• About Us
  • Contact Us
Wednesday, April 1, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଦେଶ ବିଦେଶ

ଜମ୍ମୁ ପହଲଗାମ ଆତଙ୍କୀ ଆକ୍ରମଣକୁ ନେଇ ଆକ୍ସନ ମୋଡ଼ରେ କେନ୍ଦ୍ର ସରକାର: ଆତଙ୍କୀ ଆକ୍ରମଣରେ ମୃତକଙ୍କ ସଂଖ୍ୟା ୨୬

by Voice of Victims
April 23, 2025
in ଦେଶ ବିଦେଶ, ମୁଖ୍ୟ ଖବର
ଜମ୍ମୁ ପହଲଗାମ ଆତଙ୍କୀ ଆକ୍ରମଣକୁ ନେଇ ଆକ୍ସନ ମୋଡ଼ରେ କେନ୍ଦ୍ର ସରକାର: ଆତଙ୍କୀ ଆକ୍ରମଣରେ ମୃତକଙ୍କ ସଂଖ୍ୟା ୨୬

ନୂଆଦିଲ୍ଲୀ: ଜମ୍ମୁ ପହଲଗାମ ଆତଙ୍କୀ ଆକ୍ରମଣରେ ୨୬ଜଣଙ୍କ ମୃତ୍ୟୁ ପରେ ଆକ୍ସନ ମୋଡ଼ରେ କେନ୍ଦ୍ର ସରକାର । ଦୁଇ ଦୁନିଆ ସାଉଦି ଆରବ ଗସ୍ତର ଅଧାରୁ ଭାରତ ଫେରିଛନ୍ତି ପ୍ରଧାନମନ୍ତ୍ରୀ  ।  କିଛି ସମୟ  ମଧ୍ୟରେ ପିଏମ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ବସିବାକୁ ଯାଉଛି ସୁରକ୍ଷା ସମ୍ବନ୍ଧୀୟ କ୍ୟାବିନେଟ କମିଟି ବୈଠକ  । ଆଗକୁ ସରକାର କେତେକ କଠୋର ପଦକ୍ଷେପ ନେଇପାରନ୍ତି ବୋଲି ଅନୁମାନ କରାଯାଉଛି  । ମଙ୍ଗଳବାର ପୂର୍ବାହ୍ନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ  ଦୁଇ ଦିନିଆ ଗସ୍ତରେ ସାଉଦି ଆରବ ପହଞ୍ଚିଥିଲେ  ।

ସାଉଦି ଆରବର ଜେଦ୍ଦାରେ ଆୟୋଜିତ ସରକାରୀ ନୈଶ ଭୋଜିରେ ସାମିଲ ହେବା ସହ ମହମ୍ମଦ ବିନ ସଲମାନଙ୍କୁ ଭେଟିବାର ମଧ୍ୟ କାର୍ଯ୍ୟକ୍ରମ ରହିଥିଲା । ତେବେ ଜମ୍ମୁରେ ଏତେ ବଡ଼ ଆତଙ୍କୀ ଆକ୍ରମଣ ପରେ ପ୍ରଧାନମନ୍ତ୍ରୀ ନିଜର ଗସ୍ତକୁ କାଣ୍ଟଛାଣ୍ଟ କରି ରାତାରାତି ସ୍ବଦେଶ ପ୍ରତ୍ୟାବର୍ତ୍ତନ କରିଛନ୍ତି । ଆକ୍ରମଣରେ ସମ୍ପୃକ୍ତ ଦୋଷୀମାନଙ୍କୁ ଛଡ଼ାଯିବ ନାହିଁ  ।

ସେମାନଙ୍କର ଘୃଣ୍ୟ କାର୍ଯ୍ୟସୂଚୀ କେବେ ସଫଳ ହେବ ନାହିଁ । ଆତଙ୍କବାଦ ବିରୋଧରେ ଲଢ଼ିବା ପାଇଁ ଆମର ସଂକଳ୍ପ ଦୃଢ଼  ଏବଂ ଏହା ଆହୁରି ଦୃଢ଼ ହେବ ବୋଲି କହିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ।  ଏଥିସହ ଜମ୍ମୁ ପହଲଗାମରେ ଆତଙ୍କୀ ହମଲା ପରେ ସୀମାରେ ହାଇ ଆର୍ଲଟ । ବିଭିନ୍ନ ସ୍ଥାନରେ ପାଟ୍ରୋଲିଂ ଚାଲିଥିବା ବେଳେ ସେନାର ଯବାନ ମାନେ ପଇଁତରା ମାରୁଛନ୍ତି ।

ଆତଙ୍କୀଙ୍କୁ ଖୋଜି ସଫା କରିବାକୁ ସନ୍ଦିଗ୍ଧ ଅଂଚଳରେ ଜୋରଦାର ଚାଲିଛି ସର୍ଚ୍ଚ ଅପରେସନ । କେବଳ ଜମ୍ମୁ କାଶ୍ମୀର ନୁହେଁ ରାଜଧାନୀ ଦିଲ୍ଲୀ, ମୁମ୍ବାଇ, କୋଲକାତା, ଚେନ୍ନାଇ ସମେତ ଦେଶର ପ୍ରମୁଖ ସ୍ଥାନ ଗୁଡ଼ିକରେ ସୁରକ୍ଷାକୁ ନେଇ ହାଇଆଲର୍ଟ ଜାରି କରାଯାଇଛି । ଗୃହମନ୍ତ୍ରୀ ଅମିତ ଶାହା ଶ୍ରୀନଗରରେ ଏଲଜି ମନୋଜ ସିହ୍ନା , ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲାଙ୍କ ସହ ବିଭିନ୍ନ ସୁରକ୍ଷା  ଏଜେନ୍ସିର ମୁଖ୍ୟ ଓ ଅନ୍ୟ ବରିଷ୍ଠ ଅଧିକାରୀ ମାନଙ୍କ ସହ ସ୍ଥିତି ସମ୍ପର୍କରେ ଆଲୋଚନା କରିଛନ୍ତି ।

ଆଜି ଗୃହମନ୍ତ୍ରୀ ଆକ୍ରମଣ ଘଟିଥିବା ସ୍ଥାନକୁ ଯାଇ ସ୍ଥିତି ସମୀକ୍ଷା କରିବେ । ଆତଙ୍କୀ ଆକ୍ରମଣରେ ମୋଟ ୨୬ଜଣ ପର୍ଯ୍ୟଟକଙ୍କ ମୃତ୍ୟୁ ଘଟିଥିବା ବେଳେ ଏମାନଙ୍କ ମଧ୍ୟରେ ଦୁଇ ଜଣ ବିଦେଶୀ ନାଗରିକ  ଓ ୩ଜଣ  ସ୍ଥାନୀୟ ନାଗରିକ  ଏବଂ ଜଣେ ଆଇବି ଅଧିକାରୀଙ୍କୁ ମଧ୍ୟ ଆତଙ୍କବାଦୀ ମାନେ ହତ୍ୟା କରିଛନ୍ତି । ମଙ୍ଗଳବାର ଅପରାହ୍ନରେ ପହଲଗାମର ବେସରାନରେ ପ୍ରକୃତିକୁ ଉପଭୋଗ କରୁଥିବା ସମୟରେ ହଠାତ ପର୍ଯ୍ୟଟକଙ୍କ ଉପରକୁ ଅତର୍କିତ ଗୁଳି ଚଳାଇଥିଲେ ଆତଙ୍କବାଦୀ ।

ଆକ୍ରମଣରୁ ଅଳ୍ପକେ ବର୍ତ୍ତିଯାଇଥିବା ଲୋକେ ପୂରା ଘଟଣା ସମ୍ପର୍କରେ ଯେଉଁ ସୂଚନା ଦେଇଛନ୍ତି , ତାହା ଭୟଙ୍କର । ସେମାନଙ୍କ କହିବା କଥା, ସେନା ପୋଷାକ ପିନ୍ଧି ଆସିଥିବା ଆତଙ୍କୀ ମାନେ ପର୍ଯ୍ୟଟକଙ୍କ ନାଁ ଓ ଧର୍ମ ପଚାରି ଗୁଳି କରି ଚାଲିଥିଲେ । ଆଉ ଏହି ଆକ୍ରମଣରେ ପ୍ରାଣ ହରାଇଥିଲେ ୨୭ ପର୍ଯ୍ୟଟକ । ଅନେକ ପର୍ଯ୍ୟଟକ ଆହତ ହୋଇ ପହଲଗାମ ମେଡ଼ିକାଲରେ ଚିକିତ୍ସିତ ହେଉଛନ୍ତି ।  

ସେପଟେ ଏହି ଆକ୍ରମଣ ଘଟଣାକୁ ନେଇ ନିଜକୁ ଦାୟୀ କରିଛି ଆତଙ୍କୀ ସଂଗଠନ ଟିଆରଏଫ୍ । କୁଖ୍ୟାତ ଏହି ଆତଙ୍କୀ ସଂଗଠନ ଚେତାବନୀ ଦେଇଛି ଯେ ଉପତ୍ୟକାରେ ଏଭଳି ଆକ୍ରମଣ ଜାରି ରହିବ । ୨୦୧୯ରେ ଗଠିତ ଟିଆରଏଫ୍ ଟେରର କିଲିଂର ଅନେ ଘଟଣା ଘଟାଇ ସାରିଛି। ୨୦୧୯ରେ ଧାରା ୩୭୦ ହଟାଯିବା ପରେ ଜମ୍ମୁ-କାଶ୍ମୀରକୁ ପ୍ରବେଶ କରିବା ପାକିସ୍ତାନୀ  ଆତଙ୍କୀଙ୍କ   ପକ୍ଷେ ଅସମ୍ଭବ ହୋଇପଡିଥିଲା ।

ତେଣୁ ହାଫିଜ୍ ସଇଦର ଲସ୍କର-ଏ-ତୋଏବା ଏବଂ ଇଣ୍ଡିଆନ ମୁଜାହିଦ୍ଦିନ୍ ମିଶି ଟିଆରଏଫ୍ ଗଠନ କରିଥିଲେ । ଏହି ଆତଙ୍କୀ ସଂଗଠନ ଗଠନରେ ପାକିସ୍ତାନର ଗୁଇନ୍ଦା ସଂସ୍ଥା ଆଇଏସଆଇର ଏକ ବଡ଼ ଭୂମିକା ରହିଛି । ଟିଆରଏଫ୍ ପ୍ରଥମ ଆତଙ୍କୀ ସଂଗଠନ , ଯାହାର ନାଁ ଇଂରାଜୀରେ ରହିଛି  ।  ବିଶ୍ବର ନଜରରୁ ବଞ୍ଚିବା ପାଇଁ ପାକିସ୍ତାନ ଗୁଇନ୍ଦା ଏଜେନ୍ସିର ଅଧିକାରୀମାନେ ଇଂରାଜୀ ଶବ୍ଦ ବ୍ୟବହାର କରିଥିଲେ  । ଏହି ସଂଗଠନର ସବୁ ଆତଙ୍କବାଦୀ ଜାମ୍ମୁ କାଶ୍ମୀରର ବାସିନ୍ଦା , ପାକିସ୍ତାନର ଗୁଇନ୍ଦା ସଂସ୍ଥାର ନିର୍ଦ୍ଦେଶରେ ହିଁ ଏମାନେ କାର୍ଯ୍ୟ କରିଥାନ୍ତି ।
 

Post Views: 569
Share198Tweet124Send
Voice of Victims

Voice of Victims

Recent Posts

  • ଡିଜିସିଏର ନୂଆ ଡିଜି ହେଲେ ବୀର ବିକ୍ରମ ଯାଦବ, ଶ୍ରୀମନ୍ଦିରର ଥିଲେ ମୁଖ୍ୟ ପ୍ରଶାସକ
  • ବଢ଼ିଲା ଧାନ କିଣା ଡେଡଲାଇନ, ୭ ଦିନ ପାଇଁ ଖରିଫ ଧାନକିଣା ଅବଧି ବଢ଼ାଇଲେ ରାଜ୍ୟ ସରକାର
  • ଆଜିଠାରୁ ପେଟ୍ରୋଲ ପମ୍ପରେ E 20 ପେଟ୍ରୋଲ ବାଧ୍ୟତାମୂଳକ, ପେଟ୍ରୋଲ ନିର୍ଭରଶୀଳତା କମିବ
  • ସାମ୍ବାଦିକଙ୍କ ମାତୃ ବିୟୋଗ
  • ରଣପୁରରେ ସ୍ୱ-ଜନଗଣନା ଅଭିଯାନକୁ ନେଇ ତହସିଲଦାରଙ୍କ ସଚେତନତା ପ୍ରଚେଷ୍ଟା

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In