• About Us
  • Contact Us
Friday, April 3, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

କଡ଼ ଲେଉଟାଉଛି କୋଭିଡ, ଓଡ଼ିଶାରେ ଆକ୍ରାନ୍ତଙ୍କ ସଂଖ୍ୟା ୧୧କୁ ବୃଦ୍ଧି

by Voice of Victims
June 1, 2025
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ରାଜ୍ୟ, ସମସ୍ୟା
ପୁଣି ଡରାଇଲାଣି କରୋନା: ଗତ ୨୪ ଘଣ୍ଟାରେ ଦିଲ୍ଲୀରେ ୨୩ଜଣ ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର : ଓଡ଼ିଶାରେ କୋଭିଡ ଆକ୍ରାନ୍ତଙ୍କ ସଂଖ୍ୟା ୧୧କୁ ବୃଦ୍ଧି । ଏଥିସହ କରୋନା ସଂକ୍ରମିତଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ତେବେ ଏ ନେଇ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ କିଛି ସ୍ପଷ୍ଟ କରାଯାନାହିଁ। ଗତକାଲି ରାଜ୍ୟରେ କୋଭିଡ ପଜିଟିଭଙ୍କ ସଂଖ୍ୟା ୭ ରହିଥିଲା । ଏବେ ଆଉ ଚାରି କୋଭିଡ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ସଂକ୍ରମିତଙ୍କ ସଂଖ୍ୟା୧୧ ଛୁଇଁଛି । ତେବେ ନୂଆ ଭାରିଆଣ୍ଟ ସିଭିୟର କରୁନଥିବାରୁ ଭୟଭୀତ ନହେବାକୁ ଓଡ଼ିଶା ସ୍ବାସ୍ଥ୍ୟ ବିଭାଗ ଗତକାଲି ପରାମର୍ଶ ଦେଇଛି । ଏବେ କୋଭିଡ ସ୍ଥିତି ସମ୍ପୂର୍ଣ୍ଣ ନିୟନ୍ତ୍ରଣରେ ରହିଛି । ଏବେ ଯେଉଁ ଭାରିଏଣ୍ଟ ଚିହ୍ନଟ ହୋଇଛି ତାହା ମାଇଲଡ ଷ୍ଟ୍ରେନ । ତେଣୁ କେହି ଭୟଭୀତ ନ ହେବାକୁ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ କୁହାଯାଇଛି ।

ସେହିପରି ଦେଶରେ କୋଭିଡ କେସ ୩ ହଜାର ଟପିଛି । ଏବେ ମୋଟ ଆକ୍ଟିଭ କେସ୍ ୩ହଜାର ୩୯୫ରେ ପହଞ୍ଚିଛି । ୮ ରାଜ୍ୟରେ ସବୁଠୁ ଅଧିକ ସଂକ୍ରମଣ। କେରଳରେ ସର୍ବାଧିକ ରହିଛି ପଜିଟିଭ୍ କେସ୍। କେରଳ ପରେ ଦିଲ୍ଳୀ, ଗୁଜରାଟ, ପଶ୍ଚିମବଙ୍ଗ, ତାମିଲନାଡ଼ୁ, ମହାରାଷ୍ଟ୍ର ଓ କର୍ଣ୍ଣାଟକରେ ଅଧିକ ସଂକ୍ରମିତ ଅଛନ୍ତି। କେରଳରେ ସକ୍ରିୟ କରୋନା ମାମଲା ୧୩୩୬ । କୋଭିଡ ସଂକ୍ରମଣ ବଢୁଥିବା ବେଳେ ମୁକାବିଲା ପାଇଁ କେନ୍ଦ୍ର ସରକାର ସଂପୂର୍ଣ୍ଣ ପ୍ରସ୍ତୁତ ଥିବା କହିଛନ୍ତି କେନ୍ଦ୍ର ସ୍ବାସ୍ଥ୍ଯ ରାଷ୍ଟ୍ରମନ୍ତ୍ରୀ ପ୍ରତାପରାଓ ଯାଦବ। ଡାକ୍ତରଖାନାରେ ଯଥେଷ୍ଟ ପରିମାଣର ଆଇସିୟୁ ବେଡ ଓ ଅକ୍ସିଜେନ ସିଲିଣ୍ଡର ମହଜୁଦ ରହିଥିବା ସେ କହିଛନ୍ତି।

Post Views: 38
Share198Tweet124Send
Voice of Victims

Voice of Victims

Recent Posts

  • ଇରାନରୁ ଭାରତ ଆସୁଥିବା ତେଲ ଜାହାଜ ଏବେ ଚୀନ ଅଭିମୁଖେ: ଜାଣନ୍ତୁ କାହିଁକି?
  • ପାକିସ୍ତାନୀ ସୀମା ହାଇଦର…ନିଜ ପିଲାର ନାମ ରଖିଲେ ‘ଭାରତ’, ପିଲାଙ୍କୁ ଭଲ ଶିକ୍ଷା ଦେବା ମୂଳ ଲକ୍ଷ୍ୟ
  • ରାଜ୍ୟରେ ଏବେ ଡବଲ ଇଞ୍ଜିନ ସରକାର, ପୂର୍ବତଟ ରେଳପଥରୁ ଅଲଗା ହେଲା ପଲ୍ଲାସା-ଇଚ୍ଛାପୁରମ ଡିଭିଜନ
  • AMAZON କମ୍ପାନୀ ଉପରେ ଆକ୍ରମଣ ! ଇରାନର ଟାର୍ଗେଟରେ ଆମେରିକାର ଟେକ୍ କମ୍ପାନୀ
  • ଇରାନ ଖସାଇଲା F-35 ଯୁଦ୍ଧ ବିମାନ ! ଖଣ୍ଡନ କଲା ଆମେରିକୀୟ ସେନା

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In