• About Us
  • Contact Us
Friday, May 1, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ତିନି ଦିନ କାଳବୈଶାଖୀ ଆଶଙ୍କା, ୧୯ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ବିଜୁଳି ଘଡଘଡି ସହ ବର୍ଷା

by Voice of Victims
May 17, 2025
in ଆଞ୍ଚଳିକ ଖବର, ମୁଖ୍ୟ ଖବର
ସାରା ରାଜ୍ୟରେ ସକ୍ରିୟ ହେଲା ମୌସୁମୀ

ଭୁବନେଶ୍ୱର : ରାଜ୍ୟରେ ତିନି ଦିନ କାଳବୈଶାଖୀ ଆଶଙ୍କା ରହିଛି । ୧୯ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ବିଜୁଳି ଘଡଘଡି ସହ ବର୍ଷା ସମ୍ଭାବନା । କାଳବୈଶାଖୀ ପ୍ରଭାବରେ ସାମନ୍ୟ ହ୍ରାସ ପାଇବ ତାତି । ଆଜି ପାଇଁ ୫ ଜିଲ୍ଲା କେନ୍ଦୁଝର, ମୟୂରଭଞ୍ଜ, କୋରାପୁଟ, ମାଲକାନଗିରି ଓ ରାୟଗଡାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଏସବୁ ଜିଲ୍ଲାରେ ଘଣ୍ଟା ପ୍ରତି ୫୦ରୁ ୬୦ କିଲୋମିଟର ବେଗରେ ପବନ ବହିପାରେ ।

ସେହିପରି ନବରଙ୍ଗପୁର, ନୂଆପଡା, କଳାହାଣ୍ଡି, ଗଜପତି, ଗଞ୍ଜାମ, ବାଲେଶ୍ବର, ଭଦ୍ରକ ଓ ସୁନ୍ଦରଗଡକୁ ୟେଲୋ ସତର୍କତା ଜାରି ହୋଇଛି । ତାତି ଓ ଆର୍ଦ୍ରତା ପାଇଁ ୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ୧୮ ତାରିଖ ପାଇଁ ୯ଟି ଜିଲ୍ଳା ଓ ୧୯ ତାରିଖ ପାଇଁ ୫ଟି ଜିଲ୍ଲା କୁ ଜାରି ହୋଇଛି ୟେଲୋ ଆଲର୍ଟ ।  ଏହି ସମୟରେ ବିଜୁଳି ଘଡଘଡି ବର୍ଷା ସହିତ ସର୍ବାଧିକ ୫୦ରୁ ୬୦ କିଲୋମିଟର ଯାଏଁ ପବନ ମଧ୍ୟ ବହିବ । ଅଧିକାଂଶ ସ୍ଥାନରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା, ରାଜ୍ୟବାସୀଙ୍କୁ ତାତିରୁ ସାମାନ୍ୟ ଆଶ୍ବସ୍ତି ଆଣିଦେବ ।

ଅନ୍ୟପଟେ କେଉଁଠି ଉଡ଼ିଲା ଛପର ତ ଆଉ କେଉଁଠି ଉପୁଡ଼ିଲା ଗଛ । ଭାଙ୍ଗିଲା ବିଦ୍ୟୁତ ଖୁଣ୍ଟି । ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି, ନୂଆପଡ଼ା ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ତାଣ୍ଡବ ରଚିଛି କାଳବୈଶାଖୀ ଖଡ଼ିଆଳ ସହରରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ଓ ଝଡ଼ତୋଫାନରେ ଅନେକ ସ୍ଥାନରେ ଗଛ ଉପୁଡ଼ି ପଡ଼ିଛି । ବିଦ୍ୟୁତ ତାର ଛିଣ୍ଡି ପଡ଼ିଥିବାରୁ ବିଦ୍ୟୁତ ସରବରାହ ସଂପୂର୍ଣ୍ଣ ବନ୍ଦ ରହିଛି ।

Post Views: 32
Share197Tweet123Send
Voice of Victims

Voice of Victims

Recent Posts

  • ଆଜି ଓଡ଼ିଶା ଗସ୍ତରେ ଆସିବେ କେନ୍ଦ୍ର ମନ୍ତ୍ରୀ ଶିବରାଜ ସିଂହ ଚୌହାନ
  • କୁମ୍ଭୀରଙ୍କ ପ୍ରଜନନ ଋତୁ, ଆଜିଠୁ ତିନି ମାସ ଯାଏଁ ଭିତରକନିକା ବନ୍ଦ
  • ଭାରତୀୟ ଗଣତନ୍ତ୍ରରେ ମହିଳାଙ୍କ ଯୋଗଦାନ ଉପରେ ଓଡ଼ିଶା ବିଧାନସଭାର ସ୍ୱତନ୍ତ୍ର ଅଧିବେଶନ ଅନୁଷ୍ଠିତ; ମହିଳା ସଶକ୍ତିକରଣ ପାଇଁ ଆହ୍ୱାନ କଲେ ମୁଖ୍ୟମନ୍ତ୍ରୀ
  • OAS ସ୍ତରରେ ବଡ଼ ଧରଣର ଅଦଳବଦଳ; ୨୯ ଜଣଙ୍କୁ ବଦଳି କଲେ ରାଜ୍ୟ ସରକାର
  • କାଶୀନାଥଙ୍କ ଘରେ ଫୁଟିଲା ଦୁର୍ଲଭ ବ୍ରହ୍ମକମଳ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In