• About Us
  • Contact Us
Wednesday, March 25, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ଆସନ୍ତାକାଲି ବନକଲାଗି ନୀତି; ୫ଘଣ୍ଟା ଜଗା ଦର୍ଶନ ବନ୍ଦ

by Voice of Victims
April 1, 2025
in ଆଞ୍ଚଳିକ ଖବର, ମୁଖ୍ୟ ଖବର
ଆଜିଠାରୁ ଶ୍ରୀମନ୍ଦିରରେ ପହିଲି ଭୋଗ

ପୁରୀ: ଆସନ୍ତାକାଲି ହେବ ଶ୍ରୀମନ୍ଦିରରେ ବନକଲାଗି ନୀତି । ଶ୍ରୀଜିଉଙ୍କ ଶ୍ରୀମୁଖ ଶୃଙ୍ଖାର କରିବେ ଦତ୍ତ ମହାପାତ୍ର ସେବାୟତ । ଏଥିଲାଗି ଶ୍ରୀମନ୍ଦିରରେ ୫ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ । ଚୈତ୍ର ଶୁକ୍ଲ ପଞ୍ଚମୀ ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଣୁ ଦ୍ବତୀୟ ଭୋଗମଣ୍ଡପ ଭୋଗ ଶେଷ ହେବା ପରେ ଆପାତତଃ ଅପରାହ୍ଣ ୫ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଏହା ପରଠାରୁ ପୁଣି ମହାପ୍ରଭୁଙ୍କ ଦର୍ଶନ ବ୍ୟବସ୍ଥା ସ୍ବାଭାବିକ କରାଯିବ। ଶ୍ରୀ ଜଗନ୍ନାଥ ମନ୍ଦିର କାର୍ଯ୍ୟାଳୟ ପକ୍ଷରୁ ସାମାଜିକ ଗଣମାଧ୍ୟମ ‘ଏକ୍ସ’ ଜରିଆରେ ଏହି ସୂଚନା ଦିଆଯାଇଛି।

ହିଙ୍ଗୁଳ,ହରିତାଳ, ଶଙ୍ଖ, କେଶର, କର୍ପୁର, କଇଥଅଠା, କସ୍ତୁରୀ ଓ କଳା ଇତ୍ୟାଦି ବ୍ୟବହାର କରି ଶ୍ରୀଜୀଉଙ୍କ ଶ୍ରୀମୁଖ ଶୃଙ୍ଖାର କରିବାର ପରମ୍ପରା ରହିଛି । ବନକଲାଗିରେ ମୁଖ୍ୟତଃ ଚାରି ପ୍ରକାର ପ୍ରାକୃତିକ ରଙ୍ଗ ବ୍ୟବହାର ହୋଇଥାଏ, ସେଗୁଡିକ ହେଲା କଳା, ଧଳା, ନାଲି ଓ ହଳଦିଆ । ଏଥିରୁ ଅଧିକାଂଶ ବନଜାତ ଦ୍ରବ୍ୟ । ହିଙ୍ଗୁଳକୁ ହଳଦିଆ ରଙ୍ଗ ଭାବେ ବ୍ୟବହାର କରାଯାଏ । ହରିତାଳ ଲାଲ ରଙ୍ଗ ପାଇଁ ଦରକାର । ବଳଭଦ୍ରଙ୍କ ଶ୍ରୀମୁଖ ଶିଙ୍ଗାର ପାଇଁ ଅତି ଦରକାରୀ ଧଳା ରଙ୍ଗ ମୁଖ୍ୟତଃ ଘୋରା ହୋଇଥିବା ଦକ୍ଷିଣାବର୍ତ୍ତୀ ଶଙ୍ଖରୁ ସଂଗୃହୀତ ହୋଇଥାଏ । ସେହିପରି ମହାପ୍ରଭୁ ଜଗନ୍ନାଥଙ୍କ ଶ୍ରୀମୁଖ ଶିଙ୍ଗାର ପାଇଁ ପ୍ରଜ୍ଜ୍ୱଳିତ ଦୀପରୁ ସଂଗୃହୀତ କଳା ବ୍ୟବହାର ହୋଇଥାଏ । ପ୍ରତ୍ୟେକ ସାମଗ୍ରୀକୁ ରୂପା ଷଡ଼େଇରେ ରଖି ଗୋଳାଯିବା ପରେ ଶ୍ରୀବିଗ୍ରହମାନଙ୍କ ବନକଲାଗି କରାଯାଏ ।

Post Views: 77
Share199Tweet125Send
Voice of Victims

Voice of Victims

Recent Posts

  • ଦିଲ୍ଲୀ ବିଧାନସଭାକୁ ମିଳିଲା ବୋମା ଧମକ, ମୋଦି ଓ ଅମିତ ଶାହଙ୍କୁ ଟାର୍ଗେଟ୍ !
  • ଥାନା ଭିତରେ ରକ୍ତ ଛିଟା, ଦୁଇ ପରିବାରର ଜାଗା ବାଡ଼ିକୁ ନେଇ ପୋଲିସ ଉପସ୍ଥିତିରେ ମାରପିଟ୍
  • ଭୁଲ ଇଞ୍ଜେକ୍ସନ ପାଇଁ ଶିଶୁ ମୃତ୍ୟୁ ଅଭିଯୋଗ, କ୍ୟାପିଟାଲ ହସ୍ପିଟାଲରେ ଉତ୍ତେଜନା
  • କାଲିଠୁ ରତ୍ନଭଣ୍ଡାର ଅଳଙ୍କାର ଗଣତି ମଣତି ଆରମ୍ଭ, ଏସଓପି ଆଧାରରେ ସମସ୍ତ କାର୍ଯ୍ୟ ସୁରୁଖୁରୁରେ କରାଯିବ
  • ଜଳିଗଲା ୨ ବଖରା ଛପର ଘର, ଲୋକମାନଙ୍କର ଉଡିଗଲା ହୋସ !

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In