• About Us
  • Contact Us
Friday, February 6, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା; ଏବେ ପୁରୀ ପୌରପାଳିକା ହେବ ମହାନଗର ନିଗମ

by Voice of Victims
July 4, 2025
in ଆଞ୍ଚଳିକ ଖବର, ଆଧ୍ୟାତ୍ମିକ, ମୁଖ୍ୟ ଖବର
ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା; ଏବେ ପୁରୀ ପୌରପାଳିକା ହେବ ମହାନଗର ନିଗମ

ଭୁବନେଶ୍ବର: ରଥଯାତ୍ରା ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ପୁରୀ ପୌରପାଳିକାକୁ ମହାନଗର ନିଗମ ମାନ୍ୟତା ପ୍ରଦାନ କରିଛନ୍ତି। ଫଳରେ ଏଣିକି ଏହି ପ୍ରସିଦ୍ଧ ସହର ମହାନଗର ନିଗମ ହେବ। ଏଠାର କାଉନସିଲର କରପୋର୍ରେଟର ଏବଂ ମେୟର ରହିବେ। ଫଳରେ ପୁରୀ ପରି ଐତିହାସିକ ସହରଟିର ଉନ୍ନତି ହେବ ବୋଲି ଆଶା କରାଯାଉଛି।

ଏ ନେଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଏବେ ପବିତ୍ର ପୁରୀ ସହରରେ ମହାପ୍ରଭୁଙ୍କ ଘୋଷଯାତ୍ରା ଜାରି ରହିଛି। ବାହୁଡା ଯାତ୍ରା ପାଇଁ ମହାପ୍ରଭୁ ଆଜ୍ଞା ଦେଇସାରିଛନ୍ତି। ଏହି ଯାତ୍ରାକୁ ସୂଚାରୁ ରୂପେ ଏବଂ ସୁରକ୍ଷିତ ଢଙ୍ଗରେ ସଂପୂର୍ଣ୍ଣ କରିବା ପାଇଁ ଠାକୁରଙ୍କ ନିର୍ଦ୍ଦେଶରେ ସମସ୍ତେ ନିଜ ନିଜ ସେବା ପ୍ରଦାନ କରୁଛନ୍ତି।

ପୁରୀ ଜଗନ୍ନାଥ ଧାମ ସାରା ଭାରତର ସବୁ ଧର୍ମସ୍ଥଳୀ ଠାରୁ ଅନନ୍ୟ। ଏଠାରେ ଭକ୍ତ ଜାତି, ଧର୍ମ, ବର୍ଣ୍ଣ, ସମ୍ପ୍ରଦାୟ ନିର୍ବିଶେଷରେ ସମସ୍ତେ ଏକାକାର ହୋଇ ଯାଆନ୍ତି। ନବଦିନ ବ୍ୟାପ୍ତ ଏହି ପବିତ୍ର ଯାତ୍ରା ସମୟରେ  ବଡଦାଣ୍ଡରେ ଚାଲୁଥିବା ସବୁ ଭକ୍ତ ଜଣେ ଜଣେ ଦାସିଆ। ମୁଁ ବି ଏହି ଅସଂଖ୍ଯ ଜଗନ୍ନାଥ ଭକ୍ତଙ୍କ ମଧ୍ୟରୁ ଜଣେ ସାଧାରଣ ଭକ୍ତ।

ରାଜ୍ୟର ମୁଖ୍ୟ ସେବକ ଭାବେ ରାଜ୍ୟବାସୀ ଯେଉଁ ଗୁରୁ ଦାୟିତ୍ଵ ମୋତେ ଅର୍ପଣ କରିଛନ୍ତି, ସେଥି ମଧ୍ୟରୁ, ପୁରୀକୁ ଆସୁଥିବା ଲକ୍ଷ ଲକ୍ଷ ଭକ୍ତଙ୍କ ସହିତ ପୁରୀବାସୀଙ୍କୁ ଗୁଣାତ୍ମକ ମୌଳିକ ସୁବିଧା ପ୍ରଦାନ କରିବା। ମୁଁ ବ୍ୟକ୍ତିଗତ ଭାବେ ପୂର୍ବରୁ ଅନୁଭବ କରିଛି ଯେ କୌଣସି ନା କୌଣସି କାରଣରୁ ବର୍ତ୍ତମାନର ପୁରୀ ପୌରପାଳିକା ଉଭୟ ଭକ୍ତ ଏବଂ ସହରବାସୀଙ୍କ ଆଶା ଆକାଂକ୍ଷାକୁ ପୂରଣ କରିବାରେ ସମର୍ଥ ହୋଇନାହିଁ।

ଏହି ଲକ୍ଷ୍ୟ ହାସଲ କରିବା ପାଇଁ ସ୍ଥାନୀୟ ସ୍ଵାୟତ୍ତ ଶାସନ ପଦ୍ଧତିରେ ସଂସ୍କାର ଆଣିବାକୁ ପଡିବ। ବିଭିନ୍ନ ବିକାଶମୂଳକ କାର୍ଯ୍ୟକୁ ତଦାରଖ, ପୁନର୍ବିନ୍ୟାସ ଏବଂ ରକ୍ଷଣାବେକ୍ଷଣ କରିବା ପାଇଁ ନୂତନ ଢାଞ୍ଚାର ଆବଶ୍ୟକତା ରହିଛି। କ୍ରମ ବର୍ଦ୍ଧିଷ୍ଣୁ ଜନସଂଖ୍ୟା ସହିତ ବର୍ଷସାରା ସହରକୁ ଆସୁଥିବା ଭକ୍ତ ଏବଂ ପର୍ଯ୍ୟଟକଙ୍କୁ ଗୁଣାତ୍ମକ ସୁବିଧା ଯୋଗାଇବା ପାଇଁ ଆମ ସରକାର ପୁରୀ ପୌରପାଳିକାକୁ ମହାନଗର ନିଗମରେ ପରିଣତ କରିବା ପାଇଁ ନିଷ୍ପତ୍ତି ଗ୍ରହଣ କରିଛନ୍ତି।

ପୁରୀ ସହର ଏବଂ ଆଖପାଖ ଅବସ୍ଥିତ ଗ୍ରାମ ପଞ୍ଚାଯତକୁ ସାମିଲ କରି ପୁରୀ ମହାନଗର ନିଗମ ଗଠିତ ହେବ। ଏହା ଦ୍ଵାରା ପୁରୀ ସଦର ଏବଂ ବ୍ରହ୍ମଗିରି ବ୍ଲକର ପ୍ରାୟ ସାତରୁ ଆଠଗୋଟି ଗ୍ରାମ ପଞ୍ଚାୟତକୁ ସାମିଲ କରାଯିବ, ଯାହା ଫଳରେ ଏହି ପଞ୍ଚାୟତବାସୀ ସହର ପରି ସୁବିଧା ପାଇ ପାରିବେ। ଆସନ୍ତା କାଲି ଠାରୁ ଏହ ସମ୍ବନ୍ଧୀୟ ସମସ୍ତ ପ୍ରକ୍ରିୟା ଆରମ୍ଭ କରାଯିବ।

ପୁରୀକୁ ଦେଶର ସର୍ବଶ୍ରେଷ୍ଠ ଧର୍ମୀୟ ଓ ପର୍ଯ୍ୟଟନ ସ୍ଥଳ ଭାବେ ଗଢି ଗୋଳିବାକୁ ଆମ ସରକାର ବଦ୍ଧପରିକର। ଏଥିପାଇଁ ଅନେକ ନୂତନ ପ୍ରକଳ୍ପର ନିର୍ମାଣ ଏବଂ ରକ୍ଷଣା ବେକ୍ଷଣର ଅବଶ୍ୟକତା ରହିଛି। ୨୦୩୬ ସୁଦ୍ଧା ପୁରୀକୁ ଦେଶର ଏକ ମୁଖ୍ୟ ଧର୍ମୀୟ ଓ ପର୍ଯ୍ୟଟନ ସ୍ଥଳରେ ପରିଣତ କରିବାକୁ ସରକାର ଲକ୍ଷ୍ୟ ରଖିଛନ୍ତି। ଏକ ସୁନ୍ଦର, ସବୁଜ, ବିକଶିତ ପୁରୀ ସହର ବିନା ସମୃଦ୍ଧ ଓଡିଶାର ପରିକଳ୍ପନା ଅସମ୍ଭବ। ଆଜିର ଏହି ଘୋଷଣା ସରକାରଙ୍କ ଏହି ଭିଜନର ଏକ ଅଂଶ ବିଶେଷ।

Post Views: 103
Share200Tweet125Send
Voice of Victims

Voice of Victims

Recent Posts

  • ସଂସଦରେ କାଲି ମୋଦିଙ୍କ ଉପରକୁ ଆକ୍ରମଣ ହୋଇଥାନ୍ତା : ଲୋକସଭା ବାଚସ୍ପତି
  • ଅନୁରାଗ ଠାକୁରଙ୍କୁ ସୁପ୍ରିମକୋର୍ଟରୁ ଆଶ୍ବସ୍ତି, ବିସିସିଆଇ ସହିତ କରିପାରିବେ କାମ
  • ରାଷ୍ଟ୍ରୀୟ ପ୍ରତୀକ ବା ଚିହ୍ନକୁ ଅପବ୍ୟବହାର ନେଇ ଜନସ୍ବାର୍ଥ ମାମଲା, ରୋକିବାକୁ ହାଇକୋର୍ଟଙ୍କ କଡା ନିର୍ଦ୍ଦେଶ
  • ଆଇଏଏସ ସ୍ତରରେ ବଡ଼ ଅଦଳବଦଳ, ଅରବିନ୍ଦ ପାଢ଼ୀଙ୍କୁ ରାଜସ୍ବ ବିଭାଗର ଅତିରିକ୍ତ ଦାୟିତ୍ବ
  • ବିଶିଷ୍ଟ ସୀତାର ବାଦକ ଗୁରୁ ପଣ୍ଡିତ ରବି ଶଙ୍କର ପ୍ରଧାନଙ୍କୁ ଶ୍ରଦ୍ଧାସୁମନ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In