• About Us
  • Contact Us
Tuesday, August 11, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ଆଜି ମିଳିବ ‘ସୁଭଦ୍ରା’ର ଷଷ୍ଠ ପର୍ଯ୍ୟାୟ ଟଙ୍କା, ଏକାସାଙ୍ଗରେ ଆସିବ ଦୁଇଟି କିସ୍ତି

by Voice of Victims
April 24, 2025
in ଆଞ୍ଚଳିକ ଖବର, ମୁଖ୍ୟ ଖବର
ସୁଭଦ୍ରାକୁ ନେଇ ବଡ଼ ଖବର; ଏକାଥରେ ମିଳିବ ସୁଭଦ୍ରାର ୩ କିସ୍ତି ଟଙ୍କା

ଭୁବନେଶ୍ୱର: ଆଜି ମିଳିବ ‘ସୁଭଦ୍ରା’ର ଷଷ୍ଠ ପର୍ଯ୍ୟାୟ ଟଙ୍କା । ପଞ୍ଚାୟତିରାଜ ଦିବସରେ ପୁରୀଠାରେ ସୁଭଦ୍ରା ଟଙ୍କା ଦେବେ ସରକାର । ସୁଭଦ୍ରା ଯୋଜନାକୁ ନେଇ ପ୍ରଭାତୀ ପରିଡ଼ାଙ୍କ ଏହି ଘୋଷଣା କରିଛନ୍ତି । ୧ ଲକ୍ଷ ୭୦ ହଜାର ମହିଳା ପାଇବେ ସୁଭଦ୍ରା ଟଙ୍କା । ଏକାସାଙ୍ଗରେ ଦୁଇଟି କିସ୍ତିର ଟଙ୍କା ମିଳିବ । ପୁରୀଠାରେ ଆୟୋଜିତ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଦ୍ବାରା ଏହି ଟଙ୍କା ପ୍ରଦାନ କରାଯିବ । ପଞ୍ଚାୟତିରାଜ ଦିବସରେ ୧ ଲକ୍ଷ ୭୦ ହଜାର ହିତାଧିକାରୀଙ୍କ ଆକାଉଣ୍ଟକୁ ଦୁଇଟି କିସ୍ତିର ଟଙ୍କା ଆସିବ । ସେମାନେ ଏକ ସମୟରେ ୧୦ ହଜାର ଟଙ୍କା ପାଇବେ ।

ଆଜିର ବଣ୍ଟନରେ ପ୍ରାୟ ୨ ଲକ୍ଷ ମହିଳାଙ୍କୁ ସୁଭଦ୍ରା ଯୋଜନାର ଆର୍ଥିକ ସହାୟତା ପ୍ରଦାନ କରାଯିବ, ଯାହା ମହିଳାମାନଙ୍କ ଆର୍ଥିକ ସ୍ଥିତିକୁ ସୁଦୃଢ଼ କରିବା ସହ ସେମାନଙ୍କୁ ଛୋଟ ବ୍ୟବସାୟ କିମ୍ବା ଆତ୍ମନିର୍ଭରଶୀଳ କାର୍ଯ୍ୟକଳାପ ଆରମ୍ଭ କରିବାରେ ସହାୟକ ହେବ। ଏହି ପର୍ଯ୍ୟାୟରେ ଯେଉଁ ମହିଳାମାନେ ମାର୍ଚ୍ଚ ୩୧ ସୁଦ୍ଧା ଆବେଦନ କରିଛନ୍ତି ଏବଂ ଯୋଗ୍ୟ ବିବେଚିତ ହୋଇଛନ୍ତି, ସେମାନେ ଏହି ସହାୟତା ପାଇବେ। ପ୍ରତ୍ୟେକ ହିତାଧିକାରୀଙ୍କୁ ସୁଭଦ୍ରା କାର୍ଡ (ATM-cum-debit card) ମଧ୍ୟ ପ୍ରଦାନ କରାଯାଉଛି, ଯାହା ସେମାନଙ୍କ ଆର୍ଥିକ କାରବାରକୁ ସହଜ କରିବ।

ସୂଚନାଯୋଗ୍ୟ, ସୁଭଦ୍ରା ଯୋଜନାରେ ୧ କୋଟି ୬୫ ହଜାର ୮୭୭ ମହିଳା ପ୍ରଥମ କିସ୍ତି ପାଇଛନ୍ତି। ସେହିଭଳି ଦ୍ଵିତୀୟ କିସ୍ତି ପାଇଛନ୍ତି ୯୮ ଲକ୍ଷ ୮୨ ହଜାର ୯୨ ଜଣ ମହିଳା। ପ୍ରଥମ କିସ୍ତିରେ ସରକାର ୫ ହଜାର ୩୨ କୋଟି ୯୩ ଲକ୍ଷ ୮୫ ହଜାର ଟଙ୍କା ହିତାଧିକାରୀଙ୍କ ଆକାଉଣ୍ଟକୁ ପଠାଇଛନ୍ତି। ଦ୍ଵିତୀୟ କିସ୍ତିରେ ୪ ହଜାର ୯୪୧ କୋଟି ୪ ଲକ୍ଷ ୬୦ ହଜାର ଟଙ୍କା ପଠାଯାଇଛି।

Post Views: 188
Share198Tweet124Send
Voice of Victims

Voice of Victims

Recent Posts

  • ରୋଟାରି କ୍ଲବ କଟକ କ୍ୟାଣ୍ଟନମେଣ୍ଟର ୭ମ ଅଧିଷ୍ଠାନ ଦିବସ, ୨୫ ନୂତନ ସଦସ୍ୟଙ୍କୁ ସାମିଲ, ସମାଜସେବାରେ ବହୁମୁଖୀ କାର୍ଯ୍ୟକ୍ରମ
  • 1984 ମସିହା ISc ବ୍ୟାଚର ବନ୍ଧୁ ମିଳନ
  • ବାଲେଶ୍ବରବାସୀଙ୍କ ପାଇଁ ଖୁସିର ଖବର, ଡପ୍ଲର ରାଡାରର କାର୍ଯ୍ୟ ଶେଷ ପର୍ଯ୍ୟାୟରେ
  • କ୍ରାନ୍ତି ଦିବସରେ ରଣପୁରରେ ଦେଶପ୍ରେମର ମହାସମାଗମ; ୧୨୦ ମିଟର ତ୍ରିରଙ୍ଗା ସହ ଗୁଞ୍ଜିଲା ‘ଭାରତ ମାତା କୀ ଜୟ’ ଧ୍ୱନି
  • ୧୩ରେ ଲଘୁଚାପ ! ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ହେବାର ଆଶଙ୍କା

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In