• About Us
  • Contact Us
Wednesday, April 1, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଦେଶ ବିଦେଶ

ପହଲଗାମ ଆକ୍ରମଣ : ମୃତକଙ୍କ ପରିବାରକୁ ୧୦ଲକ୍ଷ ଟଙ୍କା ଏବଂ ଆହତଙ୍କୁ ୨ ଲକ୍ଷ ଟଙ୍କା ଅନୁକମ୍ପା ରାଶି ଘୋଷଣା କଲେ ଜମ୍ମୁ ସରକାର

by Voice of Victims
April 23, 2025
in ଦେଶ ବିଦେଶ, ମୁଖ୍ୟ ଖବର
ପହଲଗାମ ଆକ୍ରମଣ : ମୃତକଙ୍କ ପରିବାରକୁ ୧୦ଲକ୍ଷ ଟଙ୍କା ଏବଂ ଆହତଙ୍କୁ ୨ ଲକ୍ଷ ଟଙ୍କା ଅନୁକମ୍ପା ରାଶି ଘୋଷଣା କଲେ ଜମ୍ମୁ ସରକାର

ପହଲଗାମ: ପହଲଗାମ ଆତଙ୍କୀ ହାମଲା ସାରା ଦେଶ ସ୍ତବ୍ଧ ଦେଇଥିବା ବେଳେ ଘଟଣାରେ ୨୬ ଜଣ ପର୍ଯ୍ୟଟକଙ୍କ ମୃତ୍ୟୁ ହୋଇଛି । ଘଟଣା ପରେ ଜମ୍ମୁକଶ୍ମୀର ସରକାରଙ୍କ ପକ୍ଷରୁ କ୍ଷତିପୂରଣ ଘୋଷଣା କରାଯାଇଛି । ମୃତକଙ୍କ ପରିବାରକୁ ୧୦ଲକ୍ଷ ଟଙ୍କା, ଗୁରୁତରଙ୍କୁ ୨ଲକ୍ଷ ଟଙ୍କା ଓ ସାମାନ୍ୟ ଆହତଙ୍କୁ ଏକଲକ୍ଷ ଟଙ୍କା ଅନୁକମ୍ପା ରାଶି ପ୍ରଦାନ କରାଯିବ। ପହଲଗାମ ଆତଙ୍କବାଦୀ ଆକ୍ରମଣରେ ନିହତଙ୍କୁ ଜମ୍ମୁ କଶ୍ମୀର ସରକାରଙ୍କ ଅନୁକଂପା ରାଶି ସହାୟତା ଘୋଷଣା । ଜମ୍ମୁ କଶ୍ମୀର ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏନେଇ ସୂଚନା ଦିଆଯାଇଛି ।

ଆତଙ୍କବାଦୀ ଆକ୍ରମଣକୁ ମୁଖ୍ୟମନ୍ତ୍ରୀ ଦୃଢ ନିନ୍ଦା କରିଛନ୍ତି। ସେ କହିଛନ୍ତି, ସାଧାରଣ ନିରୀହଙ୍କ ବିରୋଧରେ ଆକ୍ରମଣର ସମାଜରେ କୌଣସି ସ୍ଥାନ ନାହିଁ । ମୃତକଙ୍କ ପ୍ରତି ମୋର ଗଭୀର ସମବେଦନା ରହିଛି । ତେବେ ଏହି ଅନୁକମ୍ପ ରାଶି ପ୍ରିୟଜନକୁ ହରାଇଥିବା ଲୋକଙ୍କୁ ଫେରାଇ ଆଣିପାରିବ ନାହିଁ କିନ୍ତୁ ସମର୍ଥନ ଏବଂ ଏକତାର ପ୍ରତୀକ ହୋଇ ରହିବ । ଏହାସହିତ ମୃତକଙ୍କ ପାର୍ଥିବ ଶରୀରକୁ ସମ୍ମାନଜନକ ଭାବେ ଘରକୁ ପହଞ୍ଚାଇବା ପାଇଁ ସମସ୍ତ ବ୍ୟବସ୍ଥା କରାଯାଇଛି । ଏଭଳି ଦୁଃଖ ସମୟରେ ଆମେ ଆପଣଙ୍କ ସହିତ ରହିଛୁ ବୋଲି ମଧ୍ୟ କହିଛନ୍ତି ।

ସୂଚନାଯୋଗ୍ୟ, ପହଲଗାମ ରିସର୍ଟ ସହରଠାରୁ ପ୍ରାୟ ୭ କିଲୋମିଟର ଦୂରରେ ଏକ ସୁନ୍ଦର ଅଞ୍ଚଳ ଏବଂ ଏହାର ପ୍ରାକୃତିକ ସୌନ୍ଦର୍ଯ୍ୟ ଏବଂ ଶାନ୍ତ ପରିବେଶ ପାଇଁ ପର୍ଯ୍ୟଟକଙ୍କ ମଧ୍ୟରେ ଲୋକପ୍ରିୟ । ଗତକାଲି ଅପରାହ୍ନ ପ୍ରାୟ ୨ଟା ବେଳେ ପହଲଗାମରେ ପର୍ଯ୍ୟଟକଙ୍କ ଏକ ଗ୍ରୁପକୁ ଟାର୍ଗେଟ କରିଥିଲେ ଆତଙ୍କବାଦୀ । ଅମରନାଥ ଯାତ୍ରା ପୂର୍ବରୁ ଗତକାଲି ପହଲଗାମରେ ଆତଙ୍କବାଦୀଙ୍କ ଆକ୍ରମଣରେ ଜଣେ ନୌସେନା ଓ ଜଣେ ଗୁଇନ୍ଦା ଅଧିକାରୀଙ୍କ ସମେତ ୨୭ ଜଣ ପର୍ଯ୍ୟଟକ ପ୍ରାଣ ହରାଇଛନ୍ତି । ଏହି ହମଲା ପଛରେ ଆତଙ୍କବାଦୀ ସଙ୍ଗଠନ ଦି ରେଜିଷ୍ଟାନ୍ସ ଫ୍ରଣ୍ଟ ବା ଟିଆରଏଫ । ଆତଙ୍କବାଦୀ ଆକ୍ରମଣର ତଦନ୍ତ କରୁଛି NIA । ଏହି ଆକ୍ରମଣ ପରେ କଶ୍ମୀରରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି ।

Post Views: 40
Share198Tweet124Send
Voice of Victims

Voice of Victims

Recent Posts

  • ଡିଜିସିଏର ନୂଆ ଡିଜି ହେଲେ ବୀର ବିକ୍ରମ ଯାଦବ, ଶ୍ରୀମନ୍ଦିରର ଥିଲେ ମୁଖ୍ୟ ପ୍ରଶାସକ
  • ବଢ଼ିଲା ଧାନ କିଣା ଡେଡଲାଇନ, ୭ ଦିନ ପାଇଁ ଖରିଫ ଧାନକିଣା ଅବଧି ବଢ଼ାଇଲେ ରାଜ୍ୟ ସରକାର
  • ଆଜିଠାରୁ ପେଟ୍ରୋଲ ପମ୍ପରେ E 20 ପେଟ୍ରୋଲ ବାଧ୍ୟତାମୂଳକ, ପେଟ୍ରୋଲ ନିର୍ଭରଶୀଳତା କମିବ
  • ସାମ୍ବାଦିକଙ୍କ ମାତୃ ବିୟୋଗ
  • ରଣପୁରରେ ସ୍ୱ-ଜନଗଣନା ଅଭିଯାନକୁ ନେଇ ତହସିଲଦାରଙ୍କ ସଚେତନତା ପ୍ରଚେଷ୍ଟା

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In