• About Us
  • Contact Us
Wednesday, March 25, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

OERCର ଅଧ୍ୟକ୍ଷ ଭାବେ ଶପଥ ନେଲେ ପ୍ରଦୀପ କୁମାର ଜେନା

by Voice of Victims
April 8, 2025
in ଆଞ୍ଚଳିକ ଖବର, ମୁଖ୍ୟ ଖବର
OERCର ଅଧ୍ୟକ୍ଷ ଭାବେ ଶପଥ ନେଲେ ପ୍ରଦୀପ କୁମାର ଜେନା

ଭୁବନେଶ୍ୱର: ଓଡ଼ିଶା ବିଦ୍ୟୁତ ନିୟାମକ ଆୟୋଗ (ଓଇଆରସି)ର ଅଧ୍ୟକ୍ଷ ଭାବେ ଶପଥ ନେଲେ ପ୍ରଦୀପ କୁମାର ଜେନା । ତାଙ୍କୁ ଶପଥ ପାଠ କରାଇଛନ୍ତି ରାଜ୍ୟପାଳ ଡ. ହରି ବାବୁ କମ୍ଭମ୍‌ପତି । ଆଜି ରାଜଭବନର ନ୍ୟୁ ଅଭିଷେକ ହଲ୍‌ଠାରେ ଆୟୋଜିତ ଶପଥ ପାଠ ଉତ୍ସବରେ ରାଜ୍ୟପାଳ ଡ. କମ୍ଭମ୍‌ପତି ଶ୍ରୀ ଜେନାଙ୍କୁ ଓଇଆରସିର ଅଧ୍ୟକ୍ଷ ଭାବେ ପଦ ଓ ଗୋପନୀୟତାର ଶପଥ ପାଠ କରାଇଥିଲେ ।

ଇଲେକ୍‌ଟ୍ରିସିଟି ଆକ୍ଟ-୨୦୦୩ ଅନୁଯାୟୀ ଓଡ଼ିଶା ସରକାରଙ୍କ ପକ୍ଷରୁ ଗତ ମାର୍ଚ୍ଚ ୨୮ ତାରିଖରେ ପ୍ରଦୀପ କୁମାର ଜେନା, ଆଇଏଏସ୍ (ଅବସରପ୍ରାପ୍ତ)ଙ୍କୁ ଓଡ଼ିଶା ବିଦ୍ୟୁତ ନିୟାମକ ଆୟୋଗର ଅଧ୍ୟକ୍ଷ ଭାବେ ନିଯୁକ୍ତି ସଂପର୍କିତ ବିଜ୍ଞପ୍ତି ଜାରି କରାଯାଇଥିଲା ।

ସୂଚନାଯୋଗ୍ୟ ଯେ, ଶ୍ରୀ ଜେନା ପୂର୍ବରୁ ଓଡ଼ିଶା ସରକାରଙ୍କ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ପଦ ପଦବୀରେ ତଥା ମୁଖ୍ୟ ଶାସନ ସଚିବ ଭାବେ ଦକ୍ଷତାର ସହ ଉଲ୍ଲେଖନୀୟ କାର୍ଯ୍ୟ କରିଥିଲେ ।

ଏହି ଶପଥ ପାଠ ଗ୍ରହଣ ସମାରୋହରେ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ, ଶକ୍ତି ବିଭାଗର ପ୍ରମୁଖ ଶାସନ ସଚିବ ବିଶାଳ କୁମାର ଦେବ, ରାଜ୍ୟପାଳଙ୍କ ପ୍ରମୁଖ ଶାସନ ସଚିବ ଏନ୍‌ବିଏସ୍ ରାଜପୁତଙ୍କ ସମେତ ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗୀୟ ଶାସନ ସଚିବ ତଥା ବରିଷ୍ଠ ପଦାଧିକାରୀ ଉପସ୍ଥିତ ଥିଲେ ।

Post Views: 59
Share198Tweet124Send
Voice of Victims

Voice of Victims

Recent Posts

  • ଦିଲ୍ଲୀ ବିଧାନସଭାକୁ ମିଳିଲା ବୋମା ଧମକ, ମୋଦି ଓ ଅମିତ ଶାହଙ୍କୁ ଟାର୍ଗେଟ୍ !
  • ଥାନା ଭିତରେ ରକ୍ତ ଛିଟା, ଦୁଇ ପରିବାରର ଜାଗା ବାଡ଼ିକୁ ନେଇ ପୋଲିସ ଉପସ୍ଥିତିରେ ମାରପିଟ୍
  • ଭୁଲ ଇଞ୍ଜେକ୍ସନ ପାଇଁ ଶିଶୁ ମୃତ୍ୟୁ ଅଭିଯୋଗ, କ୍ୟାପିଟାଲ ହସ୍ପିଟାଲରେ ଉତ୍ତେଜନା
  • କାଲିଠୁ ରତ୍ନଭଣ୍ଡାର ଅଳଙ୍କାର ଗଣତି ମଣତି ଆରମ୍ଭ, ଏସଓପି ଆଧାରରେ ସମସ୍ତ କାର୍ଯ୍ୟ ସୁରୁଖୁରୁରେ କରାଯିବ
  • ଜଳିଗଲା ୨ ବଖରା ଛପର ଘର, ଲୋକମାନଙ୍କର ଉଡିଗଲା ହୋସ !

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In