• About Us
  • Contact Us
Friday, April 3, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ଅବପାତରେ ପରିଣତ ହେଲା ଲଘୁଚାପ, ଆଜି ୪ ଜିଲ୍ଲାରେ ପ୍ରବଳ ବର୍ଷା ପାଇଁ ଅରେଞ୍ଜ ୱାର୍ଣ୍ଣିଂ

by Voice of Victims
May 29, 2025
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ରାଜ୍ୟ
ଅବପାତରେ ପରିଣତ ହେଲା ଲଘୁଚାପ, ଆଜି ୪ ଜିଲ୍ଲାରେ ପ୍ରବଳ ବର୍ଷା ପାଇଁ ଅରେଞ୍ଜ ୱାର୍ଣ୍ଣିଂ

ଭୁବନେଶ୍ୱର: ସୃଷ୍ଟି ହେଲା ଅବପାତ ।  ଅଧିକ ଘନୀଭୂତ ହୋଇ ଗଭୀର ଅବପାତର ରୂପ ନେବା ସମ୍ଭାବନା ରହିଛି । ଗତକାଲିର ସ୍ପଷ୍ଟ ଚିହ୍ନିତ ଲଘୁଚାପ କ୍ଷେତ୍ର ଆହୁରି ଘନୀଭୂତ ହୋଇ ଆଜି ଉତ୍ତରପଶ୍ଚିମ ବଙ୍ଗୋପସାଗର ପାର୍ଶ୍ବବର୍ତ୍ତୀ ପଶ୍ଚିମବଙ୍ଗ-ବାଂଲାଦେଶ ଉପକୂଳରେ ଏକ ଅବପାତରେ ପରିଣତ ହୋଇଛି ।  ଏହା ପାରାଦୀପ ଠାରୁ ପୂର୍ବ-ଉତ୍ତରପୂର୍ବ ଦିଗରେ ୧୯୦ କିଲୋମିଟର ଦୂରରେ କେନ୍ଦ୍ରୀଭୂତ ରହିଛି ।  ଏହା ଉତ୍ତର ଆଡ଼କୁ ଗତି କରିବା ସହ ଆହୁରି ଘନୀଭୂତ ହୋଇ ପଶ୍ଚିମବଙ୍ଗ ଏବଂ ବାଂଲାଦେଶ ଉପକୂଳକୁ ସାଗର ଦୀପ ଏବଂ ବାଂଲାଦେଶର ଖେପୁପାରା ମଧ୍ୟରେ ମଧ୍ୟାହ୍ନରେ ଅତିକ୍ରମ କରିବା ସମ୍ଭାବନା ରହିଛି ।

ଅବପାତ ପ୍ରଭାବରେ ୨ ଦିନ ଯାଏ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଆଜି ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ ଓ କେନ୍ଦ୍ରାପଡ଼ା ଜିଲ୍ଲାର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାକୁ ଥିବାବେଳେ ଏହି ଜିଲ୍ଲାଗୁଡ଼ିକ ପାଇଁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି । ସେହିପରି ବାକି ଅଞ୍ଚଳ ପାଇଁ ୟେଲୋ ଆଲର୍ଟ ଜାରି ହୋଇଛି । ସମୁଦ୍ର ଅଶାନ୍ତ ଥିବାରୁ ଆସନ୍ତାକାଲି ଯାଏ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା । ବର୍ଷାକୁ ଦୃଷ୍ଟିରେ ରଖି ରାଜ୍ୟର ସମସ୍ତ ଜିଲ୍ଲାର ଜିଲ୍ଲାପାଳମାନଙ୍କୁ ସତର୍କ ରହିବା ପାଁ SRC ନିର୍ଦ୍ଦେଶ ଦେଇଛନ୍ତି  ।

Post Views: 40
Share197Tweet123Send
Voice of Victims

Voice of Victims

Recent Posts

  • ଇରାନରୁ ଭାରତ ଆସୁଥିବା ତେଲ ଜାହାଜ ଏବେ ଚୀନ ଅଭିମୁଖେ: ଜାଣନ୍ତୁ କାହିଁକି?
  • ପାକିସ୍ତାନୀ ସୀମା ହାଇଦର…ନିଜ ପିଲାର ନାମ ରଖିଲେ ‘ଭାରତ’, ପିଲାଙ୍କୁ ଭଲ ଶିକ୍ଷା ଦେବା ମୂଳ ଲକ୍ଷ୍ୟ
  • ରାଜ୍ୟରେ ଏବେ ଡବଲ ଇଞ୍ଜିନ ସରକାର, ପୂର୍ବତଟ ରେଳପଥରୁ ଅଲଗା ହେଲା ପଲ୍ଲାସା-ଇଚ୍ଛାପୁରମ ଡିଭିଜନ
  • AMAZON କମ୍ପାନୀ ଉପରେ ଆକ୍ରମଣ ! ଇରାନର ଟାର୍ଗେଟରେ ଆମେରିକାର ଟେକ୍ କମ୍ପାନୀ
  • ଇରାନ ଖସାଇଲା F-35 ଯୁଦ୍ଧ ବିମାନ ! ଖଣ୍ଡନ କଲା ଆମେରିକୀୟ ସେନା

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In