• About Us
  • Contact Us
Monday, April 6, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ପୁଣି ଆସୁଛି ବଡ଼ ବର୍ଷା: ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ

by Voice of Victims
July 19, 2025
in ଆଞ୍ଚଳିକ ଖବର, ମୁଖ୍ୟ ଖବର
ସାରା ରାଜ୍ୟରେ ସକ୍ରିୟ ହେଲା ମୌସୁମୀ

ଭୁବନେଶ୍ଵର: ପୁଣି ଆସୁଛି ବଡ଼ ବର୍ଷା । ଗୋଟିଏ ଲଘୁଚାପ ପ୍ରଭାବ ନସରୁଣୁ ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଆଉଏକ ଲଘୁଚାପ । ଆସନ୍ତା ୨୨ରୁ ୨୪ ତାରିଖ ମଧ୍ଯରେ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା ରହିଛି । ଫଳରେ ୨୩ ତାରିଖରୁ ରାଜ୍ୟରେ ବର୍ଷା ପରିମାଣ ବଢିବ।

୨୬ ତାରିଖ ଯାଏଁ ରହିବ ବର୍ଷାର ପ୍ରଭାବ। ୨୪ ଓ ୨୫ ତାରିଖରେ ଲଘୁଚାପରେ ରହିବ ଅଧିକ ପ୍ରଭାବ। ଲଘୁଚାପଟି ଉତ୍ତର ବଙ୍ଗୋପସାଗର ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ସୃଷ୍ଟି ହେବ। ପରବର୍ତ୍ତୀ ସମୟରେ ଅଧିକ ଘନୀଭୂତ ହୋଇ ଅବପାତରେ ପରିଣତ ହୋଇପାରେ। ଏହା ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତି କରିବାକୁ ଥିବାରୁ ଉତ୍ତର ଓଡ଼ିଶାରେ ବର୍ଷାର ପ୍ରଭାବ ଅଧିକ ରହିବ ବୋଲି ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର ।

୨୨ ତାରିଖ ପର୍ଯ୍ୟନ୍ତ କିଛି ଉପକୂଳ ଜିଲ୍ଲାକୁ ଛାଡ଼ି ଆଭ୍ଯନ୍ତରୀଣ, ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାର ସବୁ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ବିଭିନ୍ନ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି । ଆଜି ଦକ୍ଷିଣ ଓଡିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଆଭ୍ୟନ୍ତରୀଣ ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ ।

୧୯ ତାରିଖରେ ୨୦ ଜିଲ୍ଲାରେ ପ୍ରବଳ ବର୍ଷାର ଆଶଙ୍କା ଥିବା ବେଳେ ଆସନ୍ତା ୨୩ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ସମ୍ଭାବନା ଥିବା ବେଳେ ପୁଣି ଆସନ୍ତା ୨୪ତାରିଖ ବେଳକୁ ଆସୁଛି ଆଉଏକ ଲଘୁଚାପ ।

Post Views: 53
Share199Tweet124Send
Voice of Victims

Voice of Victims

Recent Posts

  • ଆମେରିକା ଯୁଦ୍ଧ ବିମାନକୁ ଖସାଇବା ପରେ ଇରାନର ଘୋଷଣା, ପାଇଲଟକୁ ଧରାଇଲେ ମିଳିବ ୫୫ ଲକ୍ଷ ଟଙ୍କା
  • ଭାରତକୁ ପାକିସ୍ତାନର ଧମକ, ଦୁଃସାହସ କଲେ ଆମେ କୋଲକାତା ପର୍ଯ୍ୟନ୍ତ ଆକ୍ରମଣ କରିବୁ
  • ଆଜିଠୁ ରାଜ୍ୟରେ ବଢ଼ିବ କାଳବୈଶାଖୀ ପ୍ରଭାବ, ୮ ତାରିଖ ଯାଏ କାଳବୈଶାଖୀ ସମ୍ଭାବନା
  • ‘ସ୍ୱ-ଗଣନା’ ପ୍ରକ୍ରିୟାରେ ଭାଗ ନେଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ
  • ଏଣିକି e-KYC ବିନା ମିଳିବନି ସିଲିଣ୍ଡର, ଓଡ଼ିଶାରେ ଗ୍ୟାସ ଗ୍ରାହକଙ୍କ ପାଇଁ ବଡ଼ ନିୟମ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In