• About Us
  • Contact Us
Monday, April 6, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ବିଶ୍ୱବିଦ୍ୟାଳୟ ଓ ମହାବିଦ୍ୟାଳୟ କ୍ୟାମ୍ପସରେ ମହିଳା ସହାୟତା ନମ୍ବର ୧୮୧ ପ୍ରଦର୍ଶନ ପାଇଁ ଚିଠି ଜାରି କଲା ଉଚ୍ଚଶିକ୍ଷା ବିଭାଗ

by Voice of Victims
July 18, 2025
in ଆଞ୍ଚଳିକ ଖବର, ମୁଖ୍ୟ ଖବର
ବିଶ୍ୱବିଦ୍ୟାଳୟ ଓ ମହାବିଦ୍ୟାଳୟ କ୍ୟାମ୍ପସରେ ମହିଳା ସହାୟତା ନମ୍ବର ୧୮୧ ପ୍ରଦର୍ଶନ ପାଇଁ ଚିଠି ଜାରି କଲା ଉଚ୍ଚଶିକ୍ଷା ବିଭାଗ

ଭୁବନେଶ୍ୱର : ଉଚ୍ଚଶିକ୍ଷା ବିଭାଗ ଅଧୀନରେ ରହିଥିବା ସମସ୍ତ ବିଶ୍ୱବିଦ୍ୟାଳୟ, ସରକାରୀ ମହାବିଦ୍ୟାଳୟ, ଅନୁଦାନ ପ୍ରାପ୍ତ ମହାବିଦ୍ୟାଳୟ ଓ ବେସରକାରୀ ମହାବିଦ୍ୟାଳୟ କ୍ୟାମ୍ପସ ପରିସରରେ ରହିଥିବା ପ୍ରମୁଖ ସ୍ଥାନମାନଙ୍କରେ ମହିଳା ସହାୟତା ନମ୍ବର ୧୮୧ ପ୍ରଦର୍ଶନ କରିବାକୁ  ସମସ୍ତ ରେଜିଷ୍ଟାର ଓ ଅଧ୍ୟକ୍ଷମାନଙ୍କୁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଚିଠି କରାଯାଇଛି।

ଏଥିସହ କାର୍ଯ୍ୟସ୍ଥଳରେ ମହିଳାଙ୍କ ଯୌନ ଉତ୍ପୀଡନ (ନିବାରଣ, ନିଷେଧ ଓ ପ୍ରତିକାର ) ଅଧିନିୟମ, ୨୦୧୩ (POSH Act, 2013) ଏବଂ ଏହି ସମ୍ବନ୍ଧରେ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ ପକ୍ଷରୁ ଜାରି ହୋଇଥିବା ନିର୍ଦ୍ଦେଶାବଳୀକୁ ବିଶ୍ୱବିଦ୍ୟାଳୟ ଓ ମହାବିଦ୍ୟାଳୟରେ କଡ଼ାକଡ଼ି ଭାବେ ପାଳନ କରିବା ସହ  ଏହି ସମ୍ବନ୍ଧୀୟ ସଚେତନତା କର୍ମଶାଳା ଆୟୋଜନ କରିବାକୁ  ମଧ୍ୟ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି ।

ଉକ୍ତ କର୍ମଶାଳାରେ ବିଶ୍ୱବିଦ୍ୟାଳୟ ଓ ମହାବିଦ୍ୟାଳୟର ସମସ୍ତ ଛାତ୍ରଛାତ୍ରୀ, ଶିକ୍ଷକ ଓ ଅଣଶିକ୍ଷକ କର୍ମଚାରୀ, ଆଭ୍ୟନ୍ତରୀଣ ଅଭିଯୋଗ କମିଟିର ସଦସ୍ୟମାନେ ଯୋଗଦେବେ । ଏଥିସହ  POSH Act, 2013 ର ନିୟମାବଳୀକୁ କଡ଼ାକଡ଼ି ଭାବେ ପାଳନ କରିବା ପାଇଁ ମଧ୍ୟ ଶପଥ ନେବେ । 

କର୍ମଶାଳା ଆୟୋଜନର ସବିସ୍ତୃତ ବିବରଣୀ ଆସନ୍ତା ୩ ଦିନ ମଧ୍ୟରେ ଉଚ୍ଚଶିକ୍ଷା ବିଭାଗକୁ ପ୍ରଦାନ କରିବା ନିମନ୍ତେ ଚିଠିରେ ଉଲ୍ଲେଖ କରାଯାଇଛି ।

Post Views: 43
Share199Tweet124Send
Voice of Victims

Voice of Victims

Recent Posts

  • ଆମେରିକା ଯୁଦ୍ଧ ବିମାନକୁ ଖସାଇବା ପରେ ଇରାନର ଘୋଷଣା, ପାଇଲଟକୁ ଧରାଇଲେ ମିଳିବ ୫୫ ଲକ୍ଷ ଟଙ୍କା
  • ଭାରତକୁ ପାକିସ୍ତାନର ଧମକ, ଦୁଃସାହସ କଲେ ଆମେ କୋଲକାତା ପର୍ଯ୍ୟନ୍ତ ଆକ୍ରମଣ କରିବୁ
  • ଆଜିଠୁ ରାଜ୍ୟରେ ବଢ଼ିବ କାଳବୈଶାଖୀ ପ୍ରଭାବ, ୮ ତାରିଖ ଯାଏ କାଳବୈଶାଖୀ ସମ୍ଭାବନା
  • ‘ସ୍ୱ-ଗଣନା’ ପ୍ରକ୍ରିୟାରେ ଭାଗ ନେଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ
  • ଏଣିକି e-KYC ବିନା ମିଳିବନି ସିଲିଣ୍ଡର, ଓଡ଼ିଶାରେ ଗ୍ୟାସ ଗ୍ରାହକଙ୍କ ପାଇଁ ବଡ଼ ନିୟମ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In