• About Us
  • Contact Us
Friday, May 8, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ଆସନ୍ତାକାଲି ଚିତାଲାଗି ଅମାବାସ୍ୟା, ୪ ଘଣ୍ଟା ବନ୍ଦ ରହିବ ଶ୍ରୀମନ୍ଦିର

by Voice of Victims
July 23, 2025
in ଆଞ୍ଚଳିକ ଖବର, ଆଧ୍ୟାତ୍ମିକ, ମୁଖ୍ୟ ଖବର
ଆଜିଠାରୁ ଶ୍ରୀମନ୍ଦିରରେ ପହିଲି ଭୋଗ

ପୁରୀ : ଆସନ୍ତାକାଲି ଚିତାଲାଗି ଅମାବାସ୍ୟା ଏଥିପାଇଁ ୪ ଘଣ୍ଟା ବନ୍ଦ ରହିବ ଶ୍ରୀମନ୍ଦିର । ଶ୍ରୀବିଗ୍ରହଙ୍କ ଚିତାଲାଗି ନୀତି କାରଣରୁ ସାଧାରଣ ଦର୍ଶନ ବନ୍ଦ ରହିବ । ଅପରାହ୍ଣ ୨ଟା ୩୦ରୁ ସଂଧ୍ୟା ୬ଟା ୩୦ ପର୍ଯ୍ୟନ୍ତ ଦର୍ଶନ ବନ୍ଦ ରହିବ । ଆସନ୍ତାକାଲି ମହାପ୍ରଭୁଙ୍କ ମସ୍ତକରେ ସୁବର୍ଣ୍ଣ ଚିତା ଲାଗି ହେବ। ଭୋଗ ମଣ୍ଡପ ଶେଷ ପରେ ଠାକୁରଙ୍କ ଏହି ସ୍ୱତନ୍ତ୍ର ନୀତି ହେବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ମିଳିଛି ।

ଶ୍ରାବଣ ମାସର ଚିତାଲାଗି ଅମାବାସ୍ୟା ତିଥିରେ ପରମ୍ପରା ଅନୁସାରେ ଦଇତାପତିମାନେ ମହାପ୍ରଭୁଙ୍କ ମସ୍ତକରୁ ସ୍ନାନପୂର୍ଣ୍ଣିମା ଦିନ ଖୋଲାଯାଇଥିବା ରତ୍ନ ଚିତାକୁ ଦଇତାପତିମାନେ ଏହି ଦିନ ଲଗାଇଥାନ୍ତି । ଜଗନ୍ନାଥଙ୍କୁ ଶୁଭ୍ର ହୀରା ,ବଳଭଦ୍ରଙ୍କୁ ନୀଳା ଓ ସୁଭଦ୍ରାଙ୍କୁ ଦୁର୍ମୂଲ୍ୟ ପାନ୍ନା ଖଚିତ ରତ୍ନଚିତା ଲାଗି ହେବ ।

ଖବର ଅନୁଯାୟୀ, ସ୍ନାନପୂର୍ଣ୍ଣମୀରେ ଅତ୍ୟଧିକ ସ୍ନାନ ହେତୁ ମହାପ୍ରଭୁ ଅଣସର ପିଣ୍ଡିରେ ଜ୍ବରରେ ପୀଡିତ ହୋଇପଡିଥିବା ବେଳେ ସୁବର୍ଣ୍ଣ ଖଚିତ ଚିତାକୁ କାଢ଼ି ଦିଆଯାଇଥିଲା । ସେହି ଚିତାକୁ ଭଣ୍ଡାର ଘରେ ସୁରକ୍ଷିତ ରଖାଯାଇଥିବା ବେଳେ ଆଜି ଅମାବାସ୍ୟା ତିଥିରେ ଭଣ୍ଡାର ଘରୁ ଅଣାଯାଇ ମହାପ୍ରଭୁଙ୍କ ଶ୍ରୀମସ୍ତକରେ ଲାଗି କରାଯିବ ।

ଏହା ଗୁପ୍ତ ନୀତି ହୋଇଥିବାରୁ ଶ୍ରୀମନ୍ଦିରରେ ପ୍ରଥମ ଭୋଗମଣ୍ଡପ ନୀତି ପରେ ଆପାତଃ ଦିନ ୨ଟା ୩୦ ରୁ ସନ୍ଧ୍ୟା ୬ଟା ୩୦ମଧ୍ୟରେ ଚିତା ଲାଗି କରାଯିବ । ଏହି ସମୟରେ ସାଧାରଣ ଦର୍ଶନ ପ୍ରାୟ ୪ ଘଣ୍ଟା ଧରି ବନ୍ଦ ରହିବା ନେଇ ଶ୍ରୀମନ୍ଦିର ପ୍ରଶାସନ ତରଫରୁ ସୂଚନା ଦିଆଯାଇଛି । ତେବେ ଏହି ସମୟରେ ପାର୍ଶ୍ବ ଦେବଦେବୀଙ୍କୁ ଦର୍ଶନ କରି ପାରିବେ ଭକ୍ତ ।

Post Views: 104
Share198Tweet124Send
Voice of Victims

Voice of Victims

Recent Posts

  • ବେଙ୍ଗଲରେ ପରାଜୟ ପରେ ମମତାଙ୍କୁ ଭେଟିଲେ ଅଖିଳେଶ, ବଢାଇଲେ ମନୋବଳ
  • ବିଜେପି ସରକାର ଓଡ଼ିଶା ପାଇଁ ବଡ଼ ବୋଝ କହିଲେ ନବୀନ
  • ଶେଷ ହେଲା ତାମିଲନାଡୁ ସସ୍ପେନ୍ସ!: ‘ବିଜୟ’ ସରକାର ପାଇଁ ସବୁଜ ସଙ୍କେତ ଦେଲେ ରାଜ୍ୟପାଳ
  • ନାବାଳକଙ୍କୁ ଥାନାରେ ଅଟକ ମାମଲାରେ ଭଦ୍ରକ ଏସ୍‌ପିଙ୍କୁ ହାଜର ନିର୍ଦେଶ ଦେଲେ ହାଇ କୋର୍ଟ
  • ଆଜିବି ବର୍ଷିବ, ପୂରା ଓଡ଼ିଶାକୁ ଜାରି ହୋଇଛି ୟେଲୋ ଆଲର୍ଟ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In