• About Us
  • Contact Us
Saturday, April 4, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଦେଶ ବିଦେଶ

ଜମ୍ମୁ କଶ୍ମୀର ଉଧମପୁରରେ ଖାଇକୁ ଖସିଲା ସିଆରପିଏଫ ଗାଡ଼ି, ଦୁଇ ଯବାନ ସହିଦ, ୧୨ ଆହତ

by Voice of Victims
August 7, 2025
in ଦେଶ ବିଦେଶ, ମୁଖ୍ୟ ଖବର
ଜମ୍ମୁ କଶ୍ମୀର ଉଧମପୁରରେ ଖାଇକୁ ଖସିଲା ସିଆରପିଏଫ ଗାଡ଼ି, ଦୁଇ ଯବାନ ସହିଦ, ୧୨ ଆହତ

ଜମ୍ମୁ କଶ୍ମୀର : ଘାଟି ତଳକୁ ଖସିଲା ବସ୍ । ୨ ସିଆରପିଏଫ ଯବାନ ସହିଦ ହୋଇଛନ୍ତି  । ୧୨ ଜଣ ଆହତ ହୋଇଛନ୍ତି । ଜମ୍ମୁ କଶ୍ମୀରର ଉଧମପୁର ଜିଲ୍ଲାର ବସନ୍ତଗଡ଼ ଅଞ୍ଚଳ କାଣ୍ଡଭା ନିକଟରେ ସିଆରପିଏଫ ଗାଡି ଦୁର୍ଘଟଣାଗ୍ରସ୍ତ ହୋଇଥିଲା । ଘଟଣାସ୍ଥଳରେ ଉଦ୍ଧାର କାର୍ଯ୍ୟ ଜାରି ରହିଛି । ଏନେଇ ଅତିରିକ୍ତ ଏସପି ସନ୍ଦୀପ ଭଟ୍‍ ସୂଚନା ଦେଇଛନ୍ତି । ଆହତ ଯବାନମାନଙ୍କୁ ସ୍ଥାନୀୟ ଲୋକମାନେ ଉଦ୍ଧାର କରିଥିଲେ ।

ପୋଲିସ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲା । ସମସ୍ତ ଆହତଙ୍କୁ ଚିକିତ୍ସା ପାଇଁ ନିକଟସ୍ଥ ହସ୍ପିଟାଲକୁ ସ୍ଥାନାନ୍ତରିତ କରାଯାଇଛି । ସିଆରପିଏଫର ୧୮୭ ବାଟାଲିୟନର ଗାଡି ୧୮ ଜଣ ଯବାନଙ୍କୁ ନେଇ ଜମ୍ମୁ ଓ କଶ୍ମୀରର ଉଧମପୁର ଜିଲ୍ଲାର କଡୱାରୁ ବସନ୍ତଗଡ଼ ଯାଉଥିଲା । କାଣ୍ଡଭା ନିକଟରେ ଆଜି ସକାଳ ପ୍ରାୟ ୧୦.୩୦ରେ ଘାଟିରେ ତଳକୁ ଖସି ପଡିଥିଲା ଗାଡ଼ି । ସୂଚନା ଅନୁସାରେ,ଘଟଣାସ୍ଥଳକୁ ଆମ୍ବୁଲାନ୍ସ ମଧ୍ୟ ପଠାଯାଇଛି । ଗାଡ଼ିଟି ଘାଇରେ କେମିତି ଖସିଲା ତାହାର କାରଣ ଏପର୍ଯ୍ୟନ୍ତ ସାମ୍ନାକୁ ଆସିନାହିଁ ।

ଏ ନେଇ କେନ୍ଦ୍ର ମନ୍ତ୍ରୀ ଜିତେନ୍ଦ୍ର ସିଂ ଏକ୍ସରେ ପୋଷ୍ଟ ସେୟାର କରି ସୂଚନା ଦେଇଛନ୍ତି । ଜମ୍ମୁ-କଶ୍ମୀର ଉଧମପୁର ଜିଲ୍ଲା ବସନ୍ତଗଡ଼ ଇଲାକା ନିକଟରେ ଥିବା ଘାଟିରୁ ଯବାନଙ୍କ ଗାଡ଼ି ଖସିପଡ଼ିଥିବା ଜଣାପଡ଼ିଛି ।

Post Views: 58
Share198Tweet124Send
Voice of Victims

Voice of Victims

Recent Posts

  • କଂଗ୍ରେସ ସାଂସଦ ଶଶି ଥରୁରଙ୍କ କାରକେଡ୍ ଉପରକୁ ଆକ୍ରମଣ, ଡ୍ରାଇଭର୍ ଏବଂ ସୁରକ୍ଷାକର୍ମୀ ଆହତ
  • ଖଡ଼ି ଛୁଆଁ ଓ ପ୍ରବେଶ ଉତ୍ସବ, ତଳେ ପିଲାଙ୍କ ସହ ବସି କଥାବାର୍ତ୍ତା ହେଲେ ମୁଖ୍ୟମନ୍ତ୍ରୀ
  • ପୁରୀ ବିମାନବନ୍ଦରକୁ ସର୍ତ୍ତ ସହ ଅନୁମତି; ମଞ୍ଜୁରୀ ପ୍ରଦାନ କଲା ପରିବେଶ, ଜଙ୍ଗଲ ଏବଂ ଜଳବାୟୁ ପରିବର୍ତ୍ତନ ମନ୍ତ୍ରଣାଳୟ
  • ଶିଶୁ ମନ୍ଦିର ରେ ପାଳିତ ହେଲା ଵିଦ୍ୟାରମ୍ଭ ଯଜ୍ଞ
  • ଇରାନରୁ ଭାରତ ଆସୁଥିବା ତେଲ ଜାହାଜ ଏବେ ଚୀନ ଅଭିମୁଖେ: ଜାଣନ୍ତୁ କାହିଁକି?

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In