• About Us
  • Contact Us
Friday, April 3, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ଆଗାମୀ ୭ ଦିନ ପାଇଁ ପାଣିପାଗ ଅପଡେଟ୍, କେଉଁ ଜିଲ୍ଲାକୁ ବର୍ଷା ବିପଦ? 

by Voice of Victims
July 9, 2025
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ରାଜ୍ୟ
ସାରା ରାଜ୍ୟରେ ସକ୍ରିୟ ହେଲା ମୌସୁମୀ

ଭୁବନେଶ୍ୱର: ଆଗାମୀ ୭ ଦିନ ପାଇଁ ପାଣିପାଗ ସ୍ଥିତି ପୂର୍ବାନୁମାନ କରି ପ୍ରେସ୍ ରିଲିଜ୍ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ମଧ୍ୟାହ୍ନ/ସନ୍ଧ୍ୟା ସମୟରେ ରାଜ୍ୟର ଅନେକ ସ୍ଥାନରେ ପ୍ରବଳ ବର୍ଷା, ଘଡ଼ଘଡ଼ି ସହ କାଳବୈଶାଖୀର ସମ୍ଭାବନା ରହିଛି । ତେଣୁ ବିଭିନ୍ନ ଜିଲ୍ଲାକୁ ଏହି ସମୟରେ ସତର୍କ ରହିବାକୁ ପରାମର୍ଶ ଦେଇଛି ପାଣିପାଗ କେନ୍ଦ୍ର ।

ଆସନ୍ତାକାଲି ଅର୍ଥାତ୍ ଜୁଲାଇ ୧୦ ତାରିଖ ପାଇଁ କିଛି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରି ସତର୍କ କରିଛି ପାଣିପାଗ କେନ୍ଦ୍ର । ଏହି ଜିଲ୍ଲା ଗୁଡ଼ିକ ହେଉଛି-: ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଜପତି ଓ ଗଞ୍ଜାମ । ଏହିସବୁ ଜିଲ୍ଲା ଗୁଡ଼ିକର ଗୋଟିଏ କିମ୍ବା ୨ଟି ସ୍ଥାନରେ ପ୍ରବଳ ବର୍ଷା, ଘଡ଼ଘଡ଼ି ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି ।

ଜୁଲାଇ ୧୧ ତାରିଖ ପାଇଁ ମଧ୍ୟ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର । ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତି ଭଳି ଜିଲ୍ଲା ଗୁଡ଼ିକୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି । ମଧ୍ୟାହ୍ନ/ସନ୍ଧ୍ୟା ସମୟରେ ଏହିସବୁ ଜିଲ୍ଲା ଗୁଡ଼ିକର ଗୋଟିଏ କିମ୍ବା ୨ଟି ସ୍ଥାନରେ ଘଡ଼ଘଡ଼ି ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

ଜୁଲାଇ ୧୨ ଓ ୧୩ ତାରିଖ ପାଇଁ ଅନେକ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, ମୟୂରଭଞ୍ଜ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତି ଭଳି ଜିଲ୍ଲାକୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି । ଏହିସବୁ ଜିଲ୍ଲାର ଗୋଟିଏ କିମ୍ବା ୨ଟି ସ୍ଥାନରେ ହାଲୁକା ବର୍ଷା ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି ।

ସେହିପରି ଜୁଲାଇ ୧୪ ତାରିଖରେ ମଧ୍ୟ ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତି ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର । ଏହିସବୁ ଜିଲ୍ଲାର ଗୋଟିଏ କିମ୍ବା ୨ଟି ସ୍ଥାନରେ ପ୍ରବଳ ବର୍ଷା, ବଜ୍ରପାତ ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି । ଜୁଲାଇ ୧୫ ଓ ୧୬ ତାରିଖରେ ରାଜ୍ୟର ଗୋଟିଏ କିମ୍ବା ୨ଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବାବେଳେ ଜୁଲାଇ ୧୭ରୁ ୧୯ ତାରିଖ ଯାଏଁ ପାଗରେ କୌଣସି ବଡ଼ ପରିବର୍ତ୍ତନ ନହୋଇପାରେ ବୋଲି ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । 

Post Views: 53
Share198Tweet124Send
Voice of Victims

Voice of Victims

Recent Posts

  • ଖରାକୁ ଦେଖି ରାଜ୍ୟ ସରକାରଙ୍କ ବଡ଼ ନିର୍ଦ୍ଦେଶ, ଆସନ୍ତା କାଲିଠାରୁ ରାଜ୍ୟରେ ସକାଳୁଆ ସ୍କୁଲ
  • ରଣପୁରରେ ଜନଗଣନା ତାଲିମ ଶିବିର ଶେଷ, ୧୯୮ ଜଣଙ୍କୁ ପ୍ରଶିକ୍ଷଣ
  • ରଣପୁରର ବିଭିନ୍ନ ସ୍ଥାନରେ ଗ୍ୟାସ କଳାବଜାରୀ ଉପରେ ଚଢ଼ାଉ
  • ଉତ୍କଳ ଦିବସ ଅବସରରେ ରକ୍ତଦାନ ଶିବିର, ସଂଗ୍ରହ ହେଲା ୧୩୭ ୟୁନିଟ ରକ୍ତ
  • ରାଜ୍ୟରେ ବନ୍ଦ ହେବ LPG, ମିଳିବ PNG ; ମାସେ ଭିତରେ ସାରା ରାଜ୍ୟରେ ଲାଗୁହେବ ନିୟମ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In