ୩୮ ସମୟରେ ଭୂକମ୍ପ ଝଟକା ଅନୁଭୂତ ହୋଇଥିଲା । ଭୂକମ୍ପରେ କିଛି କ୍ଷୟକ୍ଷତି ହୋଇନାହିଁ । ଭୂକମ୍ପର କେନ୍ଦ୍ର ଅରୁଣାଚଳ ପ୍ରଦେଶର ଶୀ ୟୋମିର ଠାରୁ ୧୦କିମି ଗଭୀରତା ରହିଥିଲା ।  ଏହା ପୂର୍ବରୁ ଭାରତର ଦିଲ୍ଲୀ ଏନସିଆର, ମଣିପୁର, ମେଘାଳୟରେ ୪.୦ ତୀବ୍ରତାର ଭୂକମ୍ପ ଝଟକା ଅନୁଭୂତ ହୋଇଥିଲା ।

ସୂଚନାଯୋଗ୍ୟ, ମିଆଁମାର ଏବଂ ଥାଇଲ୍ୟାଣ୍ଡରେ ଶୁକ୍ରବାର ଦିନ ୭.୭ ତୀବ୍ରତାର ଭୂ-କମ୍ପ ବ୍ୟାପକ କ୍ଷୟକ୍ଷତି ଘଟାଇଛି ।  ଯେଉଁଥିରେ ଅତି କମରେ ୧,୭୦୦ ଲୋକଙ୍କର ମୃତ୍ୟୁ ହୋଇଛି ଏବଂ ୩,୦୦୦ ରୁ ଅଧିକ ଆହତ ହୋଇଛନ୍ତି। ଉଦ୍ଧାର ପ୍ରୟାସ ଜାରି ରହିଛି ।  ଅନେକ ଲୋକ ଧ୍ବଂସ ସ୍ତୁପ ତଳେ ଚାପି ହୋଇ ରହିଛନ୍ତି । ଅନେକ ପୋଲ ଭାଙ୍ଗି ଯାଇଛି । ରାସ୍ତା ଫାଟି ଯାଇଛି । ବହୁ ବଡ଼ ବଡ଼ ଡ୍ୟାମ କ୍ଷତିଗ୍ରସ୍ତ ହୋଇଛି । ଭୂକମ୍ପ ପରେ ମିଆଁମାରରେ ରାଷ୍ଟ୍ରୀୟ ବିପତ୍ତି ଘୋଷଣା କରାଯାଇଛି । ଭୂମିକମ୍ପରେ ସବୁଠାରୁ ଅଧିକ ପ୍ରଭାବିତ ହୋଇଛି ନାପିଡୋ ଓ ମଣ୍ଡାଲୟ ।

ଅପରେସନ ବ୍ରହ୍ମାରେ ମିଆଁମାରକୁ ରିଲିଫ ପଠାଇଛି ଭାରତ ।  ମିଆଁମାରକୁ ଭାରତୀୟ ବାୟୁସେନାର C 130 ବିମାନ ମ୍ୟାମାରର ଦ୍ବିତୀୟ ବୃହତ ସହର ନାପିଡୋରେ ପହଞ୍ଚିଛି । ଉଦ୍ଧାର କାର୍ଯ୍ୟ ପାଇଁ ସନ୍ଧାନୀ କୁକୁର ସହ NDRF ଟିମ ପହଞ୍ଚି ଉଦ୍ଧାର କାମ ଆରମ୍ଭ କରିଛି । ସେହିପରି ଭାରତ ଅପରେସନ ବ୍ରହ୍ମା ଅନ୍ତର୍ଗତ ଏକ ସ୍ପେଶାଲ ମେଡିକାଲ ଟାସ୍କ ଫୋର୍ସ ଉଦ୍ଧାର କାର୍ଯ୍ୟରେ ନିୟୋଜିତ କରିଛି । ମିଆଁମାର ଓ ଥାଇଲ୍ୟାଣ୍ଡରେ ଭୂକମ୍ପ ପରେ ଟୋଙ୍ଗାରେ ଭୟଙ୍କର ଭୂକମ୍ପର ଝଟକା । ରିକ୍ଟର ସ୍କେଲରେ ଭୂମିକମ୍ପର ତୀବ୍ରତା ୬.୧ ରେକର୍ଡ କରାଯାଇଛି ।

Post Views: 74
Share198Tweet124Send
Voice of Victims

Voice of Victims

Recent Posts

  • ବିଧାୟକ ପଦରୁ ଇସ୍ତଫା ଦେଲେ ନୀତିନ ନବୀନ, ଖାଲି ପଡିଛି ବାଙ୍କିପୁରର ଆସନ
  • ବିଧାନ ପରିଷଦର ସଦସ୍ୟ ପଦରୁ ଇସ୍ତଫା ଦେଲେ ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର, ନୂଆ ମୁଖ୍ୟମନ୍ତ୍ରୀକୁ ନେଇ ସସପେନ୍ସ
  • ବରିଷ୍ଠ ବିଜେଡି ନେତାଙ୍କ ପତ୍ନୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ମୃତ୍ୟୁର କାରଣ ଅସ୍ପଷ୍ଟ
  • ଦୁବେଙ୍କ ମାନସିକ ଚିକିତ୍ସା ଆବଶ୍ୟକ, କହିଲେ ନବୀନ ପଟ୍ଟନାୟକ
  • ପୁରୀ ସମୁଦ୍ର ବେଳାଭୂମିରେ ଅଘଟଣ, ବୁଡ଼ିଯାଇ ୨ ପର୍ଯ୍ୟଟକଙ୍କ ମୃତ୍ୟୁ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In