• About Us
  • Contact Us
Friday, April 3, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଦେଶ ବିଦେଶ

ସାଢ଼େ ୩ କୋଟି ଚାକିରି ଦେବେ ସରକାର ; ନିଯୁକ୍ତି କ୍ଷେତ୍ରରେ କେନ୍ଦ୍ର ସରକାରଙ୍କ ବଡ଼ ପଦକ୍ଷେପ

by Voice of Victims
July 2, 2025
in ଦେଶ ବିଦେଶ, ମୁଖ୍ୟ ଖବର
ସାଢ଼େ ୩ କୋଟି ଚାକିରି ଦେବେ ସରକାର ; ନିଯୁକ୍ତି କ୍ଷେତ୍ରରେ କେନ୍ଦ୍ର ସରକାରଙ୍କ ବଡ଼ ପଦକ୍ଷେପ

ନୂଆଦିଲ୍ଲୀ: ନିଯୁକ୍ତି କ୍ଷେତ୍ରରେ କେନ୍ଦ୍ର ସରକାରଙ୍କ ବଡ଼ ପଦକ୍ଷେପ । ୧ ଲକ୍ଷ କୋଟି ଟଙ୍କାର ଯୋଜନାକୁ କେନ୍ଦ୍ର କ୍ୟାବିନେଟର ମଞ୍ଜୁରି ମିଳିଛି । ସୃଷ୍ଟି ହେବ ୩କୋଟି ୫୦ ଲକ୍ଷ ଚାକିରି । ଦେଶରେ ବେରୋଜଗାରୀଙ୍କ ସଂଖ୍ୟା ବଢୁଥିବାରୁ ନିଯୁକ୍ତି ସୃଷ୍ଟି ଉପରେ ସରକାର ଗୁରୁତ୍ବ ଦେଉଛନ୍ତି । 

ଅଗଷ୍ଟ ୧ରୁ ୨୦୨୭ ଜୁଲାଇ ୧୭ ତାରିଖ ମଧ୍ୟରେ ଏହି ନିଯୁକ୍ତି ମିଳିବ । ଆଗକୁ ୫ ରାଜ୍ୟରେ ବିଧାନସଭା ନିର୍ବାଚନ ହେବାକୁ ଥିବା ବେଳେ ମାଷ୍ଟରଷ୍ଟ୍ରୋକ୍ ଖେଳିଛନ୍ତି ପ୍ରଧାନମନ୍ତ୍ରୀ ମୋଦୀ । ବିହାର ପରେ ପଶ୍ଚିମବଙ୍ଗ, ଆସାମ, କେରଳ ଏବଂ ତାମିଲନାଡୁ ବିଧାନସଭା ନିର୍ବାଚନ ପୂର୍ବରୁ ମୋଦୀ ଏହି ନିଷ୍ପତ୍ତି ନେଇଛନ୍ତି । ଏନେଇ ସୂଚନା ଓ ପ୍ରସାରଣ ମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ ସୂଚନା ଦେଇଛନ୍ତି । ଶିଳ୍ପପତିମାନଙ୍କ ସହ ଆଲୋଚନା କରିବା ପରେ ଏନେଇ ଘୋଷଣା କରାଯାଇଛି । ଏହି ଯୋଜନାରେ ଦୁଇଟି ମୁଖ୍ୟ ଉଦ୍ଦେଶ୍ୟ ରହିଛି । ପ୍ରଥମରେ ପ୍ରଥମ ଥର ପାଇଁ ଚାକିରି ଖୋଜୁଥିବା ଯୁବପିଢିଙ୍କ ଉପରେ ଗୁରୁତ୍ବ ଦିଆଯାଇଛି । ମାସକୁ ୧ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଦରମା ଯେପରି ମିଳିବ ନେଇ ରୋଡମ୍ୟାପ୍ ପ୍ରସ୍ତୁତ କରାଯାଇଛି । ଦ୍ବିତୀୟରେ ଉତ୍ପାଦନକାରୀ ସଂସ୍ଥାରେ ନିଯୁକ୍ତି ଉପରେ ଗୁରୁତ୍ବ ଦିଆଯାଇଛି । ଅଧିକ ନିଯୁକ୍ତି ସୃଷ୍ଟି କରିବା ପାଇଁ ସରକାରଙ୍କ ତରଫରୁ ନୂଆ ନିଯୁକ୍ତଙ୍କୁ ଦୁଇ ବର୍ଷ ପାଇଁ ୩ ହଜାର ଟଙ୍କା ପର୍ଯ୍ୟନ୍ତ ବୋନୋସ୍ ମିଳିବ ।

Post Views: 114
Share199Tweet124Send
Voice of Victims

Voice of Victims

Recent Posts

  • ଇରାନରୁ ଭାରତ ଆସୁଥିବା ତେଲ ଜାହାଜ ଏବେ ଚୀନ ଅଭିମୁଖେ: ଜାଣନ୍ତୁ କାହିଁକି?
  • ପାକିସ୍ତାନୀ ସୀମା ହାଇଦର…ନିଜ ପିଲାର ନାମ ରଖିଲେ ‘ଭାରତ’, ପିଲାଙ୍କୁ ଭଲ ଶିକ୍ଷା ଦେବା ମୂଳ ଲକ୍ଷ୍ୟ
  • ରାଜ୍ୟରେ ଏବେ ଡବଲ ଇଞ୍ଜିନ ସରକାର, ପୂର୍ବତଟ ରେଳପଥରୁ ଅଲଗା ହେଲା ପଲ୍ଲାସା-ଇଚ୍ଛାପୁରମ ଡିଭିଜନ
  • AMAZON କମ୍ପାନୀ ଉପରେ ଆକ୍ରମଣ ! ଇରାନର ଟାର୍ଗେଟରେ ଆମେରିକାର ଟେକ୍ କମ୍ପାନୀ
  • ଇରାନ ଖସାଇଲା F-35 ଯୁଦ୍ଧ ବିମାନ ! ଖଣ୍ଡନ କଲା ଆମେରିକୀୟ ସେନା

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In