• About Us
  • Contact Us
Friday, February 6, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ଆଜି ପବିତ୍ର ହରିଶୟନ ଏକାଦଶୀ, ରହିଛି ବିଶେଷ ମହତ୍ତ୍ୱ

by Voice of Victims
July 6, 2025
in ଆଞ୍ଚଳିକ ଖବର, ଆଧ୍ୟାତ୍ମିକ, ମୁଖ୍ୟ ଖବର, ରାଜ୍ୟ
ଆଜି ପବିତ୍ର ହରିଶୟନ ଏକାଦଶୀ, ରହିଛି ବିଶେଷ ମହତ୍ତ୍ୱ

ପୁରୀ : ହିନ୍ଦୁ ଶାସ୍ତ୍ରରେ ହରିଶୟନ ଏକାଦଶୀର ଏକ ବିଶେଷ ମହତ୍ତ୍ୱ ରହିଛି । ଆଷାଢ଼ ମାସ ଶୁକ୍ଳପକ୍ଷ ଏକାଦଶୀର ନାମ ‘ହରିଶୟନ’ ବା ପଦ୍ମା ଏକାଦଶୀ । ଏହି ଦିନ ଠାରୁ ଚତୁର୍ମାସର ଆରମ୍ଭ ହୋଇଥାଏ । ଆଷାଢ଼ ମାସ ଶୁକ୍ଳ ପକ୍ଷ ଏକାଦଶୀ ଠାରୁ ଏହି ସମୟ ଆରମ୍ଭ ହୋଇ କାର୍ତ୍ତିକ ମାସ ଏକାଦଶୀ ତିଥି ପର୍ଯ୍ୟନ୍ତ ଚାଲିଥାଏ । ଏଣୁ ଆଷାଢ଼ ମାସ ଶୁକ୍ଳପକ୍ଷ ଏକାଦଶୀ ଠାରୁ କାର୍ତ୍ତିକ ମାସ ଶୁକ୍ଳପକ୍ଷ ଏକାଦଶୀ ପର୍ଯ୍ୟନ୍ତ ମନୁଷ୍ୟ ଉତ୍ତମ ରୂପେ ଧର୍ମ ଆଚରଣ କରିବା ଉଚିତ । ଯେଉଁ ମନୁଷ୍ୟ ଏହି ବ୍ରତର ଅନୁଷ୍ଠାନ କରେ ସେ ପରମଗତି ପ୍ରାପ୍ତ ହୁଏ । ତେଣୁ ଯତ୍ନପୂର୍ବକ ଏହି ଏକାଦଶୀ ବ୍ରତ କରିବା ଉଚିତ୍ ।

ଏକାଦଶୀ ରାତିରେ ଜାଗରଣ କରି ଶଙ୍ଖ, ଚକ୍ର ଓ ଗଦାଧାରୀ ଭଗବାନ ବିଷ୍ଣୁଙ୍କ ଭକ୍ତିପୂର୍ବକ ପୂଜା କରିବା ଉଚିତ । ଏହି ବ୍ରତ କରୁଥିବା ମନୁଷ୍ୟର ପୁଣ୍ୟର ଗଣନା କରିବାକୁ ସ୍ୱୟଂ ଚତୁର୍ମୁଖ ବ୍ରହ୍ମା ମଧ୍ୟ ଅସମର୍ଥ । ଯିଏ ଏହି ପ୍ରକାର ଭୋଗ ଓ ମୋକ୍ଷ ପ୍ରଦାନକାରୀ ସର୍ବପାପହାରୀ ଉତ୍ତମ ଏକାଦଶୀ ବ୍ରତ ପାଳନ କରେ ସେ ଜାତିରେ ଚଣ୍ଡାଳ ହୋଇଥିଲେ ମଧ୍ୟ ସଂସାରରେ ସର୍ବଦା ବିଷ୍ଣୁଙ୍କର ଅତି ପ୍ରିୟ ହୋଇ ରହେ । ଏହିଦିନ ଯେଉଁ ମନୁଷ୍ୟ ଦୀପଦାନ, ପଳାଶ ପତ୍ରରେ ଭୋଜନ ଏବଂ ବ୍ରତ କରି ଚତୁର୍ମାସ ଅତିବାହିତ କରେ ସେ ମଧ୍ୟ ବିଷ୍ଣୁଙ୍କର ଅତି ପ୍ରିୟ ।

ଚତୁର୍ମାସରେ ଭଗବାନ ବିଷ୍ଣୁ ଶୋଇ ରହନ୍ତି, ଏଥିପାଇଁ ମନୁଷ୍ୟ ଭୂମିରେ ଶୟନ କରିବା ଉଚିତ । ଶ୍ରାବଣ ମାସରେ ଶାଗ, ଭାଦ୍ରବ ମାସରେ ଦହି, ଆଶ୍ୱିନ ମାସରେ ଦୁଧ ଏବଂ କାର୍ତ୍ତିକ ମାସରେ ଡାଲି ତ୍ୟାଗ କରିବା ଉଚିତ । ଯିଏ ଚତୁର୍ମାସରେ ବ୍ରହ୍ମଚର୍ଯ୍ୟ ପାଳନ କରେ ସେ ପରମଗତି ପ୍ରାପ୍ତ ହୁଏ । ଏକାଦଶୀ ବ୍ରତଦ୍ୱାରା ହିଁ ମନୁଷ୍ୟ ସବୁ ପାପରୁ ମୁକ୍ତ ହୋଇଯାଏ । ଏଣୁ ସର୍ବଦା ଏହି ବ୍ରତ କରିବା ଉଚିତ । ‘ଶୟନ’ ଓ ‘ବୋଧିନୀ’ ଏକାଦଶୀ ମଧ୍ୟରେ ଯେଉଁ କୃଷ୍ଣପକ୍ଷୀୟ ଏକାଦଶୀମାନ ପଡ଼େ, ଗୃହସ୍ଥ ପାଇଁ କେବଳ ତାହା ହିଁ ବ୍ରତ ରଖିବା ଯୋଗ୍ୟ ।

ଅନ୍ୟ ମାସର କୃଷ୍ଣପକ୍ଷୀୟ ଏକାଦଶୀ ଗୃହସ୍ଥ ପାଇଁ ବ୍ରତ ରଖିବା ଯୋଗ୍ୟ ନୁହେଁ । ହିନ୍ଦୁ ଧର୍ମରେ ଏହି ମାସକୁ ତପସ୍ୟାର ମାସ ମଧ୍ୟ କୁହାଯାଏ । ବିଶ୍ୱାସ ରହିଛିଯେ ଏହି ଦିନ ଭଗବାନ ବିଷ୍ଣୁ ଗଭୀର ନିଦ୍ରାକୁ ଚାଲିଯାନ୍ତି । ଆଉ ଚାରି ମାସ ପରେ ଦେବୋଉଠାଣ ଏକାଦଶୀରେ ତାଙ୍କ ନିଦ ଭାଙ୍ଗିଥାଏ । ଶାସ୍ତ୍ର ଅନୁଯାୟୀ ଭଗବାନ ବିଷ୍ଣୁ ଯେତେ ଦିନ ଯାଏଁ ଶୁଅନ୍ତି ସେମଧ୍ୟରେ କୌଣସି ଶୁଭକାର୍ଯ୍ୟ କରାଯାଇନଥାଏ । ମାନ୍ୟତା ଅନୁସାରେ ଦେବଶୟନ ଏକାଦଶୀ ବ୍ରତ କରିବା ଦ୍ୱାରା ସବୁ ପାପ ନଷ୍ଟ ହୁଏ । ମନ ଶୁଦ୍ଧ ରହିବା ସହିତ ଅନେକ ରୋଗ ମଧ୍ୟ ଦୂର ହୋଇଥାଏ ।

Post Views: 79
Share199Tweet124Send
Voice of Victims

Voice of Victims

Recent Posts

  • ସଂସଦରେ କାଲି ମୋଦିଙ୍କ ଉପରକୁ ଆକ୍ରମଣ ହୋଇଥାନ୍ତା : ଲୋକସଭା ବାଚସ୍ପତି
  • ଅନୁରାଗ ଠାକୁରଙ୍କୁ ସୁପ୍ରିମକୋର୍ଟରୁ ଆଶ୍ବସ୍ତି, ବିସିସିଆଇ ସହିତ କରିପାରିବେ କାମ
  • ରାଷ୍ଟ୍ରୀୟ ପ୍ରତୀକ ବା ଚିହ୍ନକୁ ଅପବ୍ୟବହାର ନେଇ ଜନସ୍ବାର୍ଥ ମାମଲା, ରୋକିବାକୁ ହାଇକୋର୍ଟଙ୍କ କଡା ନିର୍ଦ୍ଦେଶ
  • ଆଇଏଏସ ସ୍ତରରେ ବଡ଼ ଅଦଳବଦଳ, ଅରବିନ୍ଦ ପାଢ଼ୀଙ୍କୁ ରାଜସ୍ବ ବିଭାଗର ଅତିରିକ୍ତ ଦାୟିତ୍ବ
  • ବିଶିଷ୍ଟ ସୀତାର ବାଦକ ଗୁରୁ ପଣ୍ଡିତ ରବି ଶଙ୍କର ପ୍ରଧାନଙ୍କୁ ଶ୍ରଦ୍ଧାସୁମନ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In