• About Us
  • Contact Us
Thursday, February 5, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ବର୍ଷକୁ ମାତ୍ର ଥରେ ସୁନାକୂଅ ଜଳରେ ସ୍ନାନ କରନ୍ତି ଚତୁର୍ଦ୍ଧାମୂର୍ତ୍ତି, ଜାଣନ୍ତୁ ଏହି ରହସ୍ୟମୟ କୂପ ବିଷୟରେ…

by Voice of Victims
June 11, 2025
in ଆଞ୍ଚଳିକ ଖବର, ଆଧ୍ୟାତ୍ମିକ, ବିଶେଷ ପୃଷ୍ଠା, ମୁଖ୍ୟ ଖବର
ବର୍ଷକୁ ମାତ୍ର ଥରେ ସୁନାକୂଅ ଜଳରେ ସ୍ନାନ କରନ୍ତି ଚତୁର୍ଦ୍ଧାମୂର୍ତ୍ତି, ଜାଣନ୍ତୁ ଏହି ରହସ୍ୟମୟ କୂପ ବିଷୟରେ…

ପୁରୀ : ଆଜି ପବିତ୍ର ଦେବସ୍ନାନ ପୂର୍ଣ୍ଣିମା । ଆଜି ଶ୍ରୀଜିଉଙ୍କ ସ୍ନାନଯାତ୍ରା ପାଇଁ ସମସ୍ତେ ଚଳଚଞ୍ଚଳ । ଭକ୍ତିମୟ ପରିବେଶ ଭିତରେ ସମସ୍ତଙ୍କୁ ଦର୍ଶନ ଦେଉଛନ୍ତି ମହାବାହୁ । ଲୋକାରଣ୍ୟ ଶ୍ରୀକ୍ଷେତ୍ର । ୧୦୮ ଗରା ସୁବାସିତ ଜଳରେ ସ୍ନାନ କରିବେ ଚତୁର୍ଦ୍ଧାମୂର୍ତ୍ତି ।ତେବେ ଏହି ଜଳ ଗୋଟିଏ ବର୍ଷ ପୂର୍ବରୁ ଗଚ୍ଛିତ ହୋଇ ରଖାଯାଇଥାଏ । କୁହାଯାଏ ଏହି ଜଳ ଯେଉଁ ସ୍ଥାନରୁ ଆସିଥାଏ ତାହାର ନାମ ‘ସୁନା କୂଅ’ । ତେବେ ଏହିଠାରୁ ହିଁ ଠାକୁରଙ୍କ ଲାଗି ପାଣି ଯାଇଥାଏ । ପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ୩୫ ଗରା ସୁବାସିତ ଜଳ , ପ୍ରଭୁ ବଳଭଦ୍ରଙ୍କୁ ୩୩ ଗରା ଏବଂ ଦେବୀ ସୁଭଦ୍ରାଙ୍କୁ ୨୨ ଗରା ଏବଂ ଚକ୍ରରାଜ ପ୍ରଭୁ ଶ୍ରୀ ସୁଦର୍ଶନଙ୍କୁ ୧୮ ଗରା ସୁବାସିତ ଜଳରେ ସ୍ନାନ କରାଯାଏ ଏବଂ ଏହି ଦିନ ଗଜାନନ ବେଶରେ ପ୍ରଭୁ ଭକ୍ତଙ୍କୁ ଦର୍ଶନ ଦେଇଥାଆନ୍ତି ।

ଏହି ସୁନାକୂଅ କେଉଁଠି ଅଛି ? ଏହା ପଛର କଣ ରହିଛି କିମ୍ବଦନ୍ତୀ :

ଶ୍ରୀମନ୍ଦିର ଭିତରେ ଅନେକ କୂଅ ରହିଛି । ତେବେ ଶ୍ରୀମନ୍ଦିର ଉତ୍ତର ଦ୍ଵାର ନିକଟରେ ଥିବା ମା’ ଶୀତଳା ସମ୍ମୁଖ ଭାଗରେ ଯେଉଁ କୂଅ ରହିଛି ତାହାକୁ ସୁନା କୂଅ କୁହାଯାଏ ।  ଏହା ବର୍ଷ ସାରା ଆବୃତ ହୋଇ ରହିଥାଏ । ଏହି କୂପର ଜଳ ବର୍ଷ ସାରା କୌଣସି କାର୍ଯ୍ଯରେ ବ୍ୟବହାର ହୁଏନି । କେବଳ ମହାପ୍ରଭୁଙ୍କ ସ୍ନାନ ଯାତ୍ରାରେ ଏହି କୂପ ଜଳରେ ଚତୁର୍ଦ୍ଧାମୂର୍ତ୍ତୀ ସ୍ନାନ କରିଥାନ୍ତି ସ୍ନାନ ମଣ୍ଡପରେ ।

ବର୍ଷକୁ ମାତ୍ର ଥରେ ବ୍ୟବହାର ହୁଏ ସୁନାକୂଅର ଜଳ:

କୂଅର ନାମ ଯେଭଳି ନିଆରା ଏହି କୂଅର ଜଳ ମଧ୍ୟ ସେତିକି ସ୍ବତନ୍ତ୍ର । କେବଳ ବର୍ଷରେ ଥରେ ଏହି କୂପ ଜଳ କଢ଼ାଯାଇ ସ୍ନାନ ମଣ୍ଡପରେ ସ୍ନାନ ଯାତ୍ରା ଦିନ ଚତୁର୍ଦ୍ଧାମୂର୍ତ୍ତି ସ୍ନାନ କରିଥାନ୍ତି । ତେବେ ବର୍ଷକୁ ଥରେ କାହିଁକି ଏହି କୂପ ଜଳ ବ୍ୟବହାର ହୁଏ, ଅନ୍ୟ କୌଣସି ଦିନରେ ଏହି ଜଳ କାହିଁକି ବ୍ୟବହାର ହୁଏ ନାହିଁ ତାହାର ନିର୍ଦ୍ଦିଷ୍ଟ ତଥ୍ୟ ନାହିଁ । ତେବେ କୁହାଯାଏ ସ୍ନାନ ପୂର୍ଣ୍ଣିମା ପୂର୍ବରୁ ଭାରତର ଥିବା ସବୁ ତୀର୍ଥ ଜଳ ଏହି କୂପକୁ ଆସିଥାଏ । ସ୍ନାନଯାତ୍ରା ସରିବା ପରେ ଏହି କୂପରୁ ସବୁ ତୀର୍ଥ ଜଳ ଅନ୍ତର୍ଦ୍ଧାନ ହୋଇଯାଆନ୍ତି । ଏଣୁ ଏହି କୂପର ଜଳକୁ ବର୍ଷକୁ ଗୋଟିଏ ଦିନ ସ୍ନାନଯାତ୍ରାରେ ମହାପ୍ରଭୁଙ୍କ ସ୍ନାନ ପାଇଁ ବ୍ୟବହାର ହୋଇଥାଏ ।

Post Views: 101
Share199Tweet125Send
Voice of Victims

Voice of Victims

Recent Posts

  • ସିଭିଲ୍ ସର୍ଭିସେସ୍ ପରୀକ୍ଷାର୍ଥୀଙ୍କ ପାଇଁ ବଡ଼ ଖବର, ବଦଳିଲା UPSC ନିୟମ
  • ରାଜସ୍ଥାନରେ ହନିମୁନ୍ ମର୍ଡର ୨.୦, ସ୍ବାମୀକୁ ମାରିବାକୁ ପତ୍ନୀ ରଚିଥିଲା ଭୟଙ୍କର ଷଡ଼ଯନ୍ତ୍ର
  • ୭ଟି ଜିଲ୍ଲାର ଇଂରାଜୀ ନାଁ ସଂଶୋଧନ କରିବେ ରାଜ୍ୟ ସରକାର, ରାଜସ୍ବ ବିଭାଗ ପକ୍ଷରୁ ପ୍ରକାଶ
  • ବଡ଼ ଦୁର୍ଘଟଣାରୁ ଟଳିଲା, ଚେନ୍ନାଇ ସେଣ୍ଟ୍ରାଲ ଏକ୍ସପ୍ରେସ୍ ଲାଇନଚ୍ୟୁତ
  • ଆଜିଠୁ ନକ୍ସଲମୁକ୍ତ ହେଲା କୋରାପୁଟ ଜିଲ୍ଲା, ଦକ୍ଷିଣପଶ୍ଚିମାଞ୍ଚଳ ଡିଆଇଜି କନୱର ବିଶାଳ ସିଂହଙ୍କ ସୂଚନା

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In