ଭୁବନେଶ୍ୱର : ସପ୍ତାହ ଶେଷରେ ପୁଣି ଲଘୁଚାପ। ଚଳିତ ସପ୍ତାହ ଶେଷ ବେଳକୁ ପଶ୍ଚିମବଙ୍ଗ ନିକଟରେ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା ରହିଛି । ଏହି ପୂର୍ବାନୁମାନ କରିଛନ୍ତି ଅନ୍ତର୍ଜାତୀୟ ପାଣିପାଗ ବିଜ୍ଞାନୀ ଜାସନ ନିକୋଲସ । ତେବେ ଏହି ଲଘୁଚାପ ବେଶୀ ଘନୀଭୂତ ହେବନାହିଁ । ସେପଟେ ଓଡିଶା ଓ ଝାଡଖଣ୍ଡ ଉପରେ ସକ୍ରିୟ ଥିବା ଲଘୁଚାପ ଦୁର୍ବଳ ହୋଇ ବୁଧବାର ମଧ୍ୟ ପ୍ରଦେଶ ଓ ଉତ୍ତର ପ୍ରଦେଶ ଆଡକୁ ଗତି କରିଛି ।

ତେବେ ଏହାର ପ୍ରଭାବରେ ରାଜ୍ୟରେ ବର୍ଷା ଜାରି ରହିଛି । ଆଜି ପାଇଁ ୬ ଜିଲ୍ଲା, ସୁନ୍ଦରଗଡ଼, ସମ୍ବଲପୁର, ଝାରସୁଗୁଡା, କୋରାପୁଟ, ସୋନପୁର, ବରଗଡ ଓ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ରହିଛି । ରାଜ୍ୟରେ ଆହୁରି ୩ ଦିନ ପ୍ରବଳ ବର୍ଷା ନେଇ ଚେତାବନୀ ଜାରି ହୋଇଛି । ଗୋଟିଏ ଲଘୁଚାପର ପ୍ରଭାବ ନକମୁଣୁ ସପ୍ତାହ ଶେଷରେ ପୁଣି ଏକ ଲଘୁଚାପ ସୃଷ୍ଟି ସମ୍ଭାବନା ରହିଛି ।
ତେବେ ଓଡିଶା ଉପରେ ଏହାର କଣ ପ୍ରଭାବ ରହିବ ତାହା ସ୍ପଷ୍ଟ ହୋଇନାହିଁ । ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଏବଂ ସକ୍ରିୟ ମୌସୁମୀ ପ୍ରଭାବରେ ରାଜ୍ୟରେ ବର୍ଷା ଜାରି ରହିଛି । ଆଉ ୫ ଦିନ ଯାଏଁ ବର୍ଷା ଲାଗି ରହିବ । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ସୁନ୍ଦରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, କୋରାପୁଟ, ସୋନପୁର, ବରଗଡ଼ ଓ କନ୍ଧମାଳ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ସେହିପରି ୧୧ ଜିଲ୍ଲାକୁ ଜାରି ହୋଇଛି ୟେଲୋ ୱାର୍ଣ୍ଣିଂ । ଆସନ୍ତାକାଲି ପାଇଁ ୫ ଜିଲ୍ଲାକୁ ରହିଛି ୟେଲୋ ଆଲର୍ଟ ।
