• About Us
  • Contact Us
Friday, February 6, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ବିଶେଷ ପୃଷ୍ଠା

ଓଡ଼ିଶା ଆସୁଛନ୍ତି ମଲ୍ଲିକାର୍ଜୁନ ଖର୍ଗେ

by Voice of Victims
January 21, 2024
in ବିଶେଷ ପୃଷ୍ଠା, ମୁଖ୍ୟ ଖବର, ରାଜ୍ୟ
ଓଡ଼ିଶା ଆସୁଛନ୍ତି ମଲ୍ଲିକାର୍ଜୁନ ଖର୍ଗେ

ଭୁବନେଶ୍ୱର: ଏଆଇସିସି ସଭାପତି ଶ୍ରୀ ମଲ୍ଲିକାର୍ଜୁନ ଖର୍ଗେ ଆସନ୍ତା ଜାନୁୟାରୀ ୨୯ ତାରିଖ ଦିନ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଏହି ପରିପ୍ରେକ୍ଷୀରେ ଭୁବନେଶ୍ୱର ଏକ ସାଧାରଣ ସଭା ଅନୁଷ୍ଠିତ ହେବ। ସାଧାରଣ ସଭା ସୁପରିଚାଳନା ପାଇଁ ପିସିସି ସଭାପତି ଶ୍ରୀ ଶରତ ପଟ୍ଟନାୟକ ଏକ କମିଟି ଗଠନ କରିଛନ୍ତି। ଉକ୍ତ କମିଟିକୁ ଏଆଇସିସି ପକ୍ଷରୁ ଓଡ଼ିଶା ପ୍ରଭାରୀ ଡ. ଅଜୟ କୁମାର ଅନୁମୋଦନ କରିଛନ୍ତି। ଅନୁମୋଦନ ପାଇଥିବା ଉକ୍ତ କମିଟିର ଅଧ୍ୟକ୍ଷ ଭାବେ ପୂର୍ବତନ ପିସିସି ସଭାପତି ଶ୍ରୀ ଜୟଦେବ ଜେନା ରହିଛନ୍ତି। ସେହିଭଳି ବିଧାୟକ ଦଳ ନେତା ଶ୍ରୀ ନରସିଂହ ମିଶ୍ର, ପୂର୍ବତନ ପିସିସି ସଭାପତି ଶ୍ରୀ ନିରଞ୍ଜନ ପଟ୍ଟନାୟକ, ପୂର୍ବତନ ପିସିସି ସଭାପତି ଶ୍ରୀ ପ୍ରସାଦ ହରିଚନ୍ଦନ, ବିଧାୟକ ତଥା ପିସିସି କୋଷାଧ୍ୟକ୍ଷ ଶ୍ରୀ ସନ୍ତୋଷ ସିଂ ସାଲୁଜା, ପୂର୍ବତନ ମନ୍ତ୍ରୀ ଜଗନ୍ନାଥ ପଟ୍ଟନାୟକ ଅଛନ୍ତି। ସେହିପରି ପୂବର୍ତନ ଅର୍ଥମନ୍ତ୍ରୀ ତଥା ପିସିସି ଇସ୍ତାହାର କମିଟି ଅଧ୍ୟକ୍ଷ ଶ୍ରୀ ପଂଚାନନ କାନୁନ୍‌ଗୋ, ପୂବର୍ତନ ମନ୍ତ୍ରୀ ତଥା ପିସିସି ବରିଷ୍ଠ ଉପସଭାପତି ଶ୍ରୀ ଗଣେଶ୍ୱର ବେହେରା, ପୂର୍ବତନ ମନ୍ତ୍ରୀ ଶ୍ରୀମତୀ ବିଜୟଲକ୍ଷ୍ମ ସାହୁ, ପୂର୍ବତନ ବାଚସ୍ପତି ଶ୍ରୀ କିଶୋର ଚନ୍ଦ୍ର ପଟେଲ, ପିସିସି ପ୍ରଚାର କମିଟିର ଅଧ୍ୟକ୍ଷ ଶ୍ରୀ ବିଜୟ ପଟ୍ଟନାୟକ, ଖୋର୍ଦ୍ଧା ଜିଲ୍ଲା କଂଗ୍ରେସ ସଭାପତି ତଥା ବିଧାୟକ ଶ୍ରୀ ସୁରେଶ କୁମାର ରାଉତରାୟ, ପିସିସି ବରିଷ୍ଠ ଉପସଭାପତି ତଥା ବିଧାୟକ ତାରାପ୍ରସାଦ ବାହିନିପତି ଅଛନ୍ତି। ଏଥିସହିତ ଗଞ୍ଜାମ ଜିଲ୍ଲା କଂଗ୍ରେସ ସଭାପତି ତଥା ବିଧାୟକ ରମେଶ ଚନ୍ଦ୍ର ଜେନା, ଏଆଇସିସି ସମ୍ପାଦକ ତଥା ସାଂସଦ ସପ୍ତଗିରୀ ଶଙ୍କର ଉଲ୍ଲାକା, ପୂର୍ବତନ ଏଆଇସିସି ସମ୍ପାଦକ ତଥା ପୂର୍ବତନ ସାଂସଦ ଭକ୍ତଚରଣ ଦାସ, ପୂର୍ବତନ କଂଗ୍ରେସ କାର୍ଯ୍ୟକାରୀ କମିଟି ସଦସ୍ୟା ତଥା ପୂର୍ବତନ ସାଂସଦ ଶ୍ରୀ ସୁଶିଳା ତିରିଆ, ପୂବର୍ତନ ସାଂସଦ ଅନନ୍ତ ପ୍ରସାଦ ସେଠୀ, ପୂର୍ବତନ ଏଆଇସିସି ସମ୍ପାଦକ ତଥା ପୂର୍ବତନ ସାଂସଦ ଡ.ରାମଚନ୍ଦ୍ର ଖୁଂଟିଆ ସଦସ୍ୟ ଅଛନ୍ତି। ଏଆଇସିସି ସମ୍ପାଦକ ତଥା ପୂର୍ବତନ ମନ୍ତ୍ରୀ ଶରତ ରାଉତ, ବିଧାୟକ ଶ୍ରୀ ଅଧିରାଜ ମୋହନ ପାଣିଗ୍ରାହି, ବିଧାୟକ ଶ୍ରୀ ସି.ଏସ୍‌.ରାଜନ୍ ଏକ୍କା, ଗଜପତି ଜିଲ୍ଲା କଂଗ୍ରେସ ସଭାପତି ତଥା ବିଧାୟକ ଦାସରଥି ଗମାଙ୍ଗ, କଟକ ନଗର କଂଗ୍ରେସ ସଭାପତି ଶ୍ରୀ ସୁରେଶ ମହାପାତ୍ର, କଟକ ଜିଲ୍ଲା କଂଗ୍ରେସ ସଭାପତି ଶ୍ରୀ ମାନସ ରଞ୍ଜନ ଚୌଧୁରୀ, ଭୁବନେଶ୍ୱର ଜିଲ୍ଲା କଂଗ୍ରେସ ସଭାପତି ଶ୍ରୀ ବିଶ୍ୱଜିତ୍ ଦାସ, ପୁରୀ ଜିଲ୍ଲା କଂଗ୍ରେସ ସଭାପତି ଶ୍ରୀ ଜୟନାରାୟଣ ପଟ୍ଟନାୟକ ପ୍ରମୁଖ ଉକ୍ତ କମିଟିରେ ରହିଛନ୍ତି । ଅନୁରୁୂପ ଭାବେ ଉକ୍ତ କମିଟିରେ ରାଜ୍ୟ କଂଗ୍ରେସର ସମସ୍ତ ଛାମୁଆ ସଂଗଠନ, ବିଭାଗ, ପ୍ରକୋଷ୍ଠର ସଭାପତି ଏବଂ ମୁଖ୍ୟମାନେ ସଦସ୍ୟମାନେ ସ୍ଥାନ ପାଇଛନ୍ତି ବୋଲି ପିସିସି ମୁଖପାତ୍ର ଶ୍ରୀ ରଜନୀ କୁମାର ମହାନ୍ତି ଏକ ପ୍ରେସ ବିଜ୍ଞପ୍ତିରେ ଜଣାଇଛନ୍ତି।

Post Views: 41
Share200Tweet125Send
Voice of Victims

Voice of Victims

Recent Posts

  • ସଂସଦରେ କାଲି ମୋଦିଙ୍କ ଉପରକୁ ଆକ୍ରମଣ ହୋଇଥାନ୍ତା : ଲୋକସଭା ବାଚସ୍ପତି
  • ଅନୁରାଗ ଠାକୁରଙ୍କୁ ସୁପ୍ରିମକୋର୍ଟରୁ ଆଶ୍ବସ୍ତି, ବିସିସିଆଇ ସହିତ କରିପାରିବେ କାମ
  • ରାଷ୍ଟ୍ରୀୟ ପ୍ରତୀକ ବା ଚିହ୍ନକୁ ଅପବ୍ୟବହାର ନେଇ ଜନସ୍ବାର୍ଥ ମାମଲା, ରୋକିବାକୁ ହାଇକୋର୍ଟଙ୍କ କଡା ନିର୍ଦ୍ଦେଶ
  • ଆଇଏଏସ ସ୍ତରରେ ବଡ଼ ଅଦଳବଦଳ, ଅରବିନ୍ଦ ପାଢ଼ୀଙ୍କୁ ରାଜସ୍ବ ବିଭାଗର ଅତିରିକ୍ତ ଦାୟିତ୍ବ
  • ବିଶିଷ୍ଟ ସୀତାର ବାଦକ ଗୁରୁ ପଣ୍ଡିତ ରବି ଶଙ୍କର ପ୍ରଧାନଙ୍କୁ ଶ୍ରଦ୍ଧାସୁମନ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In