• About Us
  • Contact Us
Wednesday, August 12, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି, ଭୁବନେଶ୍ବର ଓ କଟକରେ ବିଭିନ୍ନ କାର୍ଯ୍ୟକ୍ରମରେ ଦେବେ ଯୋଗ

by Voice of Victims
July 10, 2025
in ଆଞ୍ଚଳିକ ଖବର, ମୁଖ୍ୟ ଖବର
ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି, ଭୁବନେଶ୍ବର ଓ କଟକରେ ବିଭିନ୍ନ କାର୍ଯ୍ୟକ୍ରମରେ ଦେବେ ଯୋଗ

ଭୁବନେଶ୍ୱର : ଆସୁଛନ୍ତି ରାଷ୍ଟ୍ରପତି ।  ଆସନ୍ତା ୧୪ ଓ ୧୫ରେ ଦୁଇ ଦିନ ପାଇଁ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ରାଷ୍ଟ୍ରପତିଙ୍କ ଗସ୍ତ ପ୍ରସ୍ତୁତି ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ରାଜ୍ୟସ୍କରୀୟ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଜୁଲାଇ ୧୪ ଅପରାହ୍ମରେ ନୂଆଦିଲ୍ଲୀରୁ ସ୍ବତନ୍ତ୍ର ବାୟୁସେନା ବିମାନରେ ଆସି ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିବେ ଦ୍ରୌପଦୀ ମୁର୍ମୁ । ୨ ଦିନ ଧରି ଭୁବନେଶ୍ବର ଓ କଟକରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ ।

ଜୁଲାଇ ୧୪ ତାରିଖ ସନ୍ଧ୍ୟାରେ ରାଷ୍ଟ୍ରପତି ଏମ୍ସ ଭୁବନେଶ୍ୱରର ପଞ୍ଚମ ସମାବର୍ତ୍ତନ ସମାରୋହରେ ଯୋଗଦେବେ ଏବଂ ଜୁଲାଇ ୧୫ ତାରିଖ ପୂର୍ବାହ୍ନରେ ରେଭେନ୍ସା ବିଶ୍ୱ ବିଦ୍ୟାଳୟର ତ୍ରୟୋଦଶ ବାର୍ଷିକ ସମାବର୍ତ୍ତନ ଉତ୍ସବରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି ।   ପରେ ପରେ ସେ କଟକ ରେଭେନ୍ସା ବାଳିକା ଉଚ୍ଚ ବିଦ୍ୟାଳୟ ଉନ୍ନତିକରଣ କାର୍ଯ୍ୟର ଭିତ୍ତିପ୍ରସ୍ତର ସ୍ଥାପନ କରିବେ ।

ସେହିପରି ଜୁଲାଇ ୧୫ ତାରିଖ ଅପରାହ୍ଣରେ ରାଷ୍ଟ୍ରପତି ମୁର୍ମୁ କଟକ ତୁଳସୀପୁର ବିଜୁ ପଟ୍ଟନାୟକ ଛକ ସ୍ଥିତ ଶାରଳା ଭବନ ଯାଇ ଆଦିକବି ଶାରଳା ଦାସଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିବା ସହ ଶାରଳା ସାହିତ୍ୟ ସଂସଦ ପକ୍ଷରୁ ଆୟୋଜିତ ଆଦିକବି ଶାରଳା ଦାସଙ୍କ ୬୦୦ତମ ଜୟନ୍ତୀରେ ମୁଖ୍ୟ ଅତିଥି ଭାବେ ଯୋଗଦାନ କରି କଳିଙ୍ଗ ରତ୍ନ ପୁରସ୍କାର-୨୦୨୪’’ ପ୍ରଦାନ କରିବେ ।  ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୧୪ ତାରିଖ ଅପରାହ୍ଣରେ ନୂଆଦିଲ୍ଲୀରୁ ସ୍ୱତନ୍ତ୍ର ବାୟୁସେନା ବିମାନ ଯୋଗେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବେ ଏବଂ ୨ ଦିନ ଧରି ଭୁବନେଶ୍ୱର ସମେତ କଟକରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦାନ କରି ଜୁଲାଇ ୧୫ ତାରିଖ ସଂଧ୍ୟାରେ ନୂଆଦିଲ୍ଲୀ ପ୍ରତ୍ୟାବର୍ତ୍ତନ କରିବେ ।

Post Views: 173
Share199Tweet124Send
Voice of Victims

Voice of Victims

Recent Posts

  • ଓଡ଼ିଶାର ସ୍ୱାସ୍ଥ୍ୟସେବା ଭିତ୍ତିଭୂମି ଉନ୍ନତିକରଣ ଲାଗି ୩.୧୦ କୋଟି ଯୋଗାଇ ଦେଲେ ଅଶ୍ୱିନୀ ବୈଷ୍ଣବ
  • ଦିଲ୍ଲୀରେ ଖୁବ୍ ଶୀଘ୍ର ‘ଜନ୍ତର ମନ୍ତର ସିଜିନ୍ ୨’!
  • ରେମୁଣାରେ “ତ୍ରୀରଙ୍ଗା ପଦଯାତ୍ରା” ଅନୁଷ୍ଠିତ
  • ଟାଟା ସନ୍ସ ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଲେ ଏନ୍. ଚନ୍ଦ୍ରଶେଖର, ୨୦୨୭ ରେ ସରିବ କାର୍ଯ୍ୟକାଳ
  • “ମୁଁ ସମସ୍ତ ପ୍ରଶ୍ନର ଉତ୍ତର ଦେବି”: ବିରୋଧୀଙ୍କ ହଟ୍ଟଗୋଳ ଉପରେ ଅମିତ ଶାହଙ୍କ ପ୍ରଥମ ପ୍ରତିକ୍ରିୟା

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In