• About Us
  • Contact Us
Tuesday, April 7, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ଓଡ଼ିଶାକୁ ରେଡ୍ ଆଲର୍ଟ, ପ୍ରବଳ ବର୍ଷା ନେଇ ୫ ରାଜ୍ୟକୁ ୱାର୍ଣ୍ଣିଂ ଜାରି

by Voice of Victims
June 18, 2025
in ଆଞ୍ଚଳିକ ଖବର, ମୁଖ୍ୟ ଖବର
୬ ଓ ୭ ତାରିଖରେ ପ୍ରବଳ ବର୍ଷା!

ଭୁବନେଶ୍ୱର : ଓଡ଼ିଶାକୁ ରେଡ୍ ଆଲର୍ଟ । ପ୍ରବଳ ବର୍ଷା ନେଇ ଓଡିଶାକୁ ସତର୍କ କରାଇଲା ପାଣିପାଗ ବିଭାଗ । ପୂର୍ବ ଓ ପଶ୍ଚିମ ଭାଗରେ ସକ୍ରିୟ ଦୁଇଟି ଲଘୁଚାପ ପାଇଁ ଦେଶର ୫ଟି ରାଜ୍ୟକୁ ରେଡ୍ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ । ଓଡ଼ିଶା ସମେତ ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ଆସାମ ଓ ମେଘାଳୟକୁ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି । ସେପଟେ ଗାଙ୍ଗେୟ ପଶ୍ଚିମବଙ୍ଗ ଉପତ୍ୟକା ଏବଂ ତାର ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ସକ୍ରିୟ ଥିବା ଲଘୁଚାପ କ୍ଷେତ୍ର ପଶ୍ଚିମଉତ୍ତର ପଶ୍ଚିମ ଦିଗରେ ଗତି କରୁଛି । ଆଜି ସକାଳୁ ଆହୁରି ଘନୀଭୂତ ହୋଇ ସୁସ୍ପଷ୍ଟ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି । ଏହା ପ୍ରଭାବରେ ସାରା ଓଡ଼ିଶାରେ ବର୍ଷା ଲାଗି ରହିଛି ।

ପ୍ରବଳରୁ ଅତିପ୍ରବଳ ବର୍ଷା ପାଇଁ ଆଜି ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ମୟୂରଭଞ୍ଜ, ଯାଜପୁର, କେନ୍ଦୁଝର, ଭଦ୍ରକ, ବାଲେଶ୍ୱର, ସୁନ୍ଦରଗଡ଼, ସମ୍ବଲପୁରରେ ପ୍ରବଳ ବର୍ଷା ହେବ ।  ମୟୂରଭଞ୍ଜ ଜିଲ୍ଲାରେ ଭୀଷଣ ବର୍ଷା ହୋଇପାରେ । ସେହିପରି ଅନ୍ୟ ୭ ଜିଲ୍ଲାରେ ପ୍ରବଳ ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଆସନ୍ତାକାଲି ମଧ୍ୟ ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ସୁନ୍ଦରଗଡ଼, ଝାରସୁଗୁଡ଼ା ଓ ସମ୍ବଲପୁର ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି ।

Post Views: 41
Share198Tweet124Send
Voice of Victims

Voice of Victims

Recent Posts

  • ବିମାନ ଯାତ୍ରୀଙ୍କୁ ବଡ଼ ଝଟକା, ଭଡ଼ା ବଢାଇଲା ଏୟାର ଇଣ୍ଡିଆ
  • ଖୁବଶୀଘ୍ର ଝାରସୁଗୁଡ଼ାରୁ ଆରମ୍ଭ ହେବ ଏୟାର କାର୍ଗୋ ସେବା , ସିଧାସଳଖ ଦେଶବିଦେଶକୁ ପଠାଯିବ ସାମଗ୍ରୀ
  • ପ୍ରବାସୀ ଶ୍ରମିକଙ୍କ ପାଇଁ ବଢ଼ିଲା ସୁବିଧା, ଏଣିକି କୋଟାରେ ମିଳିବ ଗ୍ୟାସ୍ ସିଲିଣ୍ଡର
  • ନୂତନ କର୍ମକର୍ତ୍ତାଙ୍କ ଦାୟିତ୍ୱ ଗ୍ରହଣ
  • ବଜ୍ରପାତର କହର: ଛେଳି ଚରାଉଥିବା ବେଳେ ବୃଦ୍ଧଙ୍କ ମୃତ୍ୟୁ, ସରକାରୀ ସହାୟତା ପାଇଁ ଦାବି

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In