• About Us
  • Contact Us
Thursday, April 2, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ମୁଖ୍ୟ ଖବର

ଲୋକସେବା ଭବନରେ ଓଡ଼ିଶା ଟେକ୍ସର ଶୁଭାରମ୍ଭ, ୬ଟି ଟେକ୍ସଟାଇଲ୍ ପାର୍କର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

by Voice of Victims
July 25, 2025
in ମୁଖ୍ୟ ଖବର, ରାଜ୍ୟ
ଲୋକସେବା ଭବନରେ ଓଡ଼ିଶା ଟେକ୍ସର ଶୁଭାରମ୍ଭ, ୬ଟି ଟେକ୍ସଟାଇଲ୍ ପାର୍କର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଟେକ୍ସଟାଇଲ ଶିଳ୍ପର ବିକାଶ ପାଇଁ ରାଜ୍ୟ ସରକାରଙ୍କ ବଡ଼ ପଦକ୍ଷେପ । ଲୋକସେବା ଭବନ କନଭେନସନ ହଲ୍‌ରେ ଶୁଭାରମ୍ଭ ହେଲେ ‘ଓଡ଼ିଶା ଟେକ୍ସ ୨୦୨୫’ । ଏହି ଶିଳ୍ପ ସମ୍ମିଳନୀକୁ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ତାଙ୍କ ସହ ଶିଳ୍ପ ମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ୱାଇଁ ଓ ସମବାୟ ମନ୍ତ୍ରୀ ପ୍ରଦୀପ ବଳସାମନ୍ତ ଉପସ୍ଥିତ ରହିଛନ୍ତି । ଏହି କାର୍ଯ୍ୟକ୍ରମରେ ୩୦୦ରୁ ଅଧିକ ଶିଳ୍ପପତି ଯୋଗ ଦେଇଛନ୍ତି ।

ଟେକ୍ସାଟାଇଲ ଇଣ୍ଡଷ୍ଟ୍ରି କ୍ଷେତ୍ରରେ କାର୍ଯ୍ୟରତ କର୍ମଚାରୀଙ୍କ ମଜୁରୀ ରିହାତି ମାସକୁ ଏକ ହଜାର ଟଙ୍କା ବୃଦ୍ଧି କରାଯାଇଛି। ଏହା ଦ୍ୱାରା ମହିଳା କର୍ମଚାରୀଙ୍କୁ ମାସକୁ ୬ ହଜାର ଟଙ୍କା ବଦଳରେ ୭ ହଜାର ଏବଂ ପୁରୁଷ କର୍ମଚାରୀଙ୍କୁ ମାସକୁ  ୫ ହଜାର ବଦଳରେ ୬ ହଜାର ଟଙ୍କା ପ୍ରଦାନ କରାଯିବ ।  ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନ କନ୍‌ଭେନ୍‌ସନ୍‌ ସେଣ୍ଟରରେ ଅନୁଷ୍ଠିତ ଓଡିଶା ଟେକ୍ସଟାଇଲ କନ୍‌କ୍ଲେଭ୍‌ରେ ଏହା ଘୋଷଣା କହିଛନ୍ତି। ଏହାସହିତ ମୁଖ୍ୟମନ୍ତ୍ରୀ ଜଗତସିଂହପୁର ଏବଂ ଭଦ୍ରକ ଠାରେ ଦୁଇଟି ଟେକ୍ସଟାଇଲ ଓ ଫୁଟ୍‌ୱିୟର ପାର୍କର ଲୋକାର୍ପଣ କରିଥିଲେ।

ଆଜି ଭୁବନେଶ୍ୱର ଠାରେ ଅନୁଷ୍ଠିତ ଓ-ଟେକ୍ସ ୨୦୨୫ ହେଉଛି ରାଜ୍ୟର ପ୍ରଥମ ଟେକ୍ସଟାଇଲ ଓ ଆପାରେଲ କନ୍‌କ୍ଲେଭ୍। ଆଜିର କନ୍‌କ୍ଲେଭ୍‌ରେ ୧୬୦ରୁ ଅଧିକ ବୃହତ ଓ ନୂତନ ଉଦ୍ୟୋଗୀ ଯୋଗଦେଇଥିଲେ। ବିଶ୍ୱର ନାମୀଦାମୀ ବ୍ରାଣ୍ଡ Page Industries, First Step Baby Wear, KPR Mills, Sportking, Adarsh Knitwear, Anubhav Apparels, Bon & Co., and B.L. ପ୍ରମୁଖ ଏହି କନ୍‌କ୍ଲେଭ୍‌ରେ ଅଂଶଗ୍ରହଣ କରିଥିଲେ ଓ ଦେଶର ବୟନ ଓ ପୋଷାକ ଶିଳ୍ପକ୍ଷେତ୍ରର ପ୍ରାୟ ସମସ୍ତ ଶିଳ୍ପପତି ଉପସ୍ଥିତ ଥିଲେ। ଏହା ପୂର୍ବଭାରତର ସର୍ବବୃହତ ଟେକ୍ସଟାଇଲ କନ୍‌କ୍ଲେଭ୍ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ମୁଖ୍ୟମନ୍ତ୍ରୀ ରାଜ୍ୟର ସମସ୍ତ ସରକାରୀ କର୍ମଚାରୀମାନଙ୍କୁ ସପ୍ତାହକୁ ଯେକୌଣସି ଗୋଟିଏ ଦିନ ହସ୍ତତନ୍ତ ପ୍ରସ୍ତୁତ ପୋଷାକ ପରିଧାନ କରିବା ପାଇଁ ଆହ୍ୱାନ ଦେଇଥିଲେ।  ଏହି କନ୍‌କ୍ଲେଭ୍‌ରେ ମୋଟ୍ ୩୩ଟି ଏମ୍‌ଓୟୁ ସ୍ୱାକ୍ଷରିତ ହୋଇଥିବା ବେଳେ, ୭୮୦୮ କୋଟି ଟଙ୍କାର ପୁଞ୍ଜିନିବେଶ ପ୍ରତିଶ୍ରୁତି ଆସିଛି। ଏହା କାର୍ଯ୍ୟକାରୀ ହେବା ଦ୍ୱାରା ରାଜ୍ୟରେ ୫୩,୩୦୦ ଟି ନିଯୁକ୍ତି ସୁଯୋଗ ସୃଷ୍ଟିହେବ। ଏହା ସହିତ ପ୍ରତିବର୍ଷ ଏହି କନକ୍ଲେଭ ଆୟୋଜନ କରିବା ନେଇ ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ୬ ଗୋଟି ଟେକ୍ସଟାଇଲ୍ ଓ ଆପାରେଲ୍ ପାର୍କର ଉଦଘାଟନ କରିଛନ୍ତି ।  ଏହାସହ ଏକାଧିକ ଏମଓୟୁ ସ୍ବାକ୍ଷରିତ ହୋଇଛି । ଯାହାଦ୍ୱାରା ୧୦ ହଜାର କୋଟି ଟଙ୍କାର ପୁଞ୍ଜି ନିବେଶ ଆସିବା ସହିତ ୨୫ ହଜାରରୁ ଅଧିକ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ ।  ଏହି ସମ୍ମିଳନୀର ମୂଳ ଲକ୍ଷ୍ୟ ଟେକ୍ସଟାଇଲ୍ ଓ ଆପାରେଲ୍ ଉତ୍ପାଦନ କ୍ଷେତ୍ରରେ ଦେଶରେ ଅଗ୍ରଣୀ ରାଜ୍ୟରେ ପରିଣତ ହେବ ଓଡ଼ିଶା । ସମୃଦ୍ଧ ଓଡ଼ିଶା ୨୦୩୬ ଦିଗରେ ଏହା ଏକ ଦୃଢ଼ ପଦକ୍ଷେପ ହେବ ବୋଲି ରାଜ୍ୟ ସରକାରଙ୍କ ପକ୍ଷରୁ କୁହାଯାଇଛି ।

Post Views: 54
Share198Tweet124Send
Voice of Victims

Voice of Victims

Recent Posts

  • ଖରାକୁ ଦେଖି ରାଜ୍ୟ ସରକାରଙ୍କ ବଡ଼ ନିର୍ଦ୍ଦେଶ, ଆସନ୍ତା କାଲିଠାରୁ ରାଜ୍ୟରେ ସକାଳୁଆ ସ୍କୁଲ
  • ରଣପୁରରେ ଜନଗଣନା ତାଲିମ ଶିବିର ଶେଷ, ୧୯୮ ଜଣଙ୍କୁ ପ୍ରଶିକ୍ଷଣ
  • ରଣପୁରର ବିଭିନ୍ନ ସ୍ଥାନରେ ଗ୍ୟାସ କଳାବଜାରୀ ଉପରେ ଚଢ଼ାଉ
  • ଉତ୍କଳ ଦିବସ ଅବସରରେ ରକ୍ତଦାନ ଶିବିର, ସଂଗ୍ରହ ହେଲା ୧୩୭ ୟୁନିଟ ରକ୍ତ
  • ରାଜ୍ୟରେ ବନ୍ଦ ହେବ LPG, ମିଳିବ PNG ; ମାସେ ଭିତରେ ସାରା ରାଜ୍ୟରେ ଲାଗୁହେବ ନିୟମ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In