• About Us
  • Contact Us
Monday, August 10, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ପୁଣି କିଟ୍‌‌ ବିଶ୍ୱବିଦ୍ୟାଳୟ ଛାତ୍ରଙ୍କ ମୃତ୍ୟୁ,କାରଣ ଅସ୍ପଷ୍ଟ; ପୋଲିସ ତଦନ୍ତ ଆରମ୍ଭ

by Voice of Victims
April 1, 2025
in ଆଞ୍ଚଳିକ ଖବର, ମୁଖ୍ୟ ଖବର
ଉତ୍କଳ ବିଶ୍ୱବିଦ୍ୟାଳୟ ହଷ୍ଟେଲରେ ଛାତ୍ରଙ୍କ ସନ୍ଦେହଜନକ ମୃତ୍ୟୁ

ଭୁବନେଶ୍ୱର: ପୁଣି ଜଣେ କିଟ୍‌‌ ବିଶ୍ୱବିଦ୍ୟାଳୟ ଛାତ୍ରଙ୍କ ସନ୍ଦେହଜନକ ପରିସ୍ଥିତିରେ ମୃତ୍ୟୁ ହୋଇଛି । ମଞ୍ଚେଶ୍ୱର ଥାନା ଅଞ୍ଚଳରେ ଏକ ନିର୍ମାଣଧୀନ କୋଠା ତଳୁ ମୃତଦେହ ଉଦ୍ଧାର କରାଯାଇଛି। ମୃତ ଛାତ୍ର କିଟ୍‌‌ ବିଶ୍ୱବିଦ୍ୟାଳୟରେ ବିଟେକ୍‌‌ ତୃତୀୟ ବର୍ଷରେ ପଢୁଥିଲେ। ଛାତ୍ରଙ୍କ ନାମ ଅର୍ଣ୍ଣବ ଗୋସ୍ୱାମୀ ଏବଂ ତାଙ୍କ ଘର ପଶ୍ଚିମବଙ୍ଗର ବାଁକୁରା ।

ସୂଚନାନୁସାରେ, ଗତକାଲି ରାତିରେ ମଞ୍ଚେଶ୍ବର ଥାନା ଅଞ୍ଚଳରେ ଥିବା ଏକ ଘରୋଇ ସ୍କୁଲ ନିକଟରେ ନିର୍ମାଣାଧୀନ ସାତମହଲା କୋଠାରୁ ଡେଇଁ ଜୀବନ ହାରିଥିବା କୁହାଯାଉଛି। ତେବେ ଏହାର କାରଣ ଏଯାଏଁ ଅସ୍ପଷ୍ଟ ରହିଛି।

ଖବରପାଇ ମଞ୍ଚେଶ୍ୱର ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର ପରେ ବ୍ୟବଚ୍ଛେଦ ପାଇଁ କ୍ୟାପିଟାଲ୍‌‌ ହସପିଟାଲକୁ ପଠାଇଛି। ଏବେ ଅର୍ଣ୍ଣବଙ୍କ ମୃତଦେହ କ୍ୟାପିଟାଲ ହସପିଟାଲରେ ରହିଛି ଏବଂ ତାଙ୍କ ପରିବାର ସଦସ୍ୟ ଆସିବା ପରେ ବ୍ୟବଚ୍ଛେଦ କରାଯିବ ବୋଲି ପୁଲିସ ସୂଚନା ଦେଇଛି।

ଅପମୃତ୍ୟୁ ମାମଲା ରୁଜୁ କରି ମଞ୍ଚେଶ୍ବର ପୋଲିସର ତଦନ୍ତ ଜାରି ରଖିଥିବା ବେଳେ ଅର୍ଣ୍ଣବଙ୍କ ମୃତ୍ୟୁ ନେଇ କିଟ ପକ୍ଷରୁ କୌଣସି ପ୍ରତିକ୍ରିୟା ମିଳିପାରି ନାହିଁ। ଏବେ ସାଧାରଣରେ ପ୍ରଶ୍ନ ଉଠୁଛି କିଟ୍‌‌ ବିଶ୍ୱବିଦ୍ୟାଳୟର ହଷ୍ଟେଲ୍‌‌ରେ ରହି ଅର୍ଣ୍ଣବ ପାଠ ପଢୁଥିଲେ। ହଷ୍ଟେଲରୁ କେମିତି ଆସିଲେ ମଞ୍ଚେଶ୍ୱର ଏବଂ ନିର୍ମାଣଧିନ କୋଠାକୁ କାହିଁକି ଯାଇଥିଲେ । ସେଠାରେ କେଉଁ ପରିସ୍ଥିତିରେ ତାଙ୍କର ମୃତ୍ୟୁ ଘଟିଲା। ସୂଚନାଥାଉକି, ନିକଟରେ କିଟ୍‌‌ ବିଶ୍ବବିଦ୍ୟାଳୟରେ ନେପାଳୀ ଛାତ୍ରୀଙ୍କ ମୃତ୍ୟୁ ଘଟିଥିଲା।

Post Views: 100
Share200Tweet125Send
Voice of Victims

Voice of Victims

Recent Posts

  • ରୋଟାରି କ୍ଲବ କଟକ କ୍ୟାଣ୍ଟନମେଣ୍ଟର ୭ମ ଅଧିଷ୍ଠାନ ଦିବସ, ୨୫ ନୂତନ ସଦସ୍ୟଙ୍କୁ ସାମିଲ, ସମାଜସେବାରେ ବହୁମୁଖୀ କାର୍ଯ୍ୟକ୍ରମ
  • 1984 ମସିହା ISc ବ୍ୟାଚର ବନ୍ଧୁ ମିଳନ
  • ବାଲେଶ୍ବରବାସୀଙ୍କ ପାଇଁ ଖୁସିର ଖବର, ଡପ୍ଲର ରାଡାରର କାର୍ଯ୍ୟ ଶେଷ ପର୍ଯ୍ୟାୟରେ
  • କ୍ରାନ୍ତି ଦିବସରେ ରଣପୁରରେ ଦେଶପ୍ରେମର ମହାସମାଗମ; ୧୨୦ ମିଟର ତ୍ରିରଙ୍ଗା ସହ ଗୁଞ୍ଜିଲା ‘ଭାରତ ମାତା କୀ ଜୟ’ ଧ୍ୱନି
  • ୧୩ରେ ଲଘୁଚାପ ! ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ହେବାର ଆଶଙ୍କା

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In