• About Us
  • Contact Us
Wednesday, April 1, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଦେଶ ବିଦେଶ

ଆରପାରିରେ ଅଭିନେତା ମନୋଜ କୁମାର ; ୮୭ ବର୍ଷ ବୟସରେ ଆଖିବୁଜିଲେ

by Voice of Victims
April 4, 2025
in ଦେଶ ବିଦେଶ, ମୁଖ୍ୟ ଖବର
ଆରପାରିରେ ଅଭିନେତା ମନୋଜ କୁମାର ; ୮୭ ବର୍ଷ ବୟସରେ ଆଖିବୁଜିଲେ

ନୂଆଦିଲ୍ଲୀ: ବଲିଉଡରୁ ଆସିଛି ଏକ ଦୁଃଖଦ ଖବର । ବରିଷ୍ଠ ଅଭିନେତା ମନୋଜ କୁମାରଙ୍କ ଦେହାନ୍ତ ହୋଇଛି । ସେ ୮୭ ବର୍ଷ ବୟସରେ ମୁମ୍ବାଇର କୋକିଲାବେନ ଧୀରୁବାଇ ଅମ୍ବାନୀ ହସ୍ପିଟାଲରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି । ସେ ତାଙ୍କ ଫିଲ୍ମ କ୍ୟାରିୟରରେ ଅନେକ ଦେଶପ୍ରେମପୂର୍ଣ୍ଣ ସିନେମା କରିଥିଲେ । ସେଥିପାଇଁ ତାଙ୍କ ପ୍ରଶଂସକମାନେ ତାଙ୍କୁ ଭଲପାଇ ‘ଭାରତ କୁମାର’ ବୋଲି ଡାକୁଥିଲେ । ଖାସ୍ କରି, ସେ କ୍ରାନ୍ତି ଏବଂ ଉପକାର ଭଳି ଦେଶପ୍ରେମପୂର୍ଣ୍ଣ ଚଳଚ୍ଚିତ୍ର ପାଇଁ ପ୍ରସିଦ୍ଧ ଥିଲେ ।

ମନୋଜଙ୍କ ମୃତ୍ୟୁ ଖବର ତାଙ୍କ ଫ୍ୟାନ୍ସଙ୍କୁ ଦୁଃଖିତ କରିଛି । ସୋସିଆଲ ମିଡିଆରେ ସମସ୍ତେ ନିଜ ପ୍ରିୟ କଳାକାରଙ୍କୁ ନୀରବ ଆଖିରେ ବିଦାୟ ଦେଉଛନ୍ତି। ବରିଷ୍ଠ ଅଭିନେତାଙ୍କ ନିଧନରେ ସେଲିବ୍ରିଟିମାନେ ମଧ୍ୟ ଶୋକପ୍ରକାଶ କରିଛନ୍ତି । ମନୋଜ କୁମାର ସାହାରା, ଚାନ୍ଦ, ହନିମୁନ୍, ପୁରବ୍ ଔର ପଶ୍ଚିମ, ନସିବ, ମେରୀ ଆୱାଜ୍ ସୁନୋ, ନୀଲ କମଲ, ଉପକାର ଭଳି ଚଳଚ୍ଚିତ୍ରରେ କାମ କରିଛନ୍ତି । ତାଙ୍କୁ ଜାତୀୟ ପୁରସ୍କାର, ପଦ୍ମଶ୍ରୀ ଏବଂ ଦାଦା ସାହେବ ଫାଲକେ ପୁରସ୍କାରରେ ସମ୍ମାନିତ କରାଯାଇଥିଲା। 

ଏହି ଅଭିନେତା ଜଣକ ୧୯୫୭ ମସିହାରେ ଫିଲ୍ମ ଫ୍ୟାଶନ୍ ମାଧ୍ୟମରେ ତାଙ୍କର ଅଭିନୟ ଜୀବନ ଆରମ୍ଭ କରିଥିଲେ । ୧୯୬୫ ତାଙ୍କ କ୍ୟାରିୟର ପାଇଁ ଏକ ବଡ଼ ପରିବର୍ତ୍ତନ ଆଣିଥିଲା । ଏହି ବର୍ଷ ମୁକ୍ତିଲାଭ କରିଥିବା ଶହୀଦ ଚଳଚ୍ଚିତ୍ର ତାଙ୍କ କ୍ୟାରିଅରକୁ ଏକ ବଡ଼ ସଫଳତା ଦେଇଥିଲା । ଏହାପରେ ସେ କେବେ ପଛକୁ ଫେରି ଚାହିଁ ନଥିଲେ । ମନୋଜ କୁମାରଙ୍କ ଫିଲ୍ମଗୁଡ଼ିକ କେବଳ ହିଟ୍ ହୋଇନଥିଲା, ବରଂ ତାଙ୍କ ଗୀତଗୁଡ଼ିକ ମଧ୍ୟ ଲୋକଙ୍କ ମଧ୍ୟରେ ଲୋକପ୍ରିୟ ହୋଇଥିଲା । 

Post Views: 64
Share198Tweet124Send
Voice of Victims

Voice of Victims

Recent Posts

  • ସାମ୍ବାଦିକଙ୍କ ମାତୃ ବିୟୋଗ
  • ରଣପୁରରେ ସ୍ୱ-ଜନଗଣନା ଅଭିଯାନକୁ ନେଇ ତହସିଲଦାରଙ୍କ ସଚେତନତା ପ୍ରଚେଷ୍ଟା
  • ଦିନରେ ପ୍ରବଳ ଗରମ, ସନ୍ଧ୍ୟାରେ ହେବ ବର୍ଷା; ୫ ଦିନ ରାଜ୍ୟରେ ଏଭଳି ସ୍ଥିତି
  • ବିଧାୟକ ପଦରୁ ଇସ୍ତଫା ଦେଲେ ନୀତିନ ନବୀନ, ଖାଲି ପଡିଛି ବାଙ୍କିପୁରର ଆସନ
  • ବିଧାନ ପରିଷଦର ସଦସ୍ୟ ପଦରୁ ଇସ୍ତଫା ଦେଲେ ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର, ନୂଆ ମୁଖ୍ୟମନ୍ତ୍ରୀକୁ ନେଇ ସସପେନ୍ସ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In