• About Us
  • Contact Us
Thursday, April 2, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଦେଶ ବିଦେଶ

କେରଳ ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ, ଆସନ୍ତା ସପ୍ତାହରେ ଓଡ଼ିଶାକୁ କରିପାରେ ପ୍ରବେଶ

by Voice of Victims
May 25, 2025
in ଦେଶ ବିଦେଶ, ମୁଖ୍ୟ ଖବର
ଏଥର ଆଗୁଆ ଆସିବ ମୌସୁମୀ, ମେ’ ୧୩ ତାରିଖରେ ଦକ୍ଷିଣ ଆଣ୍ଡାମାନ ଛୁଇଁବା ନେଇ ପାଣିପାଗ ବିଭାଗର ପୂର୍ବାନୁମାନ

ନୂଆଦିଲ୍ଲୀ: ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ କେରଳ ଛୁଇଁଛି । କେରଳ ସମେତ କର୍ଣ୍ଣାଟକ, ତାମିଲନାଡୁ ଓ ମିଜୋରାମର କିଛି ଅଞ୍ଚଳକୁ ମଧ୍ୟ ଅଗ୍ରସର ହୋଇଛି ମୌସୁମୀ । ଚଳିତ ବର୍ଷ ୮ ଦିନ ପୂର୍ବରୁ ଦକ୍ଷିଣ-ପଶ୍ଚିମ ମୌସୁମୀ କେରଳରେ ପ୍ରବେଶ କରିଛି  । ୨୦୦୧ ଓ ୨୦୦୯ ମସିହାରେ ମେ’ ୨୩ରେ ମୌସୁମୀ ବାୟୁ କେରଳରେ ପ୍ରବେଶ କରିଥିଲା । ୧୯୯୦ ମସିହାରେ ମେ ମାସ ୧୯ ତାରିଖରେ ମୌସୁମୀ କେରଳରେ ପହଞ୍ଚିଥିଲା । ୨୦୦୦ରୁ ୨୦୨୫ ମଧ୍ୟରେ ୧୪ ଥର ମେ’ ମାସରେ ଓ ୧୨ ଥର ଜୁନ୍ ମାସରେ ମୌସୁମୀ କେରଳ ଛୁଇଁଥିଲା । ଏଥର ମୌସୁମୀ ଶୀଘ୍ର କେରଳ ଛୁଇଁଥିବାରୁ ଆସନ୍ତା ସପ୍ତାହ ମଧ୍ୟରେ ଓଡ଼ିଶାରେ ପହଞ୍ଚିବ ବୋଲି ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଏହା ମଧ୍ୟରେ ଓଡ଼ିଶାରେ ପ୍ରାକ୍ ମୌସୁମୀ ବର୍ଷା ଆରମ୍ଭ ହୋଇଯାଇଛି ।

ବାଦଲ ସମୂହର ଗତି ପଶ୍ଚିମ-ଉତ୍ତରପଶ୍ଚିମ ନୁହେଁ, ବରଂ ସମୁଦ୍ରରୁ ସ୍ଥଳଭାଗ ମୁହାଁ ହୋଇଛି । ଉତ୍ତର ଉପକୂଳ ଓଡ଼ିଶା ଓ ତା’ର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସମୁଦ୍ର ପତ୍ତନଠାରୁ ବାୟୁମଣ୍ଡଳର ୩.୧ କିମି ଉଚ୍ଚରେ ସକ୍ରିୟ ଘୂର୍ଣ୍ଣିବଳୟ ରହିଛି । ଏହା ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ଆଗାମୀ ୨୪ ଘଣ୍ଟାରେ ବର୍ଷା ସହ କିଛି ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବୃଷ୍ଟିପାତର ସମ୍ଭାବନା ରହିଛି ।

ଆଜି ମଧ୍ୟାହ୍ନ ସୁଦ୍ଧା ବାଲେଶ୍ୱର, ଭଦ୍ରକ, ଯାଜପୁର, ମୟୂରଭଞ୍ଜ, କେନ୍ଦୁଝର, ମାଲକାନଗିରି, କୋରାପୁଟ, ରାୟଗଡା, ଗଜପତି, ଗଞ୍ଜାମ, ଜଗତସିଂପୁର, କେନ୍ଦ୍ରାପଡ଼ା ଓ କନ୍ଧମାଳ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ଓ ପବନ ହେବାକୁ ଥିବାରୁ ଅରେଞ୍ଜ ଚେତାବନୀ ଜାରି ହୋଇଛି । ଘଣ୍ଟା ପ୍ରତି ୪୦ରୁ ୫୦କିମି ବେଗରେ ପବନ ବହିବାର ଆଶଙ୍କା ରହିଥିବାରୁ ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରିବାକୁ କୁହାଯାଇଛି । ଏଥିସହ ଆସନ୍ତା ୫ଦିନ ଯାଏଁ ବର୍ଷା ଜାରି ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆକଳନ କରାଯାଉଛି ।

Post Views: 43
Share198Tweet124Send
Voice of Victims

Voice of Victims

Recent Posts

  • ଖରାକୁ ଦେଖି ରାଜ୍ୟ ସରକାରଙ୍କ ବଡ଼ ନିର୍ଦ୍ଦେଶ, ଆସନ୍ତା କାଲିଠାରୁ ରାଜ୍ୟରେ ସକାଳୁଆ ସ୍କୁଲ
  • ରଣପୁରରେ ଜନଗଣନା ତାଲିମ ଶିବିର ଶେଷ, ୧୯୮ ଜଣଙ୍କୁ ପ୍ରଶିକ୍ଷଣ
  • ରଣପୁରର ବିଭିନ୍ନ ସ୍ଥାନରେ ଗ୍ୟାସ କଳାବଜାରୀ ଉପରେ ଚଢ଼ାଉ
  • ଉତ୍କଳ ଦିବସ ଅବସରରେ ରକ୍ତଦାନ ଶିବିର, ସଂଗ୍ରହ ହେଲା ୧୩୭ ୟୁନିଟ ରକ୍ତ
  • ରାଜ୍ୟରେ ବନ୍ଦ ହେବ LPG, ମିଳିବ PNG ; ମାସେ ଭିତରେ ସାରା ରାଜ୍ୟରେ ଲାଗୁହେବ ନିୟମ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In