• About Us
  • Contact Us
Thursday, April 2, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ଖୁସି ଖବର; ଅଗଷ୍ଟ ୧ ତାରିଖରୁ ପର୍ଯ୍ୟଟକଙ୍କ ପାଇଁ ଖୋଲିବ ଭିତରକନିକା ଜାତୀୟ ଉଦ୍ୟାନ

by Voice of Victims
July 29, 2025
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ରାଜ୍ୟ, ସମସ୍ୟା
ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର: ଅଗଷ୍ଟ ୧ରୁ ଖୋଲିବ ଭିତରକନିକା ଜାତୀୟ ଉଦ୍ୟାନ

ରାଜନଗର : ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର । ଅଗଷ୍ଟ ୧ ତାରିଖରୁ ପର୍ଯ୍ୟଟକଙ୍କ ପାଇଁ ଖୋଲିବ ଭିତରକନିକା ଜାତୀୟ ଉଦ୍ୟାନ । ଏବେ ନୂଆ ରୂପରେ ସଜେଇ ହୋଇଛି ଭିତରକନିକା । ପର୍ଯ୍ୟଟକମାନେ ଭିତରକନିକାରେ ଲୁଣା ଜାତୀୟ ଗଛଗୁଡ଼ିକର ଚାରାକୁ ମ୍ୟାନ୍‌ଗ୍ରୁଭ୍‌ ନର୍ସରୀରେ ଦେଖିବାର ସୁଯୋଗ ପାଇବେ । ଏଥିସହ ବୋଟ୍‌ ଲାଇବ୍ରେରୀରେ ବିଭିନ୍ନ ଜୀବଜନ୍ତୁ, ପରିବେଶ ସହ ଅନ୍ୟ ବହି ପଢ଼ିବାର ସୁଯୋଗ ପାଇପାରିବେ ।

ଏହାଛଡ଼ା ମ୍ୟୁଜିୟମ୍‌ର ମଜା ନେବା ସହ ଧଳା କୁମ୍ଭୀର ଗୋରୀ ଓ ମଲ୍ଲୀ, ଶ୍ୱେତାକୁ ଦେଖିପାରିବେ । ଭିତରକନିକାର ଡାଙ୍ଗମାଳଠାରେ ୬ଟି ଫାଇବର ବୋଟ୍‌ ଥିବା ବେଳେ ଗୁପ୍ତିଠାରେ ୪ଟି ଫାଇବର ବୋଟ୍‌ ବ୍ୟବସ୍ଥା ରହିଛି । ପୂର୍ବବର୍ଷ ଭଳି ପଲିଥିନ୍‌କୁ ବାରଣ କରାଯିବା ସହ ଏହା ନଆଣିବା ପାଇଁ ବନଖଣ୍ଡ ପକ୍ଷରୁ ନିଷେଧ କରାଯାଇଛି । ଭିତରକନିକା ଫରେଷ୍ଟ ବ୍ଲକ୍‌ରେ ପର୍ଯ୍ୟଟକଙ୍କ ପାଇଁ ୱାଚ୍‌ ଟାୱାର ନିର୍ମାଣ କରାଯାଇଛି । ମେଟା ନର୍ସରୀ ନିକଟରୁ ୬ଶହ ମିଟର ପର୍ଯ୍ୟନ୍ତ କାଠରେ ସ୍କାଏ ୱାକ୍‌ ନିର୍ମାଣ ହୋଇଛି ।

କୁମ୍ଭୀର ପ୍ରଜନନ ଋତୁ ପାଇଁ ମେ’ ୧ ତାରିଖରୁ ଜୁଲାଇ ୩୧ ପର୍ଯ୍ୟନ୍ତ ଭିତରକନିକା ବନ୍ଦ ଘୋଷଣା କରାଯାଇଥିଲା । ତେବେ ଦୀର୍ଘ ୩ ମାସ ଧରି ବନ୍ଦ ରହିବା ପରେ ଭିତରକନିକା ଖୋଲୁଥିବାରୁ ପର୍ଯ୍ୟଟକ ବେଶ ଉତ୍ସାହିତ ।

Post Views: 42
Share197Tweet123Send
Voice of Victims

Voice of Victims

Recent Posts

  • ଉତ୍କଳ ଦିବସ ଅବସରରେ ରକ୍ତଦାନ ଶିବିର, ସଂଗ୍ରହ ହେଲା ୧୩୭ ୟୁନିଟ ରକ୍ତ
  • ରାଜ୍ୟରେ ବନ୍ଦ ହେବ LPG, ମିଳିବ PNG ; ମାସେ ଭିତରେ ସାରା ରାଜ୍ୟରେ ଲାଗୁହେବ ନିୟମ
  • ପତଞ୍ଜଳି ଯୋଗ କେନ୍ଦ୍ରରେ ଉତ୍କଳ ଦିବସ ପାଳନ
  • ଗୁରୁତ୍ୱପୂର୍ଣ୍ଣ ପେଟ୍ରୋକେମିକାଲ୍ ଉତ୍ପାଦଗୁଡ଼ିକ ଉପରେ ସମ୍ପୂର୍ଣ୍ଣ ସୀମା ଶୁଳ୍କ ଛାଡ଼ କଲେ ସରକାର
  • ମେ’ ୧ମ/ଦ୍ୱିତୀୟ ସପ୍ତାହରେ ମାଟ୍ରିକ୍ ପରୀକ୍ଷା ଫଳ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In