• About Us
  • Contact Us
Thursday, April 2, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଦେଶ ବିଦେଶ

ପୁଣି ଚୌକା-ଛକାରେ କମ୍ପିବ ଷ୍ଟାଡିୟମ୍‌ : ଆଜିଠୁ ପୁଣି ଆରମ୍ଭ IPL

by Voice of Victims
May 17, 2025
in ଦେଶ ବିଦେଶ, ମୁଖ୍ୟ ଖବର
ଆଇପିଏଲ ରେ ଫିକ୍ସିଂ ର ଛାୟା!: ସମସ୍ତ 10 ଟି ଦଳକୁ ଚେତାବନୀ ଦେଲା ବିସିସିଆଇ

ନୂଆଦିଲ୍ଲୀ : ଆଜିଠୁ ପୁଣି ବାଜିବ IPL ବିଗୁଲ । ଭାରତ-ପାକିସ୍ତାନ ମଧ୍ୟରେ ଉତ୍ତେଜନା ଯୋଗୁଁ ସପ୍ତାହକ ପାଇଁ ସ୍ଥଗିତ ହୋଇଥିଲା IPLର ୧୮ତମ ସଂସ୍କରଣ । ଏବେ ପୁଣିଥରେ ଫଟାଫଟ କ୍ରିକେଟ୍‌ର ରୋମାଞ୍ଚ ଫେରିଛି । ଆଜି ଚିନ୍ନାସ୍ୱାମୀ ଷ୍ଟାଡିୟମ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ଓ କୋଲକାତା ନାଇଟ୍ ରାଇଡର୍ସ ମଧ୍ୟରେ ମ୍ୟାଚ୍ ଖେଳାଯିବ । ଏହି ମୁକାବିଲା KKR ପାଇଁ କର ବା ମର ସ୍ଥିତି ରହିବ । ମ୍ୟାଚ୍ ହାରିଲେ ପ୍ଲେ-ଅଫ୍ ଟିକେଟ୍ କଟିବା ଏକ ପ୍ରକାର ନିଶ୍ଚିତ ହେବ । ଚଳିତ ସିଜନରେ ଜବରଦସ୍ତ ଫର୍ମରେ ଅଛି RCB । ଦଳ ୮ଟି ମ୍ୟାଚ୍ ଜିତି ୧୬ ପଏଣ୍ଟ ସହ ଦ୍ୱିତୀୟରେ ରହିଛି । ଆଉ ଗୋଟିଏ ମ୍ୟାଚ୍ ଜିତିଲେ ଫ୍ଲେ-ଅଫ୍ ଟିକେଟ୍ କାଟିବ ଦଳ । 

ସେପଟେ ମ୍ୟାଚ୍‌ରେ ବାଧକ ସାଜିପାରେ ବର୍ଷା । ସ୍ଥାନୀୟ ପାଣିପାଗ ବିଭାଗ ରିପୋର୍ଟ ଅନୁସାରେ, ବେଙ୍ଗାଲୁରୁରେ ୭୦ ପ୍ରତିଶତ ବର୍ଷା ହେବାର ସମ୍ଭାବନା ରହିଛି । ବର୍ଷା ଯୋଗୁଁ ମ୍ୟାଚ ଧୋଇଗଲେ, ପଏଣ୍ଟ ଭାଗ କରିବେ ଦୁଇ ଦଳ । ସଂଶୋଧିତ କାର୍ଯ୍ୟସୂଚୀ ଅନୁସାରେ, IPLରେ ବାକି ଥିବା ୧୭ଟି ମ୍ୟାଚ୍ ୬ଟି ଭେନ୍ୟୁରେ ଖେଳାଯିବ । ଏହାରି ଭିତରେ ଦର୍ଶକଙ୍କୁ ଦୁଇଟି ଡବଲ୍ ହେଡର ଅର୍ଥାତ ଗୋଟିଏ ଦିନରେ ଦୁଇଟି ମ୍ୟାଚ ଦେଖିବାକୁ ମିଳିପାରେ । ମେ’ ୮ ତାରିଖରେ ଧର୍ମଶାଳାରେ ପଞ୍ଜାବ କିଙ୍ଗସ୍‌ ଓ ଦିଲ୍ଲୀ କ୍ୟାପିଟାଲ୍ସ ମଧ୍ୟରେ ମ୍ୟାଚ୍ ଚାଲିଥିଲା ବେଳେ ହଠାତ୍ ଫ୍ଳଡଲାଇଟ୍ ବନ୍ଦ କରିଦିଆଯାଇଥିଲା । ପରେ ମ୍ୟାଚକୁ ଅଧାରୁ ବାତିଲ କରିଦିଆଯାଇଥିଲା । 

Post Views: 36
Share197Tweet123Send
Voice of Victims

Voice of Victims

Recent Posts

  • ଖରାକୁ ଦେଖି ରାଜ୍ୟ ସରକାରଙ୍କ ବଡ଼ ନିର୍ଦ୍ଦେଶ, ଆସନ୍ତା କାଲିଠାରୁ ରାଜ୍ୟରେ ସକାଳୁଆ ସ୍କୁଲ
  • ରଣପୁରରେ ଜନଗଣନା ତାଲିମ ଶିବିର ଶେଷ, ୧୯୮ ଜଣଙ୍କୁ ପ୍ରଶିକ୍ଷଣ
  • ରଣପୁରର ବିଭିନ୍ନ ସ୍ଥାନରେ ଗ୍ୟାସ କଳାବଜାରୀ ଉପରେ ଚଢ଼ାଉ
  • ଉତ୍କଳ ଦିବସ ଅବସରରେ ରକ୍ତଦାନ ଶିବିର, ସଂଗ୍ରହ ହେଲା ୧୩୭ ୟୁନିଟ ରକ୍ତ
  • ରାଜ୍ୟରେ ବନ୍ଦ ହେବ LPG, ମିଳିବ PNG ; ମାସେ ଭିତରେ ସାରା ରାଜ୍ୟରେ ଲାଗୁହେବ ନିୟମ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In